Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ରାଜନୀତି
Home ›› ରାଜନୀତି ››ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

2023-10-30 10:37:29
14121
Share:
Facebook
Twitter
E-Mail
WhatsApp
Telegram
ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ   ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର ତା. ୩୦.୧୦- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ଶ୍ରୀ ପଂଚାନନ କାନୁନଗୋ ଦେଶରେ ଏବଂ ବିଶେଷ କରି ପୂର୍ବତଟ ରେଳପଥରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣା ପାଇଁ ଅପାରଗ ଓ ଦାୟୀତ୍ୱହୀନ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କର ଇସ୍ତଫା ଦାବି କରିଥିଲେ । ସେ କହିଥିଲେ ଯେ ଓଡ଼ିଶାରୁ ଉଭୟ ବିଜେଡ଼ି ଓ ବିଜେପିର ସମର୍ଥନରେ ମିଳିତ ପ୍ରାର୍ଥୀ ଭାବରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇ କେନ୍ଦ୍ରରେ ରେଳମନ୍ତ୍ରୀ ହୋଇଥିବା ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ପାଇଁ ଦୁଃଖ ପାଲଟିଛନ୍ତି । ପୂର୍ବରୁ ରେଳବିଭାଗ ପାଇଁ ଏକ ସ୍ୱତନ୍ତ୍ର ବଜେଟ ସଂସଦରେ ଉପସ୍ଥାପନ କରାଯାଉଥିଲା । କିନ୍ତୁ ମୋଦି ସରକାରଙ୍କ ସମୟରେ ରେଳ ବେଜଟ ସାଧାରଣ ବଜେଟ ଭିତରେ ମିଶାଇ ଦିଆଯିବା ଫଳରେ ରେଳ ବଜେଟର ଅନେକ ବୈଷୟିକ କାର୍ଯ୍ୟକଳାପ ଓ ଆର୍ଥିକସ୍ଥିତି  ବିଷୟରେ ସାଧାରଣ ଜନତାଙ୍କର ଜାଣିବାର ସୁଯୋଗ ନାହିଁ । ବନ୍ଦେ ଭାରତ ଏକ୍ସପ୍ରେସ ଭଳି ଏକ ନିର୍ଦ୍ଦିଷ୍ଟ ଟ୍ରେନକୁ ଅତ୍ୟଧିକ ବେଗରେ ଚଳାଇବା ପାଇଁ ଯେଉଁ ତୁଚ୍ଛା ପ୍ରତିଯୋଗିତା ଆରମ୍ଭ କରାଯାଇଛି ସେଥିରେ ସାଧାରଣ ଭାବରେ ଚଳାଚଳ କରୁଥିବା ସୁପରଫାଷ୍ଟ, ଏକ୍ସପ୍ରେସ ଏବଂ ପାସେଞ୍ଜର ଟ୍ରେନ ଗୁଡ଼ିକର ସୁରକ୍ଷା ବ୍ୟବସ୍ଥା ବିପନ୍ନ ହୋଇଛି । ୨୦୦୦ ମସିହାରୁ ୨୦୨୩ ମସିହା ଭିତରେ ଟ୍ରେନର ସଂଖ୍ୟାରେ ୭୦% ବୃଦ୍ଧି ପାଇବା ବେଳେ ସେହି ତୁଳନାରେ ଅଧିକ ସଂଖ୍ୟକ ରେଲୱେ ଟ୍ରାକ ବିଛାଇବା କାର୍ଯ୍ୟ ଆଦୌ କରାଯାଇ ନାହିଁ । ରେଲୱେ ସିଗ୍‌ନାଲ ସିଷ୍ଟମରେ ବ୍ୟାପକ ବୈଷୟୀକ ତୃଟି ଯୋଗୁଁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ଏବଂ ପରବର୍ତୀ ଅବସ୍ଥାରେ ଦେଶରେ ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ନଷ୍ଟ ହେବା ସହ ଅନେକ ଲୋକ ଅକାଳରେ ମୃତ୍ୟୁବରଣ କରିଛନ୍ତି । ଗତକାଲି ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାରେ ଦୁଇଟି ପାସେଞ୍ଜର ଟ୍ରେନ ମଧ୍ୟରେ ଘଟିଥିବା ଦୁର୍ଘଟଣା ଅତିବ ଦୁଃଖଦାୟକ । ଏଥିରେ ବର୍ତମାନ ସୁଦ୍ଧା ୧୪ରୁ ଅଧିକ ଲୋକ ମୃତ୍ୟୁବରଣ କରିବା ସହିତ ସଂଖ୍ୟାଧିକ ଲୋକ ଗୁରୁତ୍ୱର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । କିନ୍ତୁ ଏତେ ଦୁର୍ଘଟଣା ଘଟିବା ସତ୍ୱେ ରେଳମନ୍ତ୍ରୀ କିଛି ଶିକ୍ଷାଲାଭ କଲାଭଳି ଲାଗୁନାହିଁ । ତେଣୁ ଓଡ଼ିଶାକୁ ଜାତୀୟସ୍ତରରେ ଅଧିକ ଲଜ୍ଜିତ ହେବାକୁ ନଦେଇ ନୈତିକତା ଦୃଷ୍ଟିରୁ ତୁରନ୍ତ ଇସ୍ତଫା ଦେବାପାଇଁ ଶ୍ରୀ କାନୁନଗୋ ଦାବି କରିଥିଲେ ।
ପ୍ରଦେଶ କଂଗ୍ରେସ ମୁଖପାତ୍ର ପ୍ରଶାନ୍ତ ଶତପଥି ରେଳ ବିଭାଗର ଦାୟୀତ୍ୱ ହୀନତା ଓ ଉଦାସୀନତାକୁ ନେଇ ପ୍ରଶ୍ନ କରିବା ସହିତ ବିଜେପି ବିଜେଡ଼ି ଭାଇଚାରାର ମୂର୍ତିମନ୍ତ ପ୍ରତିକ ରେଳମନ୍ତ୍ରୀଙ୍କୁ ତୁରନ୍ତ ପଦରୁ ଇସ୍ତଫା ଦେବାକୁ ଆହ୍ୱାନ ଦେଇଥିଲେ । ଶ୍ରୀ ଶତପଥି କହିଥିଲେ ଯେ ୨୦୨୨-୨୩ ରେ ବର୍ତମାନ ସୁଦ୍ଧା ସମୁଦାୟ ୧୮ଟି ଟ୍ରେନ ଦୁର୍ଘଟଣା ଘଟିସାରିଲାଣି । ତାର ମୁଖ୍ୟ କାରଣ ରେଲୱେ ଟ୍ରାକର ସମୟ ଅନୁସାରେ ରକ୍ଷଣାବେକ୍ଷଣ ଏବଂ ଡିଜିଟାଲ ସିଗ୍‌ନାଲିଂ ସିଷ୍ଟମର ସଠିକ ମେଂଟେନାନ୍ସ ଅଭାବରୁ ଏଭଳି ଦୁର୍ଘଟଣା ବାରମ୍ବାର ଘଟି ଚାଲିଛି । ଯେଉଁ ଠିକା ସଂସ୍ଥାକୁ ସିଗ୍‌ନାଲିଂ ସିଷ୍ଟମର ମେଂଟେନାନ୍ସ ପାଇଁ ଠିକା ଦିଆଯାଇଛି ବିଗତ କିଛି ବର୍ଷ ଧରି ସଠିକ କାମ ନକରି କେବଳ ବିଲ ପାସକରି ନେଇଥିବା ହେତୁ ଏଭଳି ଦୁର୍ଘଟଣା ଘଟୁଛି ବୋଲି କିଛି ବରିଷ୍ଠ ରେଳବିଭାଗର ଅଧିକାରୀ ନାମ ଗୋପନ ରଖି ଏକଥା ପ୍ରକାଶ କରିଛନ୍ତି । ରେଲ ଲାଇନ, ରେଳ ଷ୍ଟେସନ ଆଦିକୁ ଆଦାନୀ ଭଳି ଘରୋଇ କମ୍ପାନୀ ହାତକୁ ଟେକି ଦେଇଥିବା ମୋଦି ସରକାର ସାଧାରଣ ଜନତାଙ୍କର ରେଳଯାତ୍ରା ସମୟରେ ସୁରକ୍ଷାକୁ ଆଦୌ ଗୁରୁତ୍ୱ ନେଦେବା ଅତ୍ୟନ୍ତ ନିନ୍ଦନୀୟ । ଲାଭଖୋର ମନବୃତି ନେଇ କିଛି ନିର୍ଦ୍ଦିଷ୍ଟ କମ୍ପାନୀର ମାଲଗାଡ଼ିକୁ ପ୍ରଥମେ ଯିବାପାଇଁ ସୁଯୋଗ ଦେବା ଏବଂ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନକୁ ବିଳମ୍ବରେ ଚଲାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଶ୍ରୀ ଶତପଥି ତଥ୍ୟ ରଖି କହିଥିଲେ ଯେ ଦେଶରେ ରେଳବିଭାଗର ସୁରକ୍ଷା ସମ୍ପର୍କିତ ପଦବୀ କ୍ଷେତ୍ରରେ ୧ ଲକ୍ଷ ୪୦ ହଜାର ପଦବୀ ଖାଲିଥିବା ବେଳେ ସମୁଦାୟ ୩ ଲକ୍ଷ ୧୨ ହଜାର ପଦବୀ ଖାଲି ପଡ଼ିଛି । ଏଗୁଡ଼ିକୁ ଅଗ୍ରାଧିକାର ଭିତିରେ ପୂରଣ କରିବାର କୌଣସି କାର୍ଯ୍ୟକ୍ରମ ହାତକୁ ନିଆଯାଉ ନାହିଁ । ଦେଶରେ ମେ ମାସ ୨୦୨୨ ମସିହା ଠାରୁ ଏପ୍ରିଲ ମାସ ୨୦୨୩ ମସିହା ଭିତରେ ସମୁଦାୟ ୫୧ ହଜାର ଥର ରେଲ ସିଗ୍‌ନାଲିଂ ସିଷ୍ଟମ ଫେଲ ମାରିଛି । କିନ୍ତୁ ଏ ତ୍ରୁଟିକୁ ସୁଧାରିବାପାଇଁ ମୋଦି ସରକାର ଏବଂ ରେଳମନ୍ତ୍ରୀଙ୍କ ତରଫରୁ କୌଣସି କାର୍ଯ୍ୟକ୍ରମ ଅଦ୍ୟାବଧି ହାତକୁ ନିଆଯାଇ ନାହିଁ । ରେଳ ଭଡ଼ା ଆଗ ଅପେକ୍ଷା ଦୁଇଗୁଣା ବଢ଼ିଥିବା ବେଳେ ରେଳ ଯାତ୍ରୀଙ୍କର