ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିସି ଯୋଗେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଧାୟକ ସୁର ରାଉତରାୟ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଜୟ ନାରାୟଣ ମିଶ୍ର, ସମ୍ବିତ ପାତ୍ର, ବିଧାୟକ ଅନନ୍ତ ଜେନା, ସୁଲତା ଦେଓ, ବିଦ୍ୟାଧର ମହାପାତ୍ର, ମୁକେଶ ମହାଲିଙ୍ଗ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଉପସ୍ଥିତ ରହିଥିଲେ।
ଆଜି ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ। ଏହି ୯ଟି ବନ୍ଦେ ଭାରତ ଏକ୍ସପ୍ରେସ ୧୧ଟି ରାଜ୍ୟ ଦେଇ ଯା’ଆସ କରିବ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ବନ୍ଦେ ଭାରତ ପ୍ରତି ଲୋକଙ୍କ କ୍ରେଜ୍ ବଢୁଛି। ଏଯାବତ୍ ବନ୍ଦେ ଭାରତ ଏକ୍ସପ୍ରେସରେ ୧ କୋଟି ୧୧ ଲକ୍ଷରୁ ଅଧିକ ଯାତ୍ରୀ ଯାତ୍ରା କଲେଣି। ବନ୍ଦେ ଭାରତ ଟ୍ରେନ୍ ଖୁବଶୀଘ୍ର ଦେଶର ସବୁ ପ୍ରାନ୍ତକୁ ଯୋଡ଼ିବ।
Powered by Froala Editor