ଆଜି ପ୍ରବଳ ବର୍ଷା, ୯ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବୁଧବାର ରାଜ୍ୟର କିଛି ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମୌସୁମୀ ଅତ୍ୟଧିକ ସକ୍ରିୟ ହେତୁ ଗତ ୨୪ଘଣ୍ଟାରେ ରାଜ୍ୟରେ ୨୬.୮ ମିମି ବର୍ଷା ହୋଇଯାଇଛି। ଏହା ସ୍ୱାଭାବିକ ବର୍ଷା ୪.୬ମିମି ତୁଳନାରେ ୪୭୭ ପ୍ରତିଶତ ଅଧିକ। ଅକ୍ଟୋବର ମାସରେ ପ୍ରଥମ ୩ଦିନରେ ୫୩.୭ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ତୁଳନାରେ ୨୩୮ ପ୍ରତିଶତ ଅଧିକ ରହିଛି।
ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Powered by Froala Editor