ପରଲୋକରେ ବ୍ରହ୍ମଗିରି ପୂର୍ବତନ ବିଧାୟକ ଅଜୟ ଜେନା
ଭୁବନେଶ୍ୱର: ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ମୃତ୍ୟୁ ଘଟିଛି।
ଜନତା ଦଳ ଟିକେଟରେ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଅଜୟ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।ଅଜୟ ୧୯୪୩ ମସିହା ଜୁଲାଇ ୨୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ।
Powered by Froala Editor