Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

ରାଜ୍ୟ
Home ›› ରାଜ୍ୟ ››ସୋସିଆଲ ମିଡିଆରେ ଅନୁଭବଙ୍କ ଭାବପ୍ରବଣ ପୋଷ୍ଟ : ହୃଦୟର ଗଭୀରତମ ପ୍ରଦେଶରୁ ବର୍ଷାଙ୍କୁ ପାଆନ୍ତି ଭଲ

ସୋସିଆଲ ମିଡିଆରେ ଅନୁଭବଙ୍କ ଭାବପ୍ରବଣ ପୋଷ୍ଟ : ହୃଦୟର ଗଭୀରତମ ପ୍ରଦେଶରୁ ବର୍ଷାଙ୍କୁ ପାଆନ୍ତି ଭଲ

2023-10-06 06:32:03
15829
Share:
Facebook
Twitter
E-Mail
WhatsApp
Telegram
ସୋସିଆଲ ମିଡିଆରେ ଅନୁଭବଙ୍କ ଭାବପ୍ରବଣ ପୋଷ୍ଟ : ହୃଦୟର ଗଭୀରତମ ପ୍ରଦେଶରୁ ବର୍ଷାଙ୍କୁ ପାଆନ୍ତି ଭଲ

କଟକ: ଓଲିଉଡର ଲୋକପ୍ରିୟ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ପୁଣି ସୋସିଆଲ୍ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ଭିତରେ ଆଜି ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ କରିଛନ୍ତି ଅନୁଭବ ମହାନ୍ତି। ବିବାହ ପରେ ବିଦାୟ ବେଳର ଫଟୋ ବି ଏଥିରେ ପୋଷ୍ଟ କରିଛନ୍ତି । ବର୍ଷା ପ୍ରିୟଦର୍ଶିନୀଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି, ସେ ତାଙ୍କୁ ହୃଦୟର ଗଭୀରତମ ପ୍ରଦେଶରୁ ଭଲ ପାଆନ୍ତି।

ଯେକୌଣସି କାରଣରୁ ବିବାହ ବିଫଳ ହୋଇଥିଲେ ବି, ବିବାହ ବିଚ୍ଛେଦ ପରେ ବନ୍ଧୁ ହୋଇ ରହିପାରିବେ ନାହିଁ କି ବୋଲି ପ୍ରଶ୍ନ କରିଛନ୍ତି। ଏହି ବିଚ୍ଛେଦ ଏତେ ତିକ୍ତ ହେଉ ବୋଲି ସେ କେବେ ଚାହିଁ ନାହାନ୍ତି ବୋଲି ଲେଖିଛନ୍ତି। ବିଚ୍ଛେଦ ତ ନିଶ୍ଚିତ ହେବ, ହେଲେ କାହିଁକି ସମ୍ମାନର ସହ ନ ହେବ ବୋଲି ସେ କହିଛନ୍ତି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ସେପ୍ଟେମ୍ବର୍‌ ୨୫ରେ ବର୍ଷା ଓ ଅନୁଭବ ଏସ୍‌ଡିଜେଏମ୍‌ ଅଦାଲତରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ମଧ୍ୟସ୍ଥତା ପ୍ରକ୍ରିୟାରେ ଅଂଶଗ୍ରହଣ କରିଥିଲେ। ଏସ୍‌ଡିଜେଏମ୍‌ଙ୍କ ଚାମ୍ବର୍‌ରେ ବର୍ଷା ଓ ଅନୁଭବ ଉପସ୍ଥିତ ରହି ନିଜ ପକ୍ଷ ରଖିଥିଲେ। ମଧ୍ୟସ୍ଥତା ପ୍ରକ୍ରିୟାରୁ କୌଣସି ସୁଫଳ ମିଳି ନଥିବାରୁ ଅଭିଯୋଗକାରୀ ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ ଆରମ୍ଭ ହୋଇଥିଲା।

ଉଲ୍ଲେଖଯୋଗ୍ୟ ଯେ କଟକ ସଦର ଏସ୍‌ଡିଜେଏମ୍ ଅଦାଲତରେ ବର୍ଷା ଘରୋଇ ହିଂସାରୁ ମହିଳାଙ୍କ ସୁରକ୍ଷା ଆଇନ (ପ୍ରୋଟେକ୍ସନ୍ ଅଫ୍ ଓମେନ୍ ଫ୍ରମ୍ ଡୋମେଷ୍ଟିକ୍ ଭାଓଲେନ୍ସ ଆକ୍ଟ), ୨୦୦୫ର ଧାରା ୧୨, ୧୭, ୧୮, ୧୯, ୨୦, ୨୨ ଓ ୨୩ରେ କ୍ଷତିପୂରଣ ଓ ଭରଣପୋଷଣ ଦାବି କରି ମାମଲା ରୁଜୁ କରିଥିଲେ। ତାଙ୍କର ହୋଇଥିବା ଶାରୀରିକ, ମାନସିକ, ଆର୍ଥିକ କ୍ଷତିପୂରଣ ଭରଣା ପାଇଁ ଘରେ ରହିବାକୁ ଅଧିକାର ଦେବା, ନଚେତ୍‌ ଘରଭଡ଼ା ବାବଦ ଟଙ୍କା ଦେବା, ମାସିକ ଖର୍ଚ୍ଚ ତୁଲାଇବାକୁ ପ୍ରତିମାସରେ ୫୦ ହଜାର ଟଙ୍କା ଦେବା, ମେଡିକାଲ୍‌ ଖର୍ଚ୍ଚ ବାବଦକୁ ଟଙ୍କା ଏବଂ ତାଙ୍କର ଆୟର ବାଟ ବନ୍ଦ କରି ଦେଇଥିବାରୁ ଏ ବାବଦରେ ଅର୍ଥ ଦେବା ପାଇଁ ଅନୁଭବଙ୍କୁ ନିର୍ଦ୍ଦେଶ ଦେବା ଲାଗି ବର୍ଷା ଅଦାଲରେ ନିବେଦନ କରିଥିଲେ। ସୂଚନାଯୋଗ୍ୟ ଯେ ‌ବର୍ଷାଙ୍କ ପାଇଁ ବିକଳ୍ପ ରହିବା ବ୍ୟବସ୍ଥା ଅନୁଭବ କରିବା ସପକ୍ଷରେ ଏସ୍‌ଡିଜେଏମ୍ ଅଦାଲତ ୨୦୨୨, ଜୁନ୍‌ ୨ରେ ରାୟ ଦେଇଥିଲେ। ବର୍ଷାଙ୍କ ପକ୍ଷରୁ ଆଇନଜୀବୀ ରାମକୃଷ୍ଣ ରଥ, ସିଦ୍ଧାର୍ଥ ଦାସ ଓ ଅନୁଭବଙ୍କ ତରଫରୁ ଆଇନଜୀବୀ ଲଳିତେନ୍ଦୁ ମିଶ୍ର ମାମଲା ପରିଚାଳନା କରୁଛନ୍ତି।


Powered by Froala Editor

Tags Barsa anubhab

Related articles Odisha News Lens 4.1

  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13960
    Jul 12, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15274
    Jul 11, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14667
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15145
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14366
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14969
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14129
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13815
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15395
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14969
    Jul 12, 2026
  • ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15274
    Jul 11, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15395
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14129
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14628
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15539
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15644
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15461
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15841
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14934
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13815
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15145
    Jul 12, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15395
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In