Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

ରାଜ୍ୟ
Home ›› ରାଜ୍ୟ ››"ଆମ ଓଡିଶା ନବୀନ ଓଡିଶା" - ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

"ଆମ ଓଡିଶା ନବୀନ ଓଡିଶା" - ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2023-10-31 16:21:23
14247
Share:
Facebook
Twitter
E-Mail
WhatsApp
Telegram

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । 



  ଏଥିପାଇଁ ବାଲେଶ୍ୱର ଜିଲ୍ଲାର  ୮ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେମୁଣା, ଭୋଗରାଇ, ଜଳେଶ୍ୱର, ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓ ନୀଳଗିରି ।  ଏହିସବୁ ନିର୍ବାଚନମଣ୍ଡଳୀର ୧୨ଟି ବ୍ଲକ୍‌‌ର ୩୫୬ଟି  ଗ୍ରାମ ପଞ୍ଚାୟତରେ ୪୪୬୫ଟି ପ୍ରକଳ୍ପ ହେବ। ସେହିପରି ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୫୮.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ବଲାଙ୍ଗୀର, ଟିଟିଲାଗଡ, ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା।  ଏଥିରେ ୧୪ଟି ବ୍ଲକ୍‌ର ୩୧୭ଟି   ଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ କରାଯିବ। 



    ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।



    ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 



ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।



ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।



ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର ୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। 


5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ।



5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।  



ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। 



ବାଲେଶ୍ୱର ଜିଲ୍ଲାର ରେମୁଣା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରେମୁଣା ବହୁମୁଖୀ କମ୍ୟୁନିଟି ହଲ୍‌, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରା ଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର ରୂପାନ୍ତର। ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁର ଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, Rural Institute of Higher Studies କଲେଜର ରୂପାନ୍ତର। ସେହିପରି ଜଳେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ଜଳେଶ୍ୱର ପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍‌ । ଏହା ଦ୍ୱାର ଜିଲ୍ଲାରେ କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ। ଏହା ସହିତ ସିଦ୍ଧେଶ୍ୱର କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ । ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ ‘ଆମ ହସ୍ପିଟାଲ’ ଭାବେ ଉନ୍ନତୀକରଣ,  ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ ଓ ଯୁକ୍ତ ଦୁଇ କଲେଜ। ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓ କଲେଜ। ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚାନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ, ବଳାଙ୍ଗି କଲେଜ ଓ ନୀଳମଣି କଲେଜ । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୯୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ, ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ। ସେହିପରି ସିମୁଳିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକ ପର୍ଯ୍ୟଟନ କେନ୍ଦ୍ର, କୁପାରୀ  MSME Park, କୁପାରୀ ST Hostel, ଅନେକ ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ।  ଏହି ପରି ବାଲେଶ୍ୱର ୫୯ ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି  ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। 



ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ତୁସୁରାଠାରେ Air Strip,  ୨ଟି Mega Lift ପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ। ପାଟଣାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ହରିଶଙ୍କର ମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ, ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆ ସଡକ ଏବଂ କେତେକ କଲେଜ। ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୫୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀ ମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ଚାନ୍ଦିଲି ପାହାଡ ପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟର ସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, ବଲାଙ୍ଗୀର CNI Churchର ଉନ୍ନତୀକରଣ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ। ଲୋଇସିଙ୍ଗା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତା ସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀ କଲେଜ। ଏହି ପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।



ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ,  ବିଧାୟକ ଶ୍ରୀ ଅନନ୍ତ ଦାସ, ବିଧାୟକ ଶ୍ରୀ ନିତ୍ୟାନନ୍ଦ ସାହୁ, ବିଧାୟକ ଶ୍ରୀ ସ୍ୱରୂପ ଦାସ, ବିଧାୟକ ଶ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଶ୍ରୀ ସରୋଜ ମେହେରଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।  



    ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।  



କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik , Ama Odisha Nabin Odisha

Related articles Odisha News Lens 4.1

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14813
    Sep 09, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14338
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13490
    Sep 10, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15302
    Sep 11, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14971
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13772
    Sep 09, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13669
    Sep 11, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15610
    Sep 10, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    13839
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15302
    Sep 11, 2026
  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14338
    Sep 10, 2026
  • ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି?

    13839
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13669
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15773
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14566
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13877
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14682
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13817
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14692
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15610
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13772
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14841
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In