Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ...

  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ...

Home ›› ››"ଆମ ଓଡିଶା ନବୀନ ଓଡିଶା" କାର୍ଯ୍ୟକ୍ରମର ଶୁଭାରମ୍ଭ , ଗାଁ ହେବ ସଶକ୍ତ ଓଡିଶାର ପ୍ରତିଛବି - ମୁଖ୍ୟମନ୍ତ୍ରୀ

"ଆମ ଓଡିଶା ନବୀନ ଓଡିଶା" କାର୍ଯ୍ୟକ୍ରମର ଶୁଭାରମ୍ଭ , ଗାଁ ହେବ ସଶକ୍ତ ଓଡିଶାର ପ୍ରତିଛବି - ମୁଖ୍ୟମନ୍ତ୍ରୀ

2023-10-10 10:26:00
15345
Share:
Facebook
Twitter
E-Mail
WhatsApp
Telegram

ଭୁବନେଶ୍ବର - ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ସାମିଲ ହେବେ ରାଜ୍ୟର ୬୭୯୪ଟି ପଞ୍ଚାୟତ । ସାରା ରାଜ୍ୟରେ କାର୍ଯ୍ୟକାରୀ ହେବ ୯୦୭୨୩ଟି ପ୍ରକଳ୍ପ। ପ୍ରତି ଗାଁ ପାଇବେ 50 ଲକ୍ଷ ଟଙ୍କା ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ପ୍ରସାରିତ କରିବ ଏବଂ ଗଢିବ ଆମ ଓଡିଶା ନବୀନ ଓଡିଶା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆଜିର କାର୍ଯ୍ୟକ୍ରମ ପାଇଁ କେନ୍ଦୁଝରର ୬ଟି ନିର୍ବାଚନମଣ୍ଡଳୀ ଓ ଭଦ୍ରକର ୫ଟି ନିର୍ବାଚନ ମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ କେନ୍ଦୁଝରର ୬ଟି ନିର୍ବାଚନ ମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ଟି ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ବେଳେ, ଭଦ୍ରକ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ଟି ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲ୍ଲାର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଜନପ୍ରତିନିଧି ମାନେ ଯଥା ବିଧାୟକଗଣ, ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି ବୋଲି ସେମାନେ କହିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ ।

ଆଲୋଚନାରେ ଭାଗ ନେଇ 5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । ଓଡିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Ama Odisha Naveen Odisha , Naveen Patnaik , 5T Secretary

Related articles Odisha News Lens 4.1

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14094
    Mar 22, 2026
  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13357
    Mar 22, 2026
  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15027
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15319
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15051
    Mar 22, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14044
    Mar 21, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13389
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ
    ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13357
    Mar 22, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା
    ବାଣିଜ୍ୟ

    ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    14697
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14044
    Mar 21, 2026
  • ବିଶେଷ

    ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13357
    Mar 22, 2026
  • ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13357
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13357
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14915
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15554
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15461
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14190
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15214
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15696
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13357
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15051
    Mar 22, 2026
  • କେନ୍ଦ୍ର ସରକାରଙ୍କ ହ୍ୱାଟ୍ସଆପ୍ ସମ୍ପର୍କରେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କ’ଣ?

    14044
    Mar 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In