Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

ରାଜ୍ୟ
Home ›› ରାଜ୍ୟ ››ନବୀନ ଓଡିଶା ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ – ମୁଖ୍ୟମନ୍ତ୍ରୀ

ନବୀନ ଓଡିଶା ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ – ମୁଖ୍ୟମନ୍ତ୍ରୀ

2023-11-02 11:31:34
14641
Share:
Facebook
Twitter
E-Mail
WhatsApp
Telegram
ନବୀନ ଓଡିଶା ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । 



  ଏଥିପାଇଁ ଗଞ୍ଜାମ ଜିଲ୍ଲାର  ୧୨ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୨୫୧.୫୦ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଭଞ୍ଜନଗର, ଛତ୍ରପୁର, ଖଲିକୋଟ, ଦିଗପହଣ୍ଡି, ସୁରଡା, ସାନଖେମୁଣ୍ଡି, ଗୋପାଳପୁର, ଆସ୍କା, ଚିକିଟି, ହିଞ୍ଜିଳିକାଟୁ, ପୋଲସରା ଓ କବିସୂର୍ଯ୍ୟନଗର ।  ଏହିସବୁ ନିର୍ବାଚନମଣ୍ଡଳୀର ୨୨ଟି ବ୍ଲକ୍‌‌ର ୫୦୩ଟି  ଗ୍ରାମ ପଞ୍ଚାୟତରେ ୫୭୦୬ଟି ପ୍ରକଳ୍ପ ହେବ। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୫୪.୫୦କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ସୁବର୍ଣ୍ଣପୁର ଓ ବୀରମହାରାଜପୁର।  ଏଥିରେ ୬ଟି ବ୍ଲକ୍‌ର ୧୦୯ଟି   ଗ୍ରାମପଞ୍ଚାୟତରେ ୧୪୧୯ଟି ପ୍ରକଳ୍ପ କରାଯିବ। 



ଆଜିର କାର୍ଯ୍ୟକ୍ରମ ପାଇଁ ଗଞ୍ଜାମ ଜିଲ୍ଲାର ୧୨ଟି ଓ ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। କେବଳ ଗଞ୍ଜାମ ଜିଲ୍ଲାରେ ଏକ ଲକ୍ଷରୁ ଅଧିକ ଲୋକ ସାମିଲ ହୋଇଥିଲେ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।



    ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ବିକାଶର ଏହି ନୂଆ ଚେହେରା ଗାଁ ଲୋକଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା । ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 



    ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 



ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।



ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।



5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। ସେ କହିଥିଲେ ଯେ ଗଞ୍ଜାମ ଜିଲ୍ଲା ଦେଶର ସମସ୍ତ ଜିଲ୍ଲାମାନଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏକ ନମ୍ବର ଜିଲ୍ଲା ଭାବରେ ଭାରତ ସରକାରଙ୍କଠାରୁ ପୁରସ୍କାର ପାଇଛି। ସେହିପରି ହିଞ୍ଜିଳି ବ୍ଲକ ମଧ୍ୟ ଦେଶର ସମସ୍ତ ବ୍ଲକମାନଙ୍କ ମଧ୍ୟରେ ଶ୍ରେଷ୍ଠ ପ୍ରଦର୍ଶନ କରି ଏକ ନମ୍ବର ବ୍ଲକ ଭାବରେ ଭାରତ ସରକାରଙ୍କଠାରୁ ପୁରସ୍କାର ପାଇଛି। ଏଥିପାଇଁ ସେ ଗଞ୍ଜାମବାସୀଙ୍କୁ ଧନ୍ୟବାଦ ଦେଇଥିଲେ। ଗଞ୍ଜାମ ସାରା ଭାରତବର୍ଷକୁ ବିକାଶର ରାସ୍ତାରେ ପ୍ରେରିତ କରିଛି ବୋଲି ସେ କହିଥିଲେ।




