ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ବରଗଡ଼, ସୋନପୁର, ବଲାଙ୍ଗିର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ । ୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ୭୦ରୁ ୧୦୦ମିମି ବର୍ଷା ହୋଇପାରେ ।
Powered by Froala Editor