Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ରାଜନୀତି
Home ›› ରାଜନୀତି ››ନଭେମ୍ବରରେ ରାୟଗଡ଼ା ଓ ରାଉରକେଲରେ ଏବଂ ଡିସେମ୍ବରରେ ସମ୍ବଲପୁର ଓ ବାଲେଶ୍ୱରରେ ମିଳିତ ଜନଆକ୍ରୋଶ ସମାବେଶ

ନଭେମ୍ବରରେ ରାୟଗଡ଼ା ଓ ରାଉରକେଲରେ ଏବଂ ଡିସେମ୍ବରରେ ସମ୍ବଲପୁର ଓ ବାଲେଶ୍ୱରରେ ମିଳିତ ଜନଆକ୍ରୋଶ ସମାବେଶ

2023-10-16 09:01:15
14593
Share:
Facebook
Twitter
E-Mail
WhatsApp
Telegram
ନଭେମ୍ବରରେ ରାୟଗଡ଼ା ଓ ରାଉରକେଲରେ ଏବଂ ଡିସେମ୍ବରରେ ସମ୍ବଲପୁର ଓ ବାଲେଶ୍ୱରରେ ମିଳିତ ଜନଆକ୍ରୋଶ ସମାବେଶ

ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅଣ ବିଜେପି ଓ ଅଣ ବିଜେଡ଼ି ରାଜନୈତିକ ଦଳ ଗୋଷ୍ଠିର ନେତୃବୃନ୍ଦ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ନେତୃବୃନ୍ଦଙ୍କ ପରାମର୍ଶ କ୍ରମେ ୧୬ ଟି ବିରୋଧି ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ନେଇ ଏକ ୧୭ ଜଣିଆ ସଂଯୋଜନା କମିଟି ଗଠନ କରାଯାଇଛି । କମିଟିରେ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଅଧ୍ୟକ୍ଷ ରହିଥିବା ବେଳେ ପୂର୍ବତନ ପିସିସି ସଭାପତି ଶ୍ରୀ ପ୍ରସାଦ ହରିଚନ୍ଦନ ସଂଯୋଜକ ଏବଂ ସମସ୍ତ ମେଂଟଭୁକ୍ତ ରାଜନୈତିକ ଦଳମାନଙ୍କର ନେତୃବୃନ୍ଦ ସଭ୍ୟ ଭାବେ ରହିଛନ୍ତି । ବିଜେଡ଼ି ଓ ବିଜେପିର ଜନ ବିରୋଧି ନୀତି ବିରୁଦ୍ଧରେ ଜନଆନ୍ଦୋଳନ କରିବା ପାଇଁ ଏହି ବୈଠକରେ ନିଷ୍ପତି ନିଆଯାଇଛି । ରାଜ୍ୟରେ ଆକାଶଛୁଆଁ ଦରବୃଦ୍ଧି, ଉତ୍କଟ ବେକାରୀ ସମସ୍ୟା, ବ୍ୟାପକ ଦୁର୍ନୀତି, ଚାଷ ଓ ଚାଷୀ ସମସ୍ୟା, ନାରି ନିର୍ଯ୍ୟାତନ ଆଦିକୁ ନେଇ ଆନ୍ଦୋଳନ କରାଯିବ ।

