ମାତିଛି ମଣିଷଖିଆ ବାଘ, ଗୁହାଳରେ ପଶି ଗାଈକୁ ମାରି ଖାଇଲା

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟରେ ମାତିଛି ମଣିଷଖିଆ ବାଘ। ଗତକାଲି ସନ୍ଧ୍ୟାରେ କଟିଙ୍ଗପାଣି ଗାଁରେ ଘର ପାଖରେ ଖେଳୁଥିବା ୮ ବର୍ଷର ନାବାଳକକୁ ଝାମ୍ପି ନେଇଥିବାବେଳେ ରାତିରେ ସେହି ଗାଁରେ ଜଣେ ବ୍ୟକ୍ତିଙ୍କ ଗୁହାଳରେ ପଶି ଗାଈକୁ ମାରି ଖାଇଛି। ଯାହାକୁ ନେଇ ସ୍ଥାନୀୟ ଲୋକେ ଛାନିଆ ହୋଇପଡ଼ିଛନ୍ତି। ଘରୁ ପଦା ଯିବାକୁ ଭୟ କରୁଛନ୍ତି। ବନ ବିଭାଗ ରେଞ୍ଜରଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଗାଁରେ ପହଞ୍ଚିଛନ୍ତି।
ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ଗୋଧସପଡ଼ାର ୮ ବର୍ଷୀୟ ଡମ୍ବରୁଧର ଧରୁଆ ଘର ପାଖରେ ଖେଳୁଥିଲା। ଏହି ସମୟରେ କଲରାପତରିଆ ବାଘ ତାକୁ ଝାମ୍ପି ନେଇ ସୁନାବେଡ଼ା ଅଭୟାରଣ୍ୟ ଆଡ଼କୁ ପଳାଇଥିଲା। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଜଙ୍ଗଲ ଭିତର ଏକ ଗୁମ୍ଫାରୁ ପିଲାଟିକୁ ବାଘଠୁ ଉଦ୍ଧାର କରି ଘରକୁ ଆଣିଥିଲେ। ଘରେ ନାବାଳକର ମୃତ୍ୟୁ ଘଟିଥିଲା। ଗାଁ ପାଖରେ ୨ଟି କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି।
Powered by Froala Editor