ବିକାଶରେ ବାଧକ ସାଜିଛନ୍ତି ମୁଖ୍ୟମନ୍ତ୍ରୀ: ନରସିଂହ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଉପରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ବିକାଶରେ ବାଧକ ସାଜିଛନ୍ତି ମୁଖ୍ୟମନ୍ତ୍ରୀ। ଶିକ୍ଷା, ସ୍ୱାସ୍ଥ୍ୟ, କୃଷି କ୍ଷେତ୍ରରେ ବିକାଶ ହୋଇନି। ସେଥିପାଇଁ ମୁଖ୍ୟମନ୍ତ୍ରୀ ନିଜେ ବିଧାନସଭାକୁ ଆସିବା କଥା ନୁହେଁ। ବଲାଙ୍ଗୀରରୁ ନେଇ ରାଜ୍ୟର ଅନେକ ସ୍ଥାନରେ ବିକାଶରେ ବାଧକ ସାଜିଛନ୍ତି ଖୋଦ ମୁଖ୍ୟମନ୍ତ୍ରୀ। ବିଧାନସଭାରେ ସମ୍ପୂର୍ଣ୍ଣ ପକ୍ଷପାକ୍ଷିତା କରାଯାଉଛି। ଚଳିତ ଥର ବିଧାନସଭାରେ ମୋତେ କହିବାକୁ ସୁଯୋଗ ଦିଆଯାଉ ନାହିଁ। ବାଚସ୍ପତି ନିରପେକ୍ଷ ହେଉ ନାହାନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ୍ କରି କହିଥିଲେ, ଏହି ଗୃହରେ ମୋର ଅଭିଜ୍ଞତାରୁ ନମ୍ରତାର ସହ ଏତିକି କହିପାରିବି ଯେ ଯେଉଁମାନେ ଲୋକଙ୍କ ପାଇଁ କାମ କରନ୍ତି ସେମାନେ ଏହି ଗୃହକୁ ଫେରନ୍ତି। ଯେଉଁମାନେ ଅପରାଧକୁ ନେଇ ରାଜନୀତି କରନ୍ତି, ରାଜନୈତିକ ବିଚାର ପାଇଁ ବିକାଶରେ ବାଧକ ସାଜନ୍ତି ସେମାନେ ଏହି ପବିତ୍ର ଗୃହକୁ ଫେରନ୍ତି ନାହିଁ। ଲୋକମାନେ ବିରୋଧୀଙ୍କ ଆଚରଣ ଉପରେ ନଜର ରଖିଛନ୍ତି ଏବଂ ସେମାନେ କିପରି ହତାଶ ହୋଇ ବିକାଶମୂଳକ କାର୍ୟ୍ୟରେ ବାଧକ ସାଜିଛନ୍ତି ତାହା ବି ଦେଖୁଛନ୍ତି। ଆମ ସରକାର ଓଡ଼ିଶାକୁ ‘ନୂତନ ଓଡ଼ିଶା, ସଶକ୍ତ ଓଡ଼ିଶା’ରେ ପରିଣତ କରିବାକୁ ଆଗକୁ ବଢ଼ିବ।
Powered by Froala Editor