Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜନୀତି
Home ›› ରାଜନୀତି ››ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ଗଜପତି ମହାରାଜଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ଗଜପତି ମହାରାଜଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

2023-10-18 18:50:03
14072
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ଗଜପତି ମହାରାଜଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର,ତା.୧୮/୧୦: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ଦୀର୍ଘ ବର୍ଷ ଧରି ବାରମ୍ବାର ଦାବି କରାଯାଉଛି । କିଏ କହୁଛି ଲୁଟ୍ ହୋଇଛି ତ ଆଉ କିଏ କହୁଛି ଚାବି ହଜିଯାଇଛି । ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇବା ପରେ ଏବଂ ବିଜେପିର ତୀବ୍ର ଆନ୍ଦୋଳନ ପରେ ରାଜ୍ୟ ସରକାର ୨୦୧୮ ମସିହା ଜୁନ୍ ୬ ତାରିଖରେ ଜଷ୍ଟିସ୍ ରଘୁବୀର ଦାସ କମିଶନ ଗଠନ କରିଥିଲେ । ଆଜି ୫ ବର୍ଷ ବିତିଯାଇଥିଲେ ସୁଦ୍ଧା କମିଶନରୁ କିଛି ସୁଫଳ ମିଳିଲା ନାହିଁ । ଜଷ୍ଟିସ୍ ରଘୁବୀର ଦାସ କମିଶନଙ୍କ ରିପୋର୍ଟରେ କ’ଣ ଅଛି ରାଜ୍ୟ ସରକାର ତାହା ଆଜି ପର୍ଯ୍ୟନ୍ତ ପ୍ରକାଶ କଲେ ନାହିଁ । କିନ୍ତୁ ପରବର୍ତୀ ସମୟରେ ଚାବି ହଜିବା, ନକଲି ଚାବି ମିଳିବା ଘଟଣା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ମନରେ ଅନେକ ସନ୍ଦେହ ସୃଷ୍ଟି କରିଥିଲା । ଶେଷରେ ଶ୍ରୀମନ୍ଦିର କମିଟି ଗଠନ କରି ରତ୍ନଭଣ୍ଡାର ଖୋଲିବାକୁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଗତ ଅଗଷ୍ଟ ୪ତାରିଖରେ କମିଟି ଗଠନ ପାଇଁ ରିଜଲ୍ୟୁସନ କରାଯାଇଥିଲା ଓ ସେପ୍ଟେମ୍ବର ୨୯ରେ ମାନ୍ୟବର ହାଇକୋର୍ଟ ଶ୍ରୀମନ୍ଦିର କମିଟି ଗଠନ ନିର୍ଦ୍ଦେଶ ଦେଇଥିଲେ । ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରି ବର୍ତମାନ ସୁଦ୍ଧା କମିଟି ଗଠନ କରାଗଲା ନାହିଁ କି କୈାଣସି ପଦକ୍ଷେପ ନେଲେ ନାହିଁ ରାଜ୍ୟ ସରକାର । ରତ୍ନଭଣ୍ଡାରକୁ ନେଇ ଅଗଣିତ ଜଗନ୍ନାଥପ୍ରେମ଼ୀଙ୍କ ମନରେ ଉତ୍କଂଠା ଓ ସନ୍ଦେହ ବୃଦ୍ଧି ହେଉଥିବାବେଳେ ରାଜ୍ୟ ସରକାରଙ୍କ ହେୟ ମନୋଭାବ ପୁଣି ଥରେ ଜଗନ୍ନାଥପ୍ରେମୀଙ୍କୁ ଆଘାତ ଦେଇଛି ବୋଲି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।

