ବାରକୋଟରେ ହେବ ଜେଏମଏଫସି କୋର୍ଟ, ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି
ଦେବଗଡ଼ ଜିଲ୍ଲାର ବାରକୋଟ୍ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ(ଜୁନିୟର ଡିଭିଜନ) ତଥା ଜେଏମଏଫସି କୋର୍ଟ ସ୍ଥାପନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ୍ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
ଏହି ନୂଆ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡ଼ିରହିଥିବା ମାମଲାଗୁଡ଼ିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂଆ କୋର୍ଟ ସହାୟକ ହେବ।
Powered by Froala Editor