Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

ରାଜ୍ୟ
Home ›› ରାଜ୍ୟ ››୨୦୧୪ ରୁ ୨୦୨୩ ଅକ୍ଟୋବର ଶେଷସୁଦ୍ଧା ୧୨୧ରୁ ଅଧିକ ରେଳ ଦୁର୍ଘଟଣା

୨୦୧୪ ରୁ ୨୦୨୩ ଅକ୍ଟୋବର ଶେଷସୁଦ୍ଧା ୧୨୧ରୁ ଅଧିକ ରେଳ ଦୁର୍ଘଟଣା

2023-11-02 05:34:58
14649
Share:
Facebook
Twitter
E-Mail
WhatsApp
Telegram
୨୦୧୪ ରୁ ୨୦୨୩ ଅକ୍ଟୋବର ଶେଷସୁଦ୍ଧା ୧୨୧ରୁ ଅଧିକ ରେଳ ଦୁର୍ଘଟଣା

ଭୁବନେଶ୍ବର: ବାହାନଗାରେ କରମଣ୍ଡଳ ରେଳ ଦୁର୍ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଏକ ଦୁର୍ଘଟଣା ଘଟିଲା ଆନ୍ଧ୍ରରେ। ବାହାନଗା ରେଳ ଦୁର୍ଘଟଣା ଦେଶକୁ ସ୍ତବ୍ଧ କରି ଦେଇଥିଲା। ଏମ୍ସ ଭୁବନେଶ୍ବରରେ ୪ ମାସ ମୃତ ଶରୀର କଣ୍ଟେନରରେ ପଡି ରହିଥିବା ବେଳେ ଗତ କିଛିଦିନ ତଳେ ଶବ ସଂସ୍କାର କରାଯାଇଛି। ସମାନ ଢଙ୍ଗରେ ପୁଣି ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶରେ ତିନି ରେଳ ମଧ୍ୟରେ ଦୁର୍ଘଟଣା ଘଟିଲା। ଏଥିରେ ୧୩ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ଜଣ ଆହତ ହୋଇଥିଲେ। ବାରମ୍ବାର ଛୋଟବଡ ରେଳ ଦୁର୍ଘଟଣାରେ ଅନେକ ଧନଜୀବନ କ୍ଷୟକ୍ଷତି ଘଟୁଛି। ତାହା ସହିତ ରେଳ ବିଭାଗ ବିପୁଳ କ୍ଷତି ସହୁଥିବା ବେଳେ ଏକାଧିକ ରେଳ ବାତିଲ ଯୋଗୁଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଗତଥର ସିଗ୍‌ନାଲରେ ତ୍ରୁଟି ଥିବାରୁ କରମଣ୍ଡଳ ରେଳ ଦୁର୍ଘଟଣା ଘଟିଥିବା କୁହାଯାଉ ଥିବାବେଳେ ପୁଣି ରେଳ ବିଭାଗର ଦାୟିତ୍ୱହୀନତା ପଦାରେ ପଡ଼ିଛି। ଆନ୍ଧ୍ରପ୍ରଦେଶ ବିଜୟନଗରମ ଜିଲା କଣ୍ଟକାପାଲ୍ଲୀଠାରେ ଘଟିଥିବା ରେଳ ଦୁର୍ଘଟଣା ମାନବକୃତ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ପ୍ରାଥମିକ ରିପୋର୍ଟରେ କୁହାଯାଇଛି। ଦୁଇଟି ରେଳ ଦୁର୍ଘଟଣା ମାନବକୃତ ବୋଲି କୁହାଯାଉ ଥିବାବେଳେ କିଭଳି ତାହା ବାରମ୍ବାର ଘଟୁଛି, ଏବେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରେଳ କର୍ମଚାରୀମାନେ ସଠିକ ଭାବେ କାର୍ଯ୍ୟ କରୁନାହାନ୍ତି କି, ଯଦି କାର୍ଯ୍ୟ କରୁଛନ୍ତି ତେବେ କିପରି
ସିଗ୍‌ନାଲରେ ତ୍ରୁଟି ରହୁଛି ଯେ, ଗୋଟିଏ ଲାଇନରେ ଦୁଇଟି ରେଳ ଯାଇ ଦୁର୍ଘଟଣା ଘଟୁଛି। ସାଧାରଣ ଭୁଲ ଯୋଗୁଁ ନିରୀହ ଯାତ୍ରୀଙ୍କ ଜୀବନ ଚାଲି ଯାଉଥିବା ବେଳେ ଶହ ଶହ ପରିବାର ଉଜୁଡି ଯାଉଛି। ରେଳ ମନ୍ତ୍ରଣାଳୟ ମୃତାହତ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ଦେଇ ବସି ପଡୁଛି। ହେଲେ ରେଳ ଦୁର୍ଘଟଣା ନିରାକରଣ ଦିଗରେ ସ୍ଥାୟୀ ପ୍ରତିକାର ଚିନ୍ତା କରାଯାଉ ନାହିଁ।

