Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜ୍ୟ
Home ›› ରାଜ୍ୟ ››ଆମ ଓଡିଶା ନବୀନ ଓଡିଶା : ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଆମ ଓଡିଶା ନବୀନ ଓଡିଶା : ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2023-10-17 18:35:21
13869
Share:
Facebook
Twitter
E-Mail
WhatsApp
Telegram
ଆମ ଓଡିଶା ନବୀନ ଓଡିଶା  :  ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଂଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।   ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । ଏଥିପାଇଁ ମୟୂରଭଂଜ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୧୧ କୋଟି ୫୦ ଲକ୍ଷ ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଡସାହି, ବାଙ୍ଗିରୀପୋଷି, ବାରିପଦା, ମୋରଡା ଏବଂ ଉଦଳା।  ଏହିସବୁ ନିର୍ବାଚନମଣ୍ଡଳୀର ୨୨୩ଟି ଗ୍ରାମ ପଞ୍ଚାୟତରେ ୩୦୮୧ ଟି ପ୍ରକଳ୍ପ ହେବ। ସେହିପରି ବରଗଡ ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୬ କୋଟି ୫୦ ଲକ୍ଷ ଟଙ୍କା  ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଅତାବିରା, ବିଜେପୁର, ବରଗଡ, ପଦମପୁର ଓ ଭଟଲି।  ଏଥିରେ ୨୫୩ଟି ଗ୍ରାମପଞ୍ଚାୟତରେ ୩୧୩୫ ଟି ପ୍ରକଳ୍ପ କରାଯିବ। ସେହିପରି ଦେବଗଡ ଜିଲ୍ଲାର  ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ ୩୫ କୋଟି ଟଙ୍କା ଅନୁମୋଦନ କରାଯାଇଛି ଏବଂ ଏଥିରେ ୭୦ଟି ଗ୍ରାମପଞ୍ଚାୟତରେ  ୯୯୧ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।


    ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ,  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।


    ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 


ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।


ଆଜିର କାର୍ଯ୍ୟକ୍ରମ ପାଇଁ ମୟୂରଭଂଜ ଜିଲ୍ଲାର ୫ଟି, ବରଗଡ ଜିଲ୍ଲାର ୫ଟି ଓ ଦେବଗଡ ଜିଲ୍ଲାର ଗୋଟିଏ ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 


5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟ ଲୋକଙ୍କ ମଧ୍ୟରେ ଉତ୍ସାହ ସ୍ରୁଷ୍ଟି  କରିଛି ବୋଲି କହିଥିଲେ।


 ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀମତୀ ମମତା ମହନ୍ତ,   ବିଧାୟକ ଶ୍ରୀ ରାଜକିଶୋର ଦାସ, ବିଧାୟକ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ,   ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ, ବିଧାୟକ ଶ୍ରୀମତୀ ବର୍ଷା ସିଂ ବରିହା,  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । 5T ସଚିବଙ୍କ ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ । 


ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି, ସେ ସଂପର୍କରେ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି । 

ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ମୟୂରଭଂଜ ଜିଲ୍ଲାରେ ବାରିପଦା ସହରର ରିଂଗ ରୋଡ ତଥା ବନ୍ୟା ନିୟନ୍ତ୍ରଣ ବନ୍ଧ ପାଇଁ ୧୫୪.୧୨ କୋଟି, ବାରିପଦା MPC College ର  ଉନ୍ନତିକରଣ ପାଇଁ ୧.୫୦ କୋଟି ଟଙ୍କା, ମାଣତ୍ରୀଠାରେ ବାବା କଖାରୁଆ ବୈଦନାଥ ଶିବ ମନ୍ଦିରର ଉନ୍ନତିକରଣ ପାଇଁ ୧ କୋଟି, ବାରିପଦାରୁ ପ୍ରତାପପୁର ବଡସାହି ଦେଇ ମାଣିତ୍ରୀ ପର୍ଯ୍ୟନ୍ତ ରାସ୍ତାର ଉନ୍ନତିକରଣ ପାଇଁ ୩୭.୦୪ କୋଟି, ବେତନଟୀ-ବଡସାହି ରାସ୍ତାର ଉନ୍ନତିକରଣ ପାଇଁ ୧୯.୪୪ କୋଟି – ଏହିପରି ଜିଲ୍ଲାର ୫ଟି ପ୍ରକଳ୍ପ ପାଇଁ ୨୧୩.୧୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ ।


