Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

Home ›› ››ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

2023-10-30 10:37:29
14178
Share:
Facebook
Twitter
E-Mail
WhatsApp
Telegram
ଲଗାତାର ଟ୍ରେନ ଦୁର୍ଘଟଣା ପାଇଁ ନୈତିକ ଦାୟୀତ୍ୱ ନେଇ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ   ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ଦୁଃଖ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର ତା. ୩୦.୧୦- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ଶ୍ରୀ ପଂଚାନନ କାନୁନଗୋ ଦେଶରେ ଏବଂ ବିଶେଷ କରି ପୂର୍ବତଟ ରେଳପଥରେ ବାରମ୍ବାର ଘଟୁଥିବା ରେଳ ଦୁର୍ଘଟଣା ପାଇଁ ଅପାରଗ ଓ ଦାୟୀତ୍ୱହୀନ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କର ଇସ୍ତଫା ଦାବି କରିଥିଲେ । ସେ କହିଥିଲେ ଯେ ଓଡ଼ିଶାରୁ ଉଭୟ ବିଜେଡ଼ି ଓ ବିଜେପିର ସମର୍ଥନରେ ମିଳିତ ପ୍ରାର୍ଥୀ ଭାବରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇ କେନ୍ଦ୍ରରେ ରେଳମନ୍ତ୍ରୀ ହୋଇଥିବା ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶାର ଲଜ୍ଜା ଓ ଦେଶବାସୀଙ୍କ ପାଇଁ ଦୁଃଖ ପାଲଟିଛନ୍ତି । ପୂର୍ବରୁ ରେଳବିଭାଗ ପାଇଁ ଏକ ସ୍ୱତନ୍ତ୍ର ବଜେଟ ସଂସଦରେ ଉପସ୍ଥାପନ କରାଯାଉଥିଲା । କିନ୍ତୁ ମୋଦି ସରକାରଙ୍କ ସମୟରେ ରେଳ ବେଜଟ ସାଧାରଣ ବଜେଟ ଭିତରେ ମିଶାଇ ଦିଆଯିବା ଫଳରେ ରେଳ ବଜେଟର ଅନେକ ବୈଷୟିକ କାର୍ଯ୍ୟକଳାପ ଓ ଆର୍ଥିକସ୍ଥିତି  ବିଷୟରେ ସାଧାରଣ ଜନତାଙ୍କର ଜାଣିବାର ସୁଯୋଗ ନାହିଁ । ବନ୍ଦେ ଭାରତ ଏକ୍ସପ୍ରେସ ଭଳି ଏକ ନିର୍ଦ୍ଦିଷ୍ଟ ଟ୍ରେନକୁ ଅତ୍ୟଧିକ ବେଗରେ ଚଳାଇବା ପାଇଁ ଯେଉଁ ତୁଚ୍ଛା ପ୍ରତିଯୋଗିତା ଆରମ୍ଭ କରାଯାଇଛି ସେଥିରେ ସାଧାରଣ ଭାବରେ ଚଳାଚଳ କରୁଥିବା ସୁପରଫାଷ୍ଟ, ଏକ୍ସପ୍ରେସ ଏବଂ ପାସେଞ୍ଜର ଟ୍ରେନ ଗୁଡ଼ିକର ସୁରକ୍ଷା ବ୍ୟବସ୍ଥା ବିପନ୍ନ ହୋଇଛି । ୨୦୦୦ ମସିହାରୁ ୨୦୨୩ ମସିହା ଭିତରେ ଟ୍ରେନର ସଂଖ୍ୟାରେ ୭୦% ବୃଦ୍ଧି ପାଇବା ବେଳେ ସେହି ତୁଳନାରେ ଅଧିକ ସଂଖ୍ୟକ ରେଲୱେ ଟ୍ରାକ ବିଛାଇବା କାର୍ଯ୍ୟ ଆଦୌ କରାଯାଇ ନାହିଁ । ରେଲୱେ ସିଗ୍‌ନାଲ ସିଷ୍ଟମରେ ବ୍ୟାପକ ବୈଷୟୀକ ତୃଟି ଯୋଗୁଁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ଏବଂ ପରବର୍ତୀ ଅବସ୍ଥାରେ ଦେଶରେ ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ନଷ୍ଟ ହେବା ସହ ଅନେକ ଲୋକ ଅକାଳରେ ମୃତ୍ୟୁବରଣ କରିଛନ୍ତି । ଗତକାଲି ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାରେ ଦୁଇଟି ପାସେଞ୍ଜର ଟ୍ରେନ ମଧ୍ୟରେ ଘଟିଥିବା ଦୁର୍ଘଟଣା ଅତିବ ଦୁଃଖଦାୟକ । ଏଥିରେ ବର୍ତମାନ ସୁଦ୍ଧା ୧୪ରୁ ଅଧିକ ଲୋକ ମୃତ୍ୟୁବରଣ କରିବା ସହିତ ସଂଖ୍ୟାଧିକ ଲୋକ ଗୁରୁତ୍ୱର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । କିନ୍ତୁ ଏତେ ଦୁର୍ଘଟଣା ଘଟିବା ସତ୍ୱେ ରେଳମନ୍ତ୍ରୀ କିଛି ଶିକ୍ଷାଲାଭ କଲାଭଳି ଲାଗୁନାହିଁ । ତେଣୁ ଓଡ଼ିଶାକୁ ଜାତୀୟସ୍ତରରେ ଅଧିକ ଲଜ୍ଜିତ ହେବାକୁ ନଦେଇ ନୈତିକତା ଦୃଷ୍ଟିରୁ ତୁରନ୍ତ ଇସ୍ତଫା ଦେବାପାଇଁ ଶ୍ରୀ କାନୁନଗୋ ଦାବି କରିଥିଲେ ।
ପ୍ରଦେଶ କଂଗ୍ରେସ ମୁଖପାତ୍ର ପ୍ରଶାନ୍ତ ଶତପଥି ରେଳ ବିଭାଗର ଦାୟୀତ୍ୱ ହୀନତା ଓ ଉଦାସୀନତାକୁ ନେଇ ପ୍ରଶ୍ନ କରିବା ସହିତ ବିଜେପି ବିଜେଡ଼ି ଭାଇଚାରାର ମୂର୍ତିମନ୍ତ ପ୍ରତିକ ରେଳମନ୍ତ୍ରୀଙ୍କୁ ତୁରନ୍ତ ପଦରୁ ଇସ୍ତଫା ଦେବାକୁ ଆହ୍ୱାନ ଦେଇଥିଲେ । ଶ୍ରୀ ଶତପଥି କହିଥିଲେ ଯେ ୨୦୨୨-୨୩ ରେ ବର୍ତମାନ ସୁଦ୍ଧା ସମୁଦାୟ ୧୮ଟି ଟ୍ରେନ ଦୁର୍ଘଟଣା ଘଟିସାରିଲାଣି । ତାର ମୁଖ୍ୟ କାରଣ ରେଲୱେ ଟ୍ରାକର ସମୟ ଅନୁସାରେ ରକ୍ଷଣାବେକ୍ଷଣ ଏବଂ ଡିଜିଟାଲ ସିଗ୍‌ନାଲିଂ ସିଷ୍ଟମର ସଠିକ ମେଂଟେନାନ୍ସ ଅଭାବରୁ ଏଭଳି ଦୁର୍ଘଟଣା ବାରମ୍ବାର ଘଟି ଚାଲିଛି । ଯେଉଁ ଠିକା ସଂସ୍ଥାକୁ ସିଗ୍‌ନାଲିଂ ସିଷ୍ଟମର ମେଂଟେନାନ୍ସ ପାଇଁ ଠିକା ଦିଆଯାଇଛି ବିଗତ କିଛି ବର୍ଷ ଧରି ସଠିକ କାମ ନକରି କେବଳ ବିଲ ପାସକରି ନେଇଥିବା ହେତୁ ଏଭଳି ଦୁର୍ଘଟଣା ଘଟୁଛି ବୋଲି କିଛି ବରିଷ୍ଠ ରେଳବିଭାଗର ଅଧିକାରୀ ନାମ ଗୋପନ ରଖି ଏକଥା ପ୍ରକାଶ କରିଛନ୍ତି । ରେଲ ଲାଇନ, ରେଳ ଷ୍ଟେସନ ଆଦିକୁ ଆଦାନୀ ଭଳି ଘରୋଇ କମ୍ପାନୀ ହାତକୁ ଟେକି ଦେଇଥିବା ମୋଦି ସରକାର ସାଧାରଣ ଜନତାଙ୍କର ରେଳଯାତ୍ରା ସମୟରେ ସୁରକ୍ଷାକୁ ଆଦୌ ଗୁରୁତ୍ୱ ନେଦେବା ଅତ୍ୟନ୍ତ ନିନ୍ଦନୀୟ । ଲାଭଖୋର ମନବୃତି ନେଇ କିଛି ନିର୍ଦ୍ଦିଷ୍ଟ କମ୍ପାନୀର ମାଲଗାଡ଼ିକୁ ପ୍ରଥମେ ଯିବାପାଇଁ ସୁଯୋଗ ଦେବା ଏବଂ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନକୁ ବିଳମ୍ବରେ ଚଲାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଶ୍ରୀ ଶତପଥି ତଥ୍ୟ ରଖି କହିଥିଲେ ଯେ ଦେଶରେ ରେଳବିଭାଗର ସୁରକ୍ଷା ସମ୍ପର୍କିତ ପଦବୀ କ୍ଷେତ୍ରରେ ୧ ଲକ୍ଷ ୪୦ ହଜାର ପଦବୀ ଖାଲିଥିବା ବେଳେ ସମୁଦାୟ ୩ ଲକ୍ଷ ୧୨ ହଜାର ପଦବୀ ଖାଲି ପଡ଼ିଛି । ଏଗୁଡ଼ିକୁ ଅଗ୍ରାଧିକାର ଭିତିରେ ପୂରଣ କରିବାର କୌଣସି କାର୍ଯ୍ୟକ୍ରମ ହାତକୁ ନିଆଯାଉ ନାହିଁ । ଦେଶରେ ମେ ମାସ ୨୦୨୨ ମସିହା ଠାରୁ ଏପ୍ରିଲ ମାସ ୨୦୨୩ ମସିହା ଭିତରେ ସମୁଦାୟ ୫୧ ହଜାର ଥର ରେଲ ସିଗ୍‌ନାଲିଂ ସିଷ୍ଟମ ଫେଲ ମାରିଛି । କିନ୍ତୁ ଏ ତ୍ରୁଟିକୁ ସୁଧାରିବାପାଇଁ ମୋଦି ସରକାର ଏବଂ ରେଳମନ୍ତ୍ରୀଙ୍କ ତରଫରୁ କୌଣସି କାର୍ଯ୍ୟକ୍ରମ ଅଦ୍ୟାବଧି ହାତକୁ ନିଆଯାଇ ନାହିଁ । ରେଳ ଭଡ଼ା ଆଗ ଅପେକ୍ଷା ଦୁଇଗୁଣା ବଢ଼ିଥିବା ବେଳେ ରେଳ ଯାତ୍ରୀଙ୍କର ସୁରକ୍ଷାକୁ ସମ୍ପୁର୍ଣ୍ଣ ଭାବରେ ନଜର ଅନ୍ଦାଜ କରାଯାଉଛି । ଏ ପରିପ୍ରେକ୍ଷୀରେ ଓଡ଼ିଶାକୁ ରେଳ ବଜେଟରେ ଅଧିକ ଅନୁଦାନ ରାଶି ଦିଆଯାଉଥିବାର ଯେଉଁ ତୁଚ୍ଛା ବାହାସପୋଟ ମରାଯାଉଛି ତାହାର ବାସ୍ତବିକ ସତ୍ୟତା କିଛି ଅଲଗା । ତଥ୍ୟ କୁହେ ୨୦୧୬-୧୭ ମସିହାରେ ୧୫୫୦ କୋଟି ଟଙ୍କା ବ୍ୟୟବରାଦ ରାଶିରୁ ମାତ୍ର ୮୭୬ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ସେହିଭଳି ୨୦୧୭-୧୮ରେ ୫୧୦୨ କୋଟିରୁ ମାତ୍ର ୭୭୬ କୋଟି ଖର୍ଚ୍ଚ କରାଯାଇଛି । ୨୦୧୮-୧୯ ରେ ୫୨୫୨ କୋଟିରୁ ୧୦୪୮ କୋଟି ଖର୍ଚ୍ଚ ହୋଇଛି । ୨୦୧୯-୨୦ ରେ ୫୯୯୩ କୋଟିରୁ ପାଖାପାଖି ୧୦୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି ଓଡ଼ିଶାରେ ବଜେଟ ବ୍ୟୟବରାଦ ରାଶି ଖର୍ଚ୍ଚ ହେଉନଥିବାରୁ ରେଳ ବିଭାଗର ଯାତ୍ରୀ ସୁରକ୍ଷା ସଂପୂର୍ଣ୍ଣରୂପେ ବିପର୍ଯ୍ୟସ୍ତ ହୋଇଛି । ତେଣୁ କଂଗ୍ରେସର ଦାବି ନିଜର ଅପାରଗତା ପାଇଁ ଓଡ଼ିଶାବାସୀଙ୍କୁ କ୍ଷମା ମାଗି ରେଳମନ୍ତ୍ରୀ ତୁରନ୍ତ ନିଜ ପଦରୁ ଇସ୍ତଫା ଦିଅନ୍ତୁ । ଅନ୍ୟମାନଙ୍କ ମଧ୍ୟରେ ମୁଖପାତ୍ର ମନୋରଞ୍ଜନ ଦାଶ ଏବଂ ସଂଯୋଜକ ଦୀପକ କୁମାର ମହପାତ୍ର ଉପସ୍ଥିତ ଥିଲେ ।

Powered by Froala Editor

Tags opcc , congress , pradesh congress , odisha congress

Related articles Odisha News Lens 4.1

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14628
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15195
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14090
    Jul 02, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14745
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15526
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13647
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15533
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14194
    Jul 01, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15892
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15195
    Jul 01, 2026
  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14194
    Jul 01, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14745
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17622
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14455
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14264
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15884
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15757
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15397
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15396
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାସକରେ ୧୫ ହଜାର ଖସିଲାଣି ସୁନା

    14194
    Jul 01, 2026
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14090
    Jul 02, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15892
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In