ଗଣତନ୍ତ୍ର ଓ ଲୋକ ପ୍ରତିନିଧି ମୂଳକ ଶାସନ ବ୍ୟବସ୍ଥା ରାଜ୍ୟରେ ବିଜେଡ଼ି ସରକାର ଏବଂ କେନ୍ଦ୍ରରେ ବିଜେପି ସରକାର ଦ୍ୱାରା ସଂପୂର୍ଣ ଭ୍ରଷ୍ଟ ହୋଇଛି । ପଂଚାୟତରୁ ବ୍ଲକ ଓ ସଚିବାଳୟର ସର୍ବୋଚ୍ଚ ସ୍ତରଯାଏ ଦୁର୍ନୀତି, ଅନିୟମିତତା, ବାବୁସାହି ଏବଂ ଶାସନ କଳର ଅପବ୍ୟବହାର କାୟା ବିସ୍ତାର କରିଛି । କମ୍ପାନୀ ମାଲିକ ମାନଙ୍କ ହାତରେ ସରକାର ବନ୍ଧା ପଡ଼ିଛି । ନିରିହ ଆଦିବାସୀ ଓ ଦଳିତ ମାନଙ୍କ ଉପରେ ପୋଲିସ ଜୁଲମ ବଢ଼ିଚାଲିଛି । ସାଧାରଣ ଟିକସଦାତା ଅର୍ଥକୁ ସରକାରୀ ଅଫିସର ମନମୁଖି ଅନିୟମିତତା ଭାବେ ଖର୍ଚ୍ଚ କରୁଛନ୍ତି । ରାଜ୍ୟ ରାଜକୋଷ ଲୁଟ ହେଉଛି । ପଛୁଆ ବର୍ଗର ଲୋକମାନେ ଅବହେଳାର ଶିକାର ହେଉଛନ୍ତି । ଚାକିରି ଓ ଶିକ୍ଷା କ୍ଷେତ୍ରରେ ସେମାନଙ୍କ ପାଇଁ ସଂରକ୍ଷଣ ନାହିଁ । କେବଳ ଭୋଟରଙ୍କୁ ଭୁଆଁ ବୁଲାଇବା ପାଇଁ ଯୋଜନା କରାଯାଉଛି । ରାଜ୍ୟର ଭବିଷ୍ୟତ ବିପନ୍ନ ଏଥିପାଇଁ ଓଡ଼ିଶାର ଜନସାଧାରଣଙ୍କ ମଧ୍ୟରେ ଆକ୍ରୋ ବଢ଼ିବାରେ ଲାଗିଛି । ବଢ଼ିଚାଲିଥିବା ଜନଆକ୍ରୋଶକୁ ଆନ୍ଦୋଳନର ରୂପ ଦେବାପାଇଁ ଆଗାମୀ ପ୍ରଥମ ସପ୍ତାହରେ ରାୟଗଡ଼ା ଠାରେ ଓ ଦ୍ୱିତୀୟ ସପ୍ତାହରେ ରାଉରକେଲା ଠାରେ ଜନଆକ୍ରୋଶ ସମାବେଶ ଆୟୋଜନ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ସେହିଭଳି ଡିସେମ୍ବର ମାସ ପ୍ରଥମ ସପ୍ତାହରେ ସମ୍ବଲପୁର ଠାରେ ଓ ଦ୍ୱିତୀୟ ସପ୍ତାହରେ ବାଲେଶ୍ୱର ଠାରେ ମଧ୍ୟ ଜନ ଆକ୍ରୋଶ ସମାବେଶ ଆୟୋଜନ କରାଯିବ ।

 ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିପିଆଇ ରାଜ୍ୟ ସଂପାଦକ ଅଭୟ ସାହୁ, ସିପିଆଇଏମ ରାଜ୍ୟ ସଂପାଦକ ଅଳିକିଶୋର ପଟ୍ଟନାୟକ, ସୁରେଶ ପାଣିଗ୍ରାହୀ, ସିପିଆଇ (ଏମଏଲ) –ଏଲ ର ସଂପାଦକ ଯୁଧିଷ୍ଠୀର ମହାପାତ୍ର, ପୂର୍ବତନ ବିଧାୟକ ରାଧାକାନ୍ତ ସେଠୀ, ଅଲଇଣ୍ଡିଆ ଫରୱାର୍ଡ ବ୍ଲକର ରାଜ୍ୟ ସଂପାଦକ ଜ୍ୟୋତିରଞ୍ଜନ ମହାପାତ୍ର, ଜେଡିୟୁର ରାଜ୍ୟ ସଭାପତି ଚିତରଞ୍ଜନ ମହାନ୍ତି, ସିପିଆଇ (ଏମଏଲ) – ରେର୍ଡଷ୍ଟାର, ରାଜ୍ୟ ସଂପାଦିକା ପ୍ରମିଳା ବେହେରା, ଏନସିପି ରାଜ୍ୟ ସଭାପତି ବିକ୍ରମ ସ୍ୱାଇଁ, ଆରପିଆଇ ରାଜ୍ୟ ମୁଖ୍ୟ ସେକ୍ ଅବଦୁଲ ୱାଲି, ଆମଆଦମି ପାର୍ଟିର ପ୍ରତିନିଧି ସୁଦିପ୍ତ ଦାସ, ସୌମ୍ୟ ରଞ୍ଜନ ସ୍ୱାଇଁ, ସମାଜବାଦୀ ପାର୍ଟିର ସାଧାରଣ ସଂପାଦକ ସଂଜୟ ନାୟକ, ତୃଣମୂଳ କଂଗ୍ରେସର ପ୍ରତିନିଧି ନନ୍ଦନ ପାଲ, ସମତାକ୍ରାନ୍ତି ଦଳର ପ୍ରଭାତ ସାମନ୍ତରାୟ, ଆରଜେଡିର ହେମନ୍ତ କୁମାର ପ୍ରମୁଖ ୧୬ଟି ଦଳର ନେତୃବୃନ୍ଦ ବୈଠକରେ ଯୋଗଦେଇଥିଲେ ।


Powered by Froala Editor

Tags opcc , congress , pradesh congress , odisha congress , Sarat Pattanayak

Related articles Odisha News Lens 4.1

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14433
    Sep 29, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14100
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14802
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15620
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14336
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15612
    Sep 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026
  • ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14100
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17792
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18205
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13937
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15716
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15282
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14656
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14301
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14336
    Sep 29, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14433
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In