ସେହିପରି ବରଗଡ ଜିଲ୍ଲାରେ ତୁରୁଙ୍ଗା ବୈଷ୍ଣୋଦେବୀ ମନ୍ଦିର ପାଇଁ ୧.୩୬ କୋଟି, ବରଗଡ ମହିଳା କଲେଜ ପାଇଁ ୧.୨୫ କୋଟି, ବରଗଡ ପଞ୍ଚାୟତ କଲେଜ ପାଇଁ ୧.୨୫ କୋଟି,  ସରଣ୍ଡା ବିଶେଷ୍ବର ମନ୍ଦିର ପାଇଁ ୨.୬୦ କୋଟି, ପପଙ୍ଗା ପାହାଡ ପର୍ଯ୍ୟଟନ କେନ୍ଦ୍ର ପାଇଁ ୧.୮୦ କୋଟି, ଅତାବିରା ରାମଚଣ୍ଡୀ ମନ୍ଦିର ପାଇଁ ୧.୪୦ କୋଟି, ଲରମ୍ଭା କଲେଜ ପାଇଁ ୧.୨୫ କୋଟି – ଏହିପରି ୭ଟି ପ୍ରକଳ୍ପ ପାଇଁ ୧୦.୯୧ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।


ସେହିପରି ଦେବଗଡ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ବିକାଶମୂଳକ କାମ ସଂପର୍କରେ ସୂଚନା ଦେଇ ଶ୍ରୀ ପାଣ୍ଡିଆନ କହିଲେ ଯେ ଗୋହିରା ଡ୍ୟାମ୍‌ର କେନାଲ ଲାଇନିଂ ପାଇଁ ୧୭.୬୮ କୋଟି, ତିଲେଇବଣି ହକି ଟ୍ରେନିଂ ସେଣ୍ଟରରେ ସିନ୍ଥେଟିକ ଟର୍ଫ ପାଇଁ ୧୨ କୋଟି ଟଙ୍କା, ଝାଡେଶ୍ବର ମନ୍ଦିରର ବିକାଶ ପାଇଁ ୩.୧୦ କୋଟି, ଦେବଗଡ ମଡେଲ ଡିଗ୍ରୀ କଲେଜ ପାଇଁ ୧.୨୫ କୋଟି, ଦେବଗଡ କଲେଜ ପାଇଁ ୧ କୋଟି, ପ୍ରଧାନପାଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୯୨ କୋଟି, କୁରୁଡକୋଟ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୫ କୋଟି, ଦେଓଝରଣ ଜଳପ୍ରପାତ ପର୍ଯ୍ୟଟନ ବିକାଶ ପାଇଁ ୦.୭୭ କୋଟି, ଗୋହିରା ନିକଟରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୦.୬୨ କୋଟି, ରିଆମାଳ ଯୋଗୀହୁଲି ପର୍ଯ୍ୟଟନ କ୍ଷେତ୍ର ପାଇଁ ୦.୬ କୋଟି ଏବଂ ରିଆମାଳ ଭିତରପଡା ଠାରେ ଡୋକ୍ରା କାରିଗର ମାନଙ୍କ ପାଇଁ Common Facility Centreର ବିକାଶ ପାଇଁ ୦.୪୦ କୋଟି ଟଙ୍କା – ଏହିପରି ୧୧ଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୯ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।


କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Naveen patnaik , Ama Odisha Naveen Odisha

Related articles Odisha News Lens 4.1

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13968
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14995
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13830
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15561
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13791
    Oct 18, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14219
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14882
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14971
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14273
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14219
    Oct 18, 2026
  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15561
    Oct 17, 2026
  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13789
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14219
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15254
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14687
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14786
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15788
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13791
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14273
    Oct 17, 2026
  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14971
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In