ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର: ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ଏବଂ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାପାଇଁ ଆସନ୍ତା ୧ ତାରିଖ ପର୍ୟ୍ୟନ୍ତ ୟେଲୋ ଆଲର୍ଟ ଜାରି କରିଛି। ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।
Powered by Froala Editor