ଲେବର ରୁମରେ ପୁଅ, ୱାର୍ଡକୁ ଆସିଲା ଝିଅ
ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ହୋଇଥିବା ଅଭିଯୋଗ ହୋଇଛି। ଲେବର ରୁମରେ ପୁଅ ହୋଇଛି ବୋଲି କହିଥିଲେ । କିନ୍ତୁ ୱାର୍ଡକୁ ଆସିଲା ବେଳକୁ ଝିଅ କେମିତି ହୋଇଗଲା ବୋଲି ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ ଅଭିଯୋଗ ଆଣିଛନ୍ତି । ଏନେଇ ପ୍ରାଣକୃଷ୍ଣ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିବା ସହ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି। ଏହାସହ ଛୁଆର DNAଟେଷ୍ଟ ପାଇଁ ଦାବି କରିଛନ୍ତି।
କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ସୁପରିଣ୍ଟେଣ୍ଡେଣ୍ଟଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ତଦନ୍ତ କରିବ। ଦରକାର ପଡ଼ିଲେ ଛୁଆର DNA ଟେଷ୍ଟ କରାଯିବ।
ପ୍ରାଣକୃଷ୍ଣ କରିଛନ୍ତି, ଗତକାଲି ରାତି ୧୦ଟାରେ ଲେବର ରୁମରେ ମୋ ପୁଅ ହେଲା ବୋଲି ମେଡିକାଲ କର୍ମଚାରୀ କହିଥିଲେ। ପରେ ୱାର୍ଡରେ ଛୁଆକୁ ନର୍ସ ଆଣି ମୋ ଶାଶୁକୁ ଦେଇଥିଲେ। ମୁଁ ଛୁଆର ଫଟୋ ଉଠାଇଲା ବେଳେ ପୁଅ ନୁହେଁ ଝିଅ ବୋଲି ଜଣାପଡ଼ିଥିଲା। ମୁଁ ନର୍ସଙ୍କୁ ଏହି ବିଷୟରେ ପଚାରିଥିଲି। ମୋର ପୁଅ ହୋଇଥିଲା, ଝିଅ କ’ଣ ଦେଲେ ବୋଲି ପ୍ରଶ୍ନ କରିଥିଲି। ହେଲେ ସେ କିଛି ନ କହି ପଳାଇ ଯାଇଥିଲେ। କିଛି ସମୟ ପରେ ଡାକ୍ତର ଆସି କହିଥିଲେ ତୁମର ଝିଅ ହୋଇଛି। ଅନ୍ୟ ଜଣଙ୍କର ପୁଅ ହୋଇଛି। ନର୍ସରେ ଭୁଲରେ ପୁଅ ହୋଇଛି ବୋଲି କହିଥିଲେ।
Powered by Froala Editor