ମା’ଙ୍କ ଭସାଣ ଉତ୍ସବ: କମିଶନରେଟ ପୁଲିସ ପକ୍ଷରୁ ଗାଇଡଲାଇନ୍ ଜାରି
କଟକ: ଆସନ୍ତାକାଲି କଟକରେ ମା’ ଦୁର୍ଗାଙ୍କର ଭସାଣ ଉତ୍ସବ। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହେବ। ଦେବୀଗଡ଼ା ଘାଟଠାରେ ବିସର୍ଜନ ପର୍ବ ଅନୁଷ୍ଠିତ ହେବ।ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ୍ ଜାରି ହୋଇଛି। ଭସାଣ ବେଳେ ମୁଖ୍ୟ ରାସ୍ତାରେ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। କଲେଜ ଛକଠାରୁ ବକ୍ସିବଜାର ପର୍ଯ୍ୟନ୍ତ ଯାନବାହାନ ଚଳାଚଳ ମନା। ଠିକ୍ ସେହିପରି ତିନିକୋଣିଆ ବଗିଚାରୁ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଭସାଣ ବେଳେ କୌଣସି ଯାନବାହନ ଚଳାଚଳ କରିପାରିବ ନାହିଁ। ଏଣେ ଚଣ୍ଡୀଛକରୁ ଶେଖ ବଜାର ଓ ମହମ୍ମଦିଆ ବଜାର ବାଟଦେଇ ଚାନ୍ଦିନୀଚୌକ ଯାଏଁ ରାସ୍ତାରେ ବି ଗାଡ଼ି ଚଳାଚଳକୁ ବାରଣ କରାଯାଇଛି।
ଠିକ୍ ସେହିପରି ଜାଉଁଳିଆପଟିରୁ ଫିରଙ୍ଗି ବଜାର ଦେଇ ଦେବୀଗଡ଼ା ଯାଏ ବି ଯାନବାହନ ଚଳାଚଳ ମନା। ତେଣେ ଚୌଧୁରୀ ବଜାରରୁ ପୂର୍ଣ୍ଣ ସାହି ଯାଏ ବି ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ଏନେଇ ଜନସାଧାରଣଣଙ୍କୁ ସହଯୋଗ କରିବାକୁ କମିଶନରେଟ ପୁଲିସ ପକ୍ଷରୁ ନିବେଦନ କରାଯାଇଛି। ଉକ୍ତ ନିୟମ ଉଲ୍ଲଂଘନ କରିଲେ, ୫୦୦ ଟଙ୍କାରୁ ୧ ହଜାର ଟଙ୍କା ଯାଏ ଜରିମାନା ଆଦାୟ କରାଯିବା ନେଇବି ଚେତାବନୀ ଦିଆଯାଇଛି।
Powered by Froala Editor