ମା’ମାଣିକେଶ୍ୱରୀ ୟୁନିଭର୍ସିଟି ନାଁରେ ନାମିତ ହେଲା କଳାହାଣ୍ଡି ୟୁନିଭର୍ସିଟି

କଳାହାଣ୍ଡି: କଳାହାଣ୍ଡି ୟୁନିଭର୍ସିଟି ନାଁ ବଦଳିଛି। କଳାହାଣ୍ଡି ୟୁନିଭର୍ସିଟି ନାଁ ମା’ମାଣିକେଶ୍ୱରୀ ୟୁନିଭର୍ସିଟି ନାଁରେ ନାମିତ ହୋଇଛି। ଏ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି, କଳାହାଣ୍ଡି ଜିଲ୍ଲାରେ ଗଡ଼ିଲା ଐତିହାସିକ ଲକ୍ଷ୍ମୀ ବସ । ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଛଡ଼ା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ନବୀନ। ଜିଲ୍ଲା ପାଇଁ ୧୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଖୁବ୍ ଶୀଘ୍ର ଜିଲ୍ଲାରେ ନବୀନ ଓଡ଼ିଶା କାର୍ୟ୍ୟକାରୀ ହେବ । ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ଲାଗି ଏହି ଟଙ୍କା ଖର୍ଚ୍ଚ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ । ସୁଲଭ ଦର, ସହଜ ଯାତାୟାତ ଏବଂ ଅତ୍ୟାଧୁନିକ ବସ ସେବାକୁ ନେଇ ଉତ୍ସାହିତ ଅଛନ୍ତି ଗାଁ ଲୋକେ ।
Powered by Froala Editor