ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ : ୭ ଜୀବନ୍ତ ଦଗ୍ଧ

ମୁମ୍ବାଇର ଗୁରଗାଁଓରେ ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ କ’ଣ ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଅଗ୍ନିଶମ ଅଧିକାରୀ ସୂଚନା ଦେଇଛନ୍ତି।
ଭୋରୁ ଭୋରୁ ଏହି ଅଗ୍ନିକାଣ୍ଡ ଘଟିଥିବାରୁ ଉକ୍ତ ସମୟରେ ଲୋକେ ଶୋଇ ପଡ଼ିଥିବାରୁ ବାହାରକୁ ବାହାରି ପାରି ନ ଥିବା ଆଲୋଚନା ହେଉଛି।
ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଅରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍ ଓ ବାଇକ୍ ହୁତୁହୁତୁ ହୋଇ ଜଳିଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା। ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଜୀବନ୍ତ ଦଗ୍ଧ ହୋଇ ପଡ଼ିଥିବା ଜଣାଯାଇଛି।
Powered by Froala Editor