୧୯୭୮ ମସିହା ପରେ ଦୀର୍ଘ ୪୫ବର୍ଷ ଧରି ରତ୍ନଭଣ୍ଡାର ଖୋଲାଯାଇ ନାହିଁ । ରତ୍ନଭଣ୍ଡାର ସୁରକ୍ଷିତ ଅଛି ବୋଲି ଗଣମାଧ୍ୟମରେ ଶ୍ରୀମନ୍ଦିର ପ୍ରଶାସକ ଦୃଢ଼କ୍ତି ପ୍ରକାଶ କରୁଥିବାବେଳେ ଖୋଲିବାକୁ ନେଇ ଆନ୍ତରିକତା ଦେଖାଉ ନାହାନ୍ତି କାହିଁକି ? ଗଜପତି ମହାରାଜ ଓ ଜଗତଗୁରୁ ଶଙ୍କରାଚାର୍ଯ୍ୟ ରତ୍ନଭଣ୍ଡାର ଖୋଲିବାକୁ ବାରମ୍ବାର କହିସାରିଛନ୍ତି । ରତ୍ନଭଣ୍ଡାର ଖୋଲିଲେ କୋଟି କୋଟି ଜଗନ୍ନାଥପ୍ରେମୀମାନଙ୍କ ଦ୍ୱନ୍ଦ୍ୱ ଦୂର ହେବ । ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଆଜି ଶ୍ରୀ ମହାନ୍ତିଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜଙ୍କୁ ଭେଟି ବିସ୍ତୃତ ଭାବେ ଆଲୋଚନା କରିଛନ୍ତି ।

ଆଲୋଚନା ପ୍ରସଙ୍ଗରେ ସୂଚନା ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ, ଗଜପତି ମହାରାଜ ହେଉଛନ୍ତି ଆସ୍ଥା ଓ ବିଶ୍ୱାସର ପ୍ରତୀକ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତି ମହାରାଜଙ୍କ ସହ ବିସ୍ତୃତ ଆଲୋଚନା କରାଗଲା । ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଗଜପତି ମହାରାଜଙ୍କଠାରୁ ରତ୍ନଭଣ୍ଡାର ଖୋଲାଯିବା ଏବଂ ସୁରକ୍ଷା ପ୍ରସଙ୍ଗରେ ବହୁ ଆଶା ରଖିଛନ୍ତି ଅଗଣିତ ଜଗନ୍ନାଥପ୍ରେମୀ । ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ଏକ କମିଟି ଗଠନ କରାଯାଇ ତୁରନ୍ତ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ନିବେଦନ କରିଥିଲୁ । ରିଜଲ୍ୟୁସନ ମାଧ୍ୟମରେ ଗଜପତି ମହାରାଜ ରାଜ୍ୟ ସରକାରଙ୍କୁ ଜଣାଇଛନ୍ତି ଏବଂ ସେ ନିଜେ ବହୁ ଆଶାବାଦୀ ଅଛନ୍ତି ବୋଲି ଗଜପତି ମହାରାଜ ପ୍ରତିନିଧିମଣ୍ଡଳୀଙ୍କୁ କହିଛନ୍ତି । ବର୍ତମାନ ରତ୍ନଭଣ୍ଡାର ଖୋଲିବାର ସଂପୂର୍ଣ୍ଣ ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର ଏବଂ କମିଟି ଗଠନ କରି ତୁରନ୍ତ ରତ୍ନଭଣ୍ଡାର ଖୋଲାଯାଉ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

୨ ମାସ ଭିତରେ କମିଟି ଗଠନ କରିବା ପାଇଁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବାବେଳେ ବର୍ତମାନ ୩ ମାସ ପୁରିବାକୁ ବସିଲାଣି, କିନ୍ତୁ ବର୍ତମାନ ସୁଦ୍ଧା କମିଟି ଗଠନ କରାଗଲା ନାହିଁ । ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ୱେ ଯଦି ରାଜ୍ୟ ସରକାର ତୁରନ୍ତ କମିଟି ଗଠନ ନକରନ୍ତି, ତାହେଲେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅବମାନନା ବିରୁଦ୍ଧରେ ପୁଣି ଥରେ ମାନ୍ୟବର ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବୁ ବୋଲି ବରିଷ୍ଠ ବିଜେପି ନେତା ତଥା ଆଇନଜୀବି ଶ୍ରୀ ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି ।

ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ଉପସଭାପତି ତଥା ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର ଏବଂ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଉପସ୍ଥିତ ଥିଲେ ।

Powered by Froala Editor

Tags BJPOdisha

Related articles Odisha News Lens 4.1

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14071
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13930
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14574
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13872
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15651
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13770
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15391
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14560
    Sep 28, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15487
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15391
    Sep 27, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13930
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13770
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13707
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15689
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15254
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14629
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14867
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14100
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13872
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14574
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13677
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In