5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସେ କହିଥିଲେ ଯେ ଓଡିଶାରେ ଏବେ ରୂପାନ୍ତରର ଯୁଗ ଚାଲିଛି। ବିକାଶକୁ ଏବେ ଦେଖି ହେଉଛି, ଅନୁଭବ ମଧ୍ୟ କରି ହେଉଛି। 



ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଜଗନ୍ନାଥ ମନ୍ଦିର, ମା’ ବ୍ୟାଘ୍ରଦେବୀ ମନ୍ଦିର ଓ ଗୋଚ୍ଛାବାଡୀ ଜଗନ୍ନାଥପ୍ରସାଦଠାରେ ଥିବା ଧବଳେଶ୍ୱର ମନ୍ଦିର। ଏହା ସହିତ କବିସମ୍ରାଟ ଉପେନ୍ଦ୍ରଭଞ୍ଜ ଡିଗ୍ରୀ ଓ ଜୁନିଅର କଲେଜ ଏବଂ ସାବିତ୍ରୀ ମହିଳା ଡିଗ୍ରୀ ଓ ଜୁନିଅର କଲେଜ ମଧ୍ୟ ସାମିଲ। ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିର, ସୁନ୍ଦେରଶ୍ୱର ମନ୍ଦିର ଓ ବଟେଶ୍ୱର ମହାଦେବ ମନ୍ଦିର। ଏହା ସହିତ ୨ଟି ଡିଗ୍ରୀ ଓ ଜୁନିଅର କଲେଜ ମଧ୍ୟ ସାମିଲ। ଖଲିକୋଟ ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ନାରାୟଣୀ ମନ୍ଦିର ଓ ତୁମ୍ବେଶ୍ୱର ମନ୍ଦିର। ଏହା ସହିତ କେଶପୁର ଡିଗ୍ରୀ ଓ ଜୁନିଅର କଲେଜ, ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ଡିଗ୍ରୀ ଓ ଜୁନିଅର କଲେଜ ସାମିଲ। ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୬୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ନିଜବାଙ୍କେଶ୍ୱରୀ ମନ୍ଦିର, ମହୁରୀକାଲିଆ ମନ୍ଦିର।  ଏହା ସହିତ ୨ଟି କଲେଜ ସାମିଲ। ସୁରଡା ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ୨ଟି ମନ୍ଦିର ଓ ୨ଟି କଲେଜ। ଏହା ସହିତ ସୁରଡାର ଜଳଭଣ୍ଡାର ବିସ୍ଥାପିତ ଲୋକଙ୍କ ଦୀର୍ଘ ଦିନର ଜମି ସମସ୍ୟା ସମ୍ପର୍କରେ ଆଲୋକପାତ କରି ଶ୍ରୀ ପାଣ୍ଡିଆନ କହିଲେ ଯେ ଏହି ସବୁ ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି କରାଯାଇଛି। ବିସ୍ଥାପିତଙ୍କୁ ଚାଷଜମି ଘରଡିହ ଯୋଗାଇ ଦିଆଯିବ। ୯୬୧ ଘରଡିହ ଜମି ସମସ୍ୟାର ସମାଧାନ କରାଯାଇଛି ଏବଂ ୧୭ ଏକର ୬୨୮ ଡେସିମିଲ ଜମି  ଘରଡିହ ଆକାରରେ ଖୁବ ଶିଘ୍ର ଦିଆ ଯିବ। ଏହା ସହିତ ଚାଷଜମି ପାଇଁ ୩୦୦ ଆବେଦନର ସମାଧାନ ହୋଇସାରିଛି, ବାକି ଖୁବ ଶିଘ୍ର ସମାଧାନ ହେବ। ସେହିପରି    ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୩୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରତନେଇ ମନ୍ଦିର, ଧରାକୋଟ ଜଗନ୍ନାଥ ମନ୍ଦିର ଏବଂ ୨ଟି କଲେଜ । ଗୋପାଳପୁର ନିର୍ବାଚନ ମଣ୍ଡଳୀରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୫୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ନୂଆଗଡ ଧବଳେଶ୍ୱର ମନ୍ଦିର, ରଙ୍ଗେଇଲୁଣ୍ଡା ପଞ୍ଚମା ଗଣେଶ ମନ୍ଦିର, ରଙ୍ଗେଇଲୁଣ୍ଡା ସିଦ୍ଧଭୌରବୀ ମନ୍ଦିର ଏବଂ ଗୋପାଳପୁର କଲେଜ ଓ ରାମନାରାୟଣ କଲେଜ। ଆସ୍କା ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା ଖମ୍ବେଶ୍ୱରୀ ମନ୍ଦିର ଓ ଶାଳବଣ ସିଦ୍ଧେଶ୍ୱର ମନ୍ଦିର ଏବଂ ଆସ୍କା ବିଜ୍ଞାନ କଲେଜ ଓ ନିରଞ୍ଜନ ସରକାରୀ ମହିଳା କଲେଜ। ଚିକିଟି ନିର୍ବାଚନ ମଣ୍ଡଳୀରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଭୌରବୀ ଚଞ୍ଚଡ ମନ୍ଦିର ଓ ବାଳକୁମାରୀ ମନ୍ଦିର ଏବଂ ୨ଟି କଲେଜ। ହିଞ୍ଜିଳିକାଟୁ ନିର୍ବାଚନ ମଣ୍ଡଳୀରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୮.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ବୁରୁପଦା ମା’ ଶ୍ୟାମଳାଇ ମନ୍ଦିର ଓ ଖରିଡା ମା’ କୋରେଇଶୁଣି ମନ୍ଦିର। ଏହା ସହିତ ସମରଝୋଳା ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ବୋଟିଂ ସୁବିଧା, ହିଞ୍ଜିଳିକାଟୁ ସ୍ୱୟଂଚାଳିତ ବିଜ୍ଞାନ ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ହିଞ୍ଜିଳିକାଟୁ ବିଜ୍ଞାନ କଲେଜର ନୂଆ ଏକାଡେମିକ୍ ବ୍ଲକ ନିର୍ମାଣ, ଉଦୟପ୍ରତାପ ବିଜ୍ଞାନ କଲେଜର ଉନ୍ନତୀକରଣ ଓ ନୂଆ ଏକାଡେମିକ୍ ବ୍ଲକ ଏବଂ ସରକାରୀ ଆଇ.ଟି.ଆଇ। ସେହିପରି ପୋଲସରା ନିର୍ବାଚନ ମଣ୍ଡଳୀରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୯.୮୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ପୋଲସରା ମର୍ଦ୍ଦ ଜଗନ୍ନାଥ ମନ୍ଦିର, ବୁଗୁଡା ବୁଦ୍ଧଖୋଲ ମନ୍ଦିର, ବୁଗୁଡା ସାଙ୍କୁଲେଇ ମନ୍ଦିର ଏବଂ ବୁଗୁଡା ଓ ପୋଲସରାର ୨ଟି କଲେଜ। କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି କବିସୂର୍ଯ୍ୟନଗର ଆଠଗଡ ଜଗନ୍ନାଥ ମନ୍ଦିର, ପୁରୁଷୋତ୍ତମପୁର ଗୁପ୍ତେଶ୍ୱର ମନ୍ଦିର, ବେଗୁନିଆପଦା ସଦ୍ଧେଶ୍ୱର ମନ୍ଦିର ଏବଂ କବିସୂର୍ଯ୍ୟ ବଳଦେବ ବିଜ୍ଞାନ କଲେଜ। ଏହି ପରି ଗଞ୍ଜାମ ଜିଲ୍ଲାର ୧୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୫୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୨.୧୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।



ସେହିପରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ନିର୍ବାଚନ ମଣ୍ଡଳୀରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଗୋଧନେଶ୍ୱର ଓ ଖଇରମାଲଠାରେ ୨ଟି Instream Storage Structure । ଗୋଧନେଶ୍ୱର I.S.S. ପାଇଁ ୧୦୨୪ କୋଟି ଟଙ୍କା ମଞ୍ଜୁର ହୋଇଥିବେ ବେଳେ, ଏଥିରେ ୧.୮୦ ଲକ୍ଷ ଲୋକ ଉପକୃତ ହେବେ। ସେହିପରି ଖଇରମାଲ  I.S.S. ପାଇଁ ୯୨୫.୫୯ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଏଥିରେ ୧.୭୦ ଲକ୍ଷ ଲୋକ ଉପକୃତ ହେବେ। ଏହି ସହିତ ଗୁରୁତ୍ୱପୂର୍ଣ୍ଣ ପାତାଳି ଶ୍ରୀକ୍ଷେତ୍ରର ଉନ୍ନତୀକରଣ ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଦ୍ୱାର ବର୍ଷକୁ ୧ ଲକ୍ଷ ୩୦ ହଜାର ଲୋକ ଆସିବାର ସମ୍ଭାବନା ସୃଷ୍ଟି ହେବ। ଏହ ସହିତ ପାପକ୍ଷୟ ଘାଟ, ମା’ ମେଟାକାଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ବୀରମହାରାଜପୁର ଡିଗ୍ରୀ କଲେଜ, ହାଅର ସେକେଣ୍ଡାରୀ କଲେଜ, ଉଲୁଣ୍ଡାରୁ କୋଟସମଲାଇ ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ଓ ସାନ ସାମୁରାରୁ ଭୀମଟିକରା ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ ରହିଛି। ଏହି ୨ଟି ସଡକ ଯୋଗୁ ୮୦ ହଜାର ଲୋକ ଉପକୃତ ହେବେ। ସୁବର୍ଣ୍ଣପୁର ନିର୍ବାଚନ ମଣ୍ଡଳୀରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୭.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ସୁବର୍ଣ୍ଣମେରୁ ମନ୍ଦିର, ସୁରେଶ୍ୱରୀ ମନ୍ଦିର । ଏହି ୨ଟି ମନ୍ଦିରକୁ ବର୍ଷକୁ ୧ ଲକ୍ଷ ଲୋକ ଆସିବେ। ସେହିପରି ଭୀମଭୋଇ ସମାଧୀ ପୀଠର ଉନ୍ନତିକରଣ ପରେ ବର୍ଷକୁ ୩୦ ହଜାର ଭକ୍ତ ଆସିବାର ସମ୍ଭାବନା ରହିଛି । ଏହା ସହିତ ସୁବର୍ଣ୍ଣମେରୁ- ରାମେଶ୍ୱର- ସୁରେଶ୍ୱରୀ Temple Circuitର ମଧ୍ୟ ବିକାଶ କରାଯିବ। ଏଥି ପାଇଁ ୫.୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଉନ୍ନତିକରଣ ପରେ ବର୍ଷକୁ ୧ .୨୦ ଲକ୍ଷ ଲୋକ ପରିଦର୍ଶନ କରିବାର ସମ୍ଭାବନା ରହିଛି। ଡୁଙ୍ଗୁରିପାଲ୍ଲିର ପୂଜାଡୁଙ୍ଗୁରି, ତରଭାର ବରପାହାଡ ପୀଠ ଆଦି ସ୍ଥାନର ଉନ୍ନତିକରଣ ରହିଛି। ଏହି ପରି ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦୫୯.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ସୁବର୍ଣ୍ଣପୁର ଜିଲ୍ଲା ହସ୍ପିଟାଲ ରାଜ୍ୟର ଏକ ନମ୍ବର ହସ୍ପିଟାଲ ହେବ ବୋଲି ସେ କହିଥିଲେ।



