Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚିତ୍ତରଂଜନ ତ୍ରିପାଠୀ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ

ଚିତ୍ତରଂଜନ ତ୍ରିପାଠୀ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ

2023-10-06 05:22:24
14274
Share:
Facebook
Twitter
E-Mail
WhatsApp
Telegram
ଚିତ୍ତରଂଜନ ତ୍ରିପାଠୀ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ

ନୂଆଦିଲ୍ଲୀ:  ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ତଥା ନାଟ୍ୟକର୍ମୀ ଚିତ୍ତରଂଜନ ତ୍ରିପାଠୀ ଦିଲ୍ଲୀସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିବା ସୂଚନା ମିଳିଛି । ଦେଶର ପ୍ରଖ୍ୟାତ ନାଟ୍ୟାଭିନୟ ଶିକ୍ଷ‌ା ଅନୁଷ୍ଠାନ ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା (ଏନଏସଡି)ର ନିର୍ଦ୍ଦେଶକ ପଦରେ ନିଯୁକ୍ତି ପାଇବାରେ ସେ ହେବେ ପ୍ରଥମ ଓଡ଼ିଆ। ଏନଏସଡିର ରେଜିଷ୍ଟ୍ରାର ପ୍ରଦୀପ ମହାନ୍ତିଙ୍କ ସୂତ୍ରରୁ ହସ୍ତଗତ ଖବର ଅନୁସାରେ, ଶ୍ରୀ ତ୍ରିପାଠୀଙ୍କ ନିଯୁକ୍ତି ନେଇ ଯଦିଓ ନିଷ୍ପତ୍ତି ହୋଇଛି, କିନ୍ତୁ  ବିଧିବଦ୍ଧ ଘୋଷଣା ଆଜି କରାଯିବ। ଏନଏସଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ସରକାରୀ ଭାବେ ସୂଚନା ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।

ସେ ଏକାଧାରରେ ଜଣେ ଅଭିନେତା, ନାଟ୍ୟକର୍ମୀ ତଥା କାହାଣୀକାର, ଚିତ୍ରନାଟ୍ୟ ଲେଖକ, ଗାୟକ, ସଂଗୀତକାର, ନିର୍ଦ୍ଦେଶକ ଏବଂ ପ୍ରଯୋଜକ। ସେ ବହୁଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଧଉଳି ଏକ୍ସପ୍ରେସ’ ଓ  ‘ମୁଖ୍ୟମନ୍ତ୍ରୀ’ର ନିର୍ଦ୍ଦେଶନା ଦେଇଥିଲେ। ସେ ଉଭୟ ଚଳଚ୍ଚିତ୍ରରେ ଅଭିନୟ ମଧ୍ୟ କରିଥିଲେ। ‘ଧଉଳି ଏକ୍ସପ୍ରେସ’ ଲାଗି ତାଙ୍କୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା।  ଏହା ଛଡ଼ା ସେ କେତେକ ହିନ୍ଦୀ ଚଳଚ୍ଚିତ୍ର, ଧାରାବାହିକ ଓ ୱେବସିରିଜରେ ମଧ୍ୟ ଅଭିନୟ କରି ଦର୍ଶକଙ୍କ ଦ୍ବାରା ଆଦୃତ ହୋଇଛନ୍ତି। ନେଟଫ୍ଲିକ୍ସରେ ପ୍ରସାରିତ ‘ସାକ୍ରେଡ୍ ଗେମ୍ସ’ରେ ତ୍ରିଦେବୀ ଚରିତ୍ର ପାଇଁ ସେ ବେଶ୍ ଜଣାଶୁଣା। ଏତଦ୍‌ ବ୍ୟତୀତ ସେ ବିଭିନ୍ନ ରାଜ୍ୟରେ ନିଜର ନାଟ୍ୟ ପ୍ରଶିଷଣ ଏବଂ ନାଟ୍ୟ କର୍ମଶାଳା ପାଇଁ ଲୋକପ୍ରିୟ।

ସୂଚନାଯୋଗ୍ୟ, ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା ବିଶ୍ବର ଏକ ପ୍ରମୁଖ ଥିଏଟର ତାଲିମ ପ୍ରତିଷ୍ଠାନ ଭାବେ ଜଣାଶୁଣା। ସଂଗୀତ ନାଟକ ଏକାଡେମୀ ଦ୍ବାରା ଏହି ପ୍ରତିଷ୍ଠାନ ୧୯୫୯ ମସିହାରେ ପ୍ରତିଷ୍ଠା ହୋଇଥିଲା। ୧୯୭୫ ମସିହାରେ ଏହା ଏକ ସ୍ବୟଂଶାସିତ ସଂସ୍ଥା ଭାବରେ ପରିଣତ ହୋଇଥିଲା ଏବଂ ୧୮୬୦ର ସୋସାଇଟିସ୍ ରେଜିଷ୍ଟ୍ରେସନ୍ ଆକ୍ଟ ୨୧ ଅନୁଯାୟୀ ଏକ ସ୍ୱୟଂଶାସିତ ସଂଗଠନ ଭାବରେ ପଞ୍ଜୀକୃତ ହୋଇଥିଲା, ଯାହାକି ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ସମ୍ପୂର୍ଣ୍ଣ ଆର୍ଥିକ ଅନୁଦାନ ପ୍ରାପ୍ତ ହୋଇଥିଲା।

Powered by Froala Editor

Tags Chittaranjan tripathy

Related articles Odisha News Lens 4.1

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15517
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14230
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13748
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14841
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14176
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13788
    Oct 18, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14954
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13926
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14927
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13788
    Oct 18, 2026
  • ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14954
    Oct 17, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14230
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17192
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14176
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15212
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14681
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14781
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15783
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14927
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13748
    Oct 18, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13788
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In