ଆଜି ମେଟ୍ରୋ ପ୍ରକଳ୍ପର ସମୀକ୍ଷା କଲେ ଭି.କେ. ପାଣ୍ଡିଆନ

କଟକ: ନୂଆବର୍ଷରେ ଶିଳାନ୍ୟାସ ହେବ ମେଟ୍ରୋ ରେଳ ପ୍ରକଳ୍ପ । ଜାନୁଆରୀ ପହିଲାରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ।
5Tଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପ୍ରସ୍ତାବିତ ମେଟ୍ରୋ ଟର୍ମିନାଲ ଓ ତ୍ରିଶୁଳିଆ ଡିପୋରେ ପହଞ୍ଚି ସମୀକ୍ଷା କରିଛନ୍ତି । ଭୁବନେଶ୍ବର ଓ କଟକ ପାଇଁ ତ୍ରିଶୁଳିଆ ହେବ ପରିବହନର ହବ୍ । ଏହି ଅବସରରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ୟ୍ୟକୁ ତ୍ବରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।5T ନୀତି ଆଧାରରରେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ୟ୍ୟ ସାରିବାକୁ ଭି.କେ. ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି ।
ଗତ ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଡିପିଆରକୁ ମଞ୍ଜୁରୀ ଦେଇଥିଲେ ।
Powered by Froala Editor