ଏହିପରି ୨ଟି ଜିଲ୍ଲାରେ ସମୁଦାୟ ୭୬ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧୮୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।



ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସଚି ନାୟକ, ମନ୍ତ୍ରୀ ଶ୍ରୀ ପ୍ରଦୀପ ଅମାତ, ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ,   ବିଧାୟକ ଶ୍ରୀ ସୁବାଷ ଚନ୍ଦ୍ର ବେହେରା, ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣୀ ବୈଦ, ବିଧାୟିକା ଶ୍ରୀମତି ମଞ୍ଜୁଳା ସ୍ୱାଇଁ, ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ବିଧାୟକ ଶ୍ରୀ ଶ୍ରାକାନ୍ତ ସାହୁ, ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ, ବିଧାୟକ ଶ୍ରୀ ପଦ୍ମନାଭ ବେହେରାଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ ।  



ଭଞ୍ଜନଗରରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ସାରା ଭାରତରେ ନୂତନ ଯୋଜନା ଆରମ୍ଭ କରିବାରେ ଇତିହାସ ରଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। କବିସୂର୍ଯ୍ୟନଗର ବେଗୁନିଆ ପଡାରେ ଉପସ୍ଥିତ ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ କହିଲେ ଯେ ଆମର ପ୍ରସ୍ତାବ ସବୁକୁ ୭ ଦିନ ମଧ୍ୟରେ ମଞ୍ଜୁର କରିବା ପାଇଁ 5T ଅଧ୍ୟକ୍ଷ ପ୍ରତିଶୃତି ଦେଇଥିଲେ। କିନ୍ତୁ ମାତ୍ର ୫ ଦିନ ମଧ୍ୟରେ ଆମର ପ୍ରକଳ୍ପ ସବୁ ମଞ୍ଜୁର ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନବୀନ ଓଡିଶାର ସ୍ୱପ୍ନକୁ କାର୍ଯ୍ୟକାରୀ କରିବାରେ 5T ଅଧ୍ୟକ୍ଷଙ୍କ ଦକ୍ଷତାର ତୁଳନା ନାହିଁ ବୋଲି ଛତ୍ରପୁର ବିଧାୟକ ଶ୍ରୀ ସୁବାଷ ଚନ୍ଦ୍ର ବେହେରା କହିଥିଲେ। ସୁବର୍ଣ୍ଣପୁରର ଡୁଙ୍ଗୁରିପାଲ୍ଲିରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ କହିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଯୋଗୁ ଜଗନ୍ନାଥ ସଂସ୍କୃତି ସହ ଆମ ସ୍ଥାନୀୟ ସଂସ୍କୃତିର ମଧ୍ୟ ବିକାଶ ହେବ। ସବୁ ମନ୍ତ୍ରୀ ଓ ବିଧାୟକ କହିଥିଲେ ଯେ ପ୍ରକଳ୍ପ ମଞ୍ଜୁରି ଓ କାର୍ଯ୍ୟକାରିତାରେ ଏଭଳି କ୍ଷୀପ୍ରଗତି ସେମାନେ କେବେ ଆଗରୁ ଦେଖି ନାହାନ୍ତି।



    ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି। ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କ ଜୀବନ ଧାରାରେ ଆଣିବ ବଡ ପରିବର୍ତ୍ତନ ବୋଲି ସେମାନେ କହିଥିଲେ।  



କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15621
    Jul 09, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14352
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15396
    Jul 09, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13680
    Jul 10, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13732
    Jul 08, 2026
  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    13962
    Jul 10, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ
    ଦେଶ-ଦେଶାନ୍ତର

    ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14158
    Jul 10, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15787
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15488
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13680
    Jul 10, 2026
  • ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15621
    Jul 09, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15396
    Jul 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15463
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15595
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15400
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15266
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14690
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13732
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15621
    Jul 09, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15787
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In