୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ସ୍ୱେଚ୍ଛାକୃତ ଅବସର
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ରାଜ୍ୟର ୫-ଟି ସଚିବ ଭି.କେ ପାଣ୍ଡିଆନ ସ୍ୱେଚ୍ଛାକୃତ ଅବସର (ଭିଆରଏସ) ଗ୍ରହଣ କରିଛନ୍ତି । ପାଣ୍ଡିଆନଙ୍କ ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରିଛନ୍ତି । ସର୍ବଭାରତୀୟ ସେବା ଆଇନ ୧୬(୨କ) ଅନୁସାରେ ମଂଜୁର ହୋଇଥିବା ଜଣା ପଡିଛି । କେନ୍ଦ୍ର କାର୍ମିକ ବିଭାଗର ଅନୁସଚିବ ଏ ନେଇ ବିଜ୍ଞପ୍ତି ପତ୍ର ପ୍ରକାଶକରିଛନ୍ତି । ରାଜ୍ୟ ସରକାରଙ୍କୁ ଏହି ପତ୍ର ପ୍ରେରଣ କରାଯାଇଛି ।
ରାଜ୍ୟ ସରକାର ଗତ ୨୦ ତାରିଖରେ ଭି.କେ ପାଣ୍ଡିଆନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି । ଓଡ଼ିଶା କ୍ୟାଡରର ୨୦୦୦ ବ୍ୟାଚ୍ର ଆଇଏଏସ୍ ଅଫିସର ପାଣ୍ଡିଆନଙ୍କ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ର ସରକାର ସାଧାରଣ ପ୍ରଶାସନ ବିଭାଗକୁ ଜଣାଇଛନ୍ତି। ଶ୍ରୀ ପାଣ୍ଡିଆନ୍ଙ୍କ ପ୍ରସ୍ତାବ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ଦ୍ବାରା ଗୃହୀତ ହୋଇଥିବା କେନ୍ଦ୍ର କାର୍ମିକ ବିଭାଗ ଜଣାଇଛି। ଏନେଇ କେନ୍ଦ୍ର କର୍ମୀକ ମନ୍ତ୍ରାଳୟର ଅନୁସଚିବ ଭୂପିନ୍ଦର ପାଲ ସିଂ ଏକ ପତ୍ର ଲେଖି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବଙ୍କୁ ଅବଗତ କରିଛନ୍ତି।
ଏହିଠାରେ ସୂଚାନଜେ ୨୦୦୦ ବ୍ୟାଚ୍ର ଆଇଏଏସ୍ ଅଫିସର ଭି.କେ ପାଣ୍ଡିଆନଙ୍କ ଜନ୍ମ ୧୯୭୪ ମସିହାରେ ତାମିଲନାଡୁରେ ହୋଇଥିଲା | ସେ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ୨୦୦୫ରୁ ୨୦୦୭ ପର୍ଯ୍ୟନ୍ତ ସେ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ । ୨୦୦୭ରୁ ୨୦୧୧ ପର୍ଯ୍ୟନ୍ତ ଶ୍ରୀ ପାଣ୍ଡିଆନ୍ ଗଞ୍ଜାମ ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ ଜିଳ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ବ ନିର୍ବାହ ପରେ ସେ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରେ ନିଯୁକ୍ତ ହୋଇଥିଲେ । ସେ ୨୦୧୯ରେ ୫ଟି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଗ୍ରହଣ କରିଥିଲେ।
Powered by Froala Editor