୨୦୧୪ ରୁ ୨୦୨୩ ଅକ୍ଟୋବର ଶେଷସୁଦ୍ଧା ଦେଶରେ ପ୍ରାୟ ଛୋଟବଡ଼ ୧୨୧ଟିରୁ ଅଧିକ ରେଳ ଦୁର୍ଘଟଣା ଘଟିଛି। ୨୦୨୩ରେ ରେଳ ମନ୍ତ୍ରଣାଳୟକୁ ଗୋଟିଏ ପରେ ଗୋଟିଏ ବିପଦ ମାଡି ଆସୁଥିବା ଲକ୍ଷ୍ୟ କରାଯାଉଛି। କେତେବେଳେ ଯାତ୍ରୀବାହୀ ରେଳଗାଡି ଲାଇନଚ୍ୟୁତ ହେଉଛି ତ ଆଉ କେତେବେଳେ ମାଲବାହୀ ରେଳ ଇଞ୍ଜିନ ୱାଗନ ଛାଡି ଚାଲି ଯାଉଛି। ପୁଣି କର୍ମଚାରୀଙ୍କ ଅବହେଳା ଏବଂ ସତର୍କତା ଅଭାବରୁ ଗୋଟିଏ ରେଳ ଲାଇନରେ ଦୁଇ ରେଳ ମୁହଁାମୁହିଁ ହେଉଛନ୍ତି। ପୂର୍ବରୁ ରେଳ ଦୁର୍ଘଟଣା ଘଟିଛି ସତ, ହେଲେ ୨୦୨୩ରେ ରେଳ ବିଭାଗ ଯେଉଁ ସମସ୍ୟାରେ ସମ୍ମୁଖୀନ ହେଲାଣି ପୂର୍ବରୁ କେବେବି ଏଭଳି ପରିସ୍ଥିତିର ସମ୍ମୁଖୀନ ହୋଇଥିଲା ପରି ମନେ ହେଉନାହିଁ। କେଉଁଠି ବଗିରେ ଅଗ୍ନିକାଣ୍ଡ ହେଉଛି ତ ଆଉ କେଉଁଠି ଦୁର୍ଘଟଣା। ଆଉ କେଉଁଠି ଫାଟକ ପଡି ରହୁଛି ତ ଆଉ କେଉଁଠି ଚକା ଜାମ୍‌। ସୂଚନାଯୋଗ୍ୟ, ଏହା ଭିତରେ ବିହାରରେ ଏକ ରେଳ ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆନ୍ଧ୍ରପ୍ରଦେଶ ରେଳ ଦୁର୍ଘଟଣା ରେଳ ମନ୍ତ୍ରଣାଳୟ କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୂର୍ବରୁ ହାୱଡାରୁ ସିକନ୍ଦରାବାଦ ଯାଉଥିବା ଫଲକନୁମା ଏକ୍ସପ୍ରେସ ବଗିରେ ଅଗ୍ନିକାଣ୍ଡ ଘଟିବାରୁ ୩ ଯାତ୍ରୀ ଆହତ ହୋଇଥିଲେ। ତେଲଙ୍ଗାନାର ଭୋଙ୍ଗିର ନିକଟରେ ବଗିରେ ନିଆଁ ଲାଗିଥିଲା। ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଯେ ୨୫ ବଗି ବିଶିଷ୍ଟ ଏହି ରେଳରେ ବହୁ ଓଡ଼ିଆ ଥିଲେ। ଏସବୁ ଅନୁଧ୍ୟାନ କଲେ ଚଳିତ ବର୍ଷ ଭାରତୀୟ ରେଳକୁ ଶନିଦଶା ଗ୍ରାସ କରିବା ଚର୍ଚ୍ଚା ହେଉଛି। ଗୋଟିଏ ପରେ ଗୋଟିଏ ଅଘଟଣ ଭାରତୀୟ ରେଳ ବିଭାଗର ନିରାପତ୍ତା ଦିଗ ଉପରେ ପ୍ରଶ୍ନବାଚୀ ଛିଡ଼ା କରିଛି। ୨୦୧୪ରେ ୧୬ଟି ରେଳ ଦୁର୍ଘଟଣା ଘଟିଥିବା ବେଳେ ୨୦୧୫ରେ ୨୧, ୨୦୧୬ରେ ୧୭, ୨୦୧୭ରେ ୧୪, ୨୦୧୮ରେ ୧୩, ୨୦୧୯ରେ ୭, ୨୦୨୦ରେ ୧୦, ୨୦୨୧ରେ ୧୧ ଏବଂ ୨୦୨୨ରେ ୧୦ଟି ରେଳ ଦୁର୍ଘଟଣା ଘଟିଛି। ସବୁ ଦୁର୍ଘଟଣା ପରେ ରେଳ ସୁରକ୍ଷା ଆୟୁକ୍ତଙ୍କ ଦ୍ବାରା ଯାଞ୍ଚ ଓ ତଦନ୍ତ ହେଉଛି ଏବଂ କାରଣ ଖୋଜା ଯାଉଛି। ତଳପାହ୍ୟା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କିନ୍ତୁ ବଡ ବଡିଆ ଅଧିକାରୀ ଖସି ଯାଉଛନ୍ତି। ସମ୍ଭବତଃ ସେଥିପାଇଁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଛି ବୋଲି କିଛି ରେଳ ଯାତ୍ରୀ ମତ ପ୍ରକାଶ କରିଛନ୍ତି।

Powered by Froala Editor

Tags Train accident

Related articles Odisha News Lens 4.1

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    13964
    Jul 10, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14160
    Jul 10, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13733
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14701
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15623
    Jul 09, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14353
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15489
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15398
    Jul 09, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15788
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13681
    Jul 10, 2026
  • ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    13964
    Jul 10, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15788
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15464
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15595
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15400
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15266
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14690
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15788
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15398
    Jul 09, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13681
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In