ସୁରକ୍ଷାକୁ ସମ୍ପୁର୍ଣ୍ଣ ଭାବରେ ନଜର ଅନ୍ଦାଜ କରାଯାଉଛି । ଏ ପରିପ୍ରେକ୍ଷୀରେ ଓଡ଼ିଶାକୁ ରେଳ ବଜେଟରେ ଅଧିକ ଅନୁଦାନ ରାଶି ଦିଆଯାଉଥିବାର ଯେଉଁ ତୁଚ୍ଛା ବାହାସପୋଟ ମରାଯାଉଛି ତାହାର ବାସ୍ତବିକ ସତ୍ୟତା କିଛି ଅଲଗା । ତଥ୍ୟ କୁହେ ୨୦୧୬-୧୭ ମସିହାରେ ୧୫୫୦ କୋଟି ଟଙ୍କା ବ୍ୟୟବରାଦ ରାଶିରୁ ମାତ୍ର ୮୭୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ସେହିଭଳି ୨୦୧୭-୧୮ରେ ୫୧୦୨ କୋଟିରୁ ମାତ୍ର ୭୭୬ କୋଟି ଖର୍ଚ୍ଚ କରାଯାଇଛି । ୨୦୧୮-୧୯ ରେ ୫୨୫୨ କୋଟିରୁ ୧୦୪୮ କୋଟି ଖର୍ଚ୍ଚ ହୋଇଛି । ୨୦୧୯-୨୦ ରେ ୫୯୯୩ କୋଟିରୁ ପାଖାପାଖି ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି ଓଡ଼ିଶାରେ ବଜେଟ ବ୍ୟୟବରାଦ ରାଶି ଖର୍ଚ୍ଚ ହେଉନଥିବାରୁ ରେଳ ବିଭାଗର ଯାତ୍ରୀ ସୁରକ୍ଷା ସଂପୂର୍ଣ୍ଣରୂପେ ବିପର୍ଯ୍ୟସ୍ତ ହୋଇଛି । ତେଣୁ କଂଗ୍ରେସର ଦାବି ନିଜର ଅପାରଗତା ପାଇଁ ଓଡ଼ିଶାବାସୀଙ୍କୁ କ୍ଷମା ମାଗି ରେଳମନ୍ତ୍ରୀ ତୁରନ୍ତ ନିଜ ପଦରୁ ଇସ୍ତଫା ଦିଅନ୍ତୁ । ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ମନୋରଞ୍ଜନ ଦାଶ ଏବଂ ସଂଯୋଜକ ଦୀପକ କୁମାର ମହପାତ୍ର ଉପସ୍ଥିତ ଥିଲେ ।

Powered by Froala Editor

Tags opcc , congress , pradesh congress , odisha congress

Related articles Odisha News Lens 4.1

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15262
    Nov 17, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13807
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15555
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13582
    Nov 18, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14325
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14252
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14002
    Nov 17, 2025
  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16086
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15151
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14427
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15286
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14313
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14002
    Nov 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In