Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ...

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା ...

  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ...

  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

Home ›› ››" ଆମ ଓଡିଶା ନବୀନ ଓଡିଶା " - ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

" ଆମ ଓଡିଶା ନବୀନ ଓଡିଶା " - ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2023-11-04 13:43:14
15023
Share:
Facebook
Twitter
E-Mail
WhatsApp
Telegram

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ୧୦ମ ଦିନରେ ମୟୁରଭଞ୍ଜ, ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । 



  ଏଥିପାଇଁ ମୟୁରଭଞ୍ଜ ଜିଲ୍ଲାର  ୪ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୦.୫୦ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯଶିପୁର, କରଞ୍ଜିଆ, ସାରସକଣା ଓ ରାଇରଙ୍ଗପୁର  ।  ଏହିସବୁ ନିର୍ବାଚନ ମଣ୍ଡଳୀର ୧୩ଟି ବ୍ଲକ୍‌‌ର ୧୮୧ଟି  ଗ୍ରାମ ପଞ୍ଚାୟତରେ ୨୪୨୭ଟି ପ୍ରକଳ୍ପ ହେବ। ସେହିପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀ ପାଇଁ ୬୯ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରେଢାଖୋଲ, ରେଙ୍ଗାଲି ଓ କୁଚିଣ୍ଡା।  ଏଥିରେ ୯ଟି ବ୍ଲକ୍‌ର ୧୩୮ଟି   ଗ୍ରାମପଞ୍ଚାୟତରେ ୧୮୦୧ଟି ପ୍ରକଳ୍ପ କରାଯିବ। ସେହିପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି ୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଚିତ୍ରକୋଣ୍ଡା ଓ ମାଲକାନଗିରି। ଏହିସବୁ ନିର୍ବାଚନମଣ୍ଡଳୀର ୭ଟି ବ୍ଲକ୍‌‌ର ୧୧୧ଟି  ଗ୍ରାମ ପଞ୍ଚାୟତରେ ୧୪୩୦ଟି ପ୍ରକଳ୍ପ ହେବ।



ଆଜିର କାର୍ଯ୍ୟକ୍ରମ ପାଇଁ ମୟୁରଭଞ୍ଜ ଜିଲ୍ଲାର ୪ଟି, ସମ୍ବଲପୁର ଜିଲ୍ଲାର ୩ଟି ଓ ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।



    ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗ୍ରାମବିକାଶ କ୍ଷେତ୍ରରେ ସାରା ଭାରତବର୍ଷପାଇଁ ପଥ ପ୍ରଦର୍ଶକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା। 



    ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 



ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।



ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।



5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 



5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ସମସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଗକୁ ବଢିବାର ବାଟ ଖୋଲିଛନ୍ତି। ସମସ୍ତଙ୍କ ମନରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର,  ୫ ଟଙ୍କାରେ ଲକ୍ଷ୍ମୀ ବସ,  ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ  ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।



ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ମୟୁରଭଞ୍ଜ ଜିଲ୍ଲାର ଯଶିପୁର ନିର୍ବାଚନ ମଣ୍ଡଳୀରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଖିଚିଙ୍ଗର ପ୍ରସିଦ୍ଧ ମା’ କିଚକେଶ୍ୱରୀ ମନ୍ଦିରର ସୌନ୍ଦର୍ଯ୍ୟକରଣ, ଏହାର ମ୍ୟୁଜିୟମର ପୁନଃରୁଦ୍ଧାର ପାଇଁ ୯.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ସହିତ ଶିମିଳିପାଳ Tiger Reserveରେ ବନ୍ଧନ ନଦୀ ଉପରେ ଏକ ବୃହତ ସେତୁ ନିର୍ମାଣ ପାଇଁ ୬.୭୮ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ଦ୍ୱାରା Reserve Forest ଭିତରେ ରହୁଥିବା ୧୭୦୦ ଲୋକ ଉପକରା ପାଇବେ। ସାରସକଣା ନିର୍ବାଚନ ମଣ୍ଡଳୀରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୬.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଚନ୍ଦନପୁରରୁ ଶଙ୍ଖଭାଙ୍ଗ ପର୍ଯ୍ୟନ୍ତ ୧୮.୬୬ କି.ମି. ଦୀର୍ଘ ବିକଳ୍ପ ଘାଟୀ ରାସ୍ତା ପାଇଁ ୪୬.୬୫ କୋଟି ଟଙ୍କା । ଏହା ସହିତ ବିଶୋଇରୁ ଶଙ୍ଖଭାଙ୍ଗ ପର୍ଯ୍ୟନ୍ତ ୧୩ କି.ମି. ଦୀର୍ଘ ବିକଳ୍ପ ଘାଟୀ ରାସ୍ତା ପାଇଁ ୨୬କୋଟି ଟଙ୍କା । ଏହି ୨ଟି ଗୁରୁତ୍ୱପୂର୍ଣ୍ଣ ଘାଟୀ ରାସ୍ତା ଯୋଗୁ ୨ ଲକ୍ଷ ଲୋକ ଉପକୃତ ହେବେ। ଏହା ଛଡା ୨ଟି କଲେଜ, ବାଙ୍କବାଳ ବନ୍ଧ ଓ ବିଞ୍ଜଧାର ଜଳପ୍ରପାତ ପାଇଁ ୨ଟି ପର୍ଯ୍ୟଟନ ପ୍ରକଳ୍ପ ମଧ୍ୟ ରହିଛି।  ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୩.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରାଇରଙ୍ଗପୁର ଗୋଶାଳା ପାଇଁ ୫ ଏକର ଜମି ଦିଆଯାଇଛି ଏବଂ ଏଥିପାଇଁ ୧୩.୩୪ କୋଟି ଟଙ୍କାର କର ଛାଡ କରାଯାଇଛି। ଏଥିରେ ୩୫୮ଟି ଗାଈଗୋରୁଙ୍କ ଯତ୍ନ ନିଆଯାଉଛି। ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ସ୍ଥଳର ସୌନ୍ଦର୍ଯ୍ୟକରଣ ପାଇଁ ୧୦.୬୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ ଝରଡିହିରୁ ଲେଲାମ ଘାଟୀ ପର୍ଯ୍ୟନ୍ତ ୫ କି.ମି. ରାସ୍ତା, ରାଇରଙ୍ଗପୁର କଲେଜ, ନେସା ବନ୍ଧର ସୌନ୍ଦର୍ଯ୍ୟକରଣ ଆଦି ଅନେକ ପ୍ରକଳ୍ପ ରହିଛି। କରଞ୍ଜିଆ ନିର୍ବାଚନ ମଣ୍ଡଳୀରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୦.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଠାକୁରମୁଣ୍ଡାରୁ ଉଦଳା ଦେଇ ରୂପ୍‌ସା ପର୍ଯ୍ୟନ୍ତ ସଡକ ପାଇଁ ୩୦.୯୦ କୋଟି ଟଙ୍କା, ଭୀମକୁଣ୍ଡ ପର୍ଯ୍ୟଟନ କ୍ଷେତ୍ରର ଉନ୍ନତିକରଣ ପାଇଁ ୭.୩୧ କୋଟି ଟଙ୍କା ଓ ଅନ୍ୟାନ୍ୟ ପ୍ରକଳ୍ପ ରହିଛି। ଏହି ପରି ମୟୁରଭଞ୍ଜ ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୦.୨୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।


ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ସମ୍ବଲପୁର ଜିଲ୍ଲାର ରେଢାଖୋଲ ନିର୍ବାଚନ ମଣ୍ଡଳୀରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୫.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ସନ୍ଥ ଭୀମଭୋଇଙ୍କ ସ୍ମୃତି ପୀଠ ଓ ପ୍ରାପ୍ତି ପୀଠର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ୮.୬୯ କୋଟି ଟଙ୍କା, ହୁମା ବକ୍ର ମନ୍ଦିର ଉନ୍ନତି ପାଇଁ ୮ କୋଟି, ରେଢାଖୋଲ ଜଗନ୍ନାଥ ମନ୍ଦିର ପାଇଁ ୨.୮୩ କୋଟି, ରେଢାଖୋଲ ପଞ୍ଚଖଣ୍ଡା ମନ୍ଦିର ପାଇଁ ୨ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ସହିତ ଜୁଜୁମରାରେ ୨ଟି MIP ଓ ୨ଟି କଲେଜର ଉନ୍ନତିକରଣ ରହିଛି। ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କୁର୍ଲା ଥୁଣ୍ଟିକଟରବଗ, ଯୋଗୀ ପାଲି, ସପନେ ଆଦି ଅଞ୍ଚଳର ହୀରକୁଦ ବିସ୍ଥାପିତମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି। ଏଥିପାଇଁ ହାଇଟେକ ସର୍ଭେ କରାଯାଇ ସମସ୍ତଙ୍କୁ ପଟ୍ଟା ଦିଆଯିବ। ଚିପିଲିମାସ୍ଥିତ ପ୍ରସିଦ୍ଧ ମା’ ଘଣ୍ଟେଶ୍ୱରୀ ମନ୍ଦିର ପାଇଁ ୧୦.୯୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଖୀଣ୍ଡାରେ ବୀର ସୁରେନ୍ଦ୍ର ସାଏଙ୍କ ସ୍ମୃତି ପୀଠକୁ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରିବା ପାଇଁ ୬.୪୦ କୋଟି ଟଙ୍କା ଓ ଅନେକ ସଡକ ପ୍ରକଳ୍ପ ରହିଛି। କୁଚିଣ୍ଡା ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୮.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ବାମ୍ରା ତହସିଲରେ ବିସ୍ଥାପିତମାନଙ୍କୁ ପଟ୍ଟା ଦେବା ପାଇଁ ହାଇଟେକ ସର୍ଭେ କରାଯାଉଛି। କେତୋଟି ଗୁରୁତ୍ୱପୂର୍ଣ୍ଣ ସଡକ ମଧ୍ୟ ରହିଛି। ଏଥିରେ କେସିବାହାଲରୁ ସରଗିଡିହି ପର୍ଯ୍ୟନ୍ତ ରାସ୍ତା ପାଇଁ ୧୬.୩୦ କୋଟି, ରାଜ୍ୟ ରାଜପଥ ୨୪ରୁ ଲରିଆପାଲି ରାସ୍ତା ପାଇଁ ୧୨ କୋଟି, ଫାସିମାଲରୁ  ଷଣ୍ଢପଥର ସଡକ ପାଇଁ ୬ କୋଟି ଟଙ୍କା ସାମିଲ। ଏହି ପରି ସମ୍ବଲପୁର ଜିଲ୍ଲାର ୩ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୨୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୩୧.୮୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।


ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀରେ  ୨୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୮.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଚିତ୍ରକୋଣ୍ଡାରେ ନୂଆ ସରକାରୀ ଡିଗ୍ରୀ କଲେଜ ପାଇଁ ମଧ୍ୟ ଅନୁମୋଦନ ଦିଆଯାଇଛି। ମାଥିଲି MIP ପାଇଁ ୫.୪୭ କୋଟି, ମାଛକୁଣ୍ଡ ଉପରେ ସେତୁ ପାଇଁ ୩୫ କୋଟି, କୁମଡାଗୁଡା ନଦୀ ଉପରେ ସେତୁ ପାଇଁ ୨୨ କୋଟି ଏବଂ ବିଭିନ୍ନ ପର୍ଯ୍ୟଟନ ପ୍ରକଳ୍ପ, ସ୍କୁଲ ଓ କଲେଜ ରହିଛି। ସେତୁ ଯୋଜନାରେ ୧୦ଟି ନୂଆ ପଞ୍ଚାୟତକୁ ସାମିଲ କରାଯାଇଛି। ମାଲକାନଗିରି ନିର୍ବାଚନ ମଣ୍ଡଳୀରେ  ୨୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୭୬.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ମଲିକେଶ୍ୱର ମନ୍ଦିର, ହରିଚାନ୍ଦ ଆଶ୍ରମ, ନରନାରାୟଣ ଆଶ୍ରମ, ମାନ୍ୟମକୋଣ୍ଡା ଗୁମ୍ଫାରେ ପର୍ଯ୍ୟଟନର ବିକାଶ, ବାଲିସାଗର ପୁଷ୍କରଣୀ, ସତୀଗୁଡା ଇକୋ ପାର୍କ ଓ ଅନେକ ସଡକ ପ୍ରକଳ୍ପ। ଏହି ପରି ମାଲକାନଗିରି ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୪୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୬୪.୬୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ମାଲକାନଗିରି ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଧ୍ୟାନ ବିଷୟରେ ଆଲୋକପାତ କରି ସେ କହିଲେ ଯେ ମାଲକାନଗିରି ମୁଖ୍ୟମନ୍ତ୍ରୀ ସବୁଠାରୁ ପ୍ରିୟ। ଅନେକ ଜନକଲ୍ୟାଣକାରୀ ଯୋଜନା- ଲକ୍ଷ୍ମୀ, ଟଙ୍କିକିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପ୍ରଭୃତି ଯୋଜନା ମାଲକାନଗିରିରୁ ହିଁ ଆରମ୍ଭ ହୋଇଛି। ମା’ ମାନଙ୍କ ପାଇଁ ଅଧିକ ୫ ଲକ୍ଷ ମାଲକାନଗିରିରୁ ହିଁ ଆରମ୍ଭ ହୋଇଥିଲା।






ଏହିପରି ୩ଟି ଜିଲ୍ଲାରେ ସମୁଦାୟ ୯୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୪୫୬.୮୧ କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।


ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ, ବିଧାୟକ ଶ୍ରୀ ରୋହିତ ପୂଜାରୀ, ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବକ,  ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।


ସାରସକଣାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କହିଲେ ଯେ ସାରା ଭାରତ ବର୍ଷରେ ମା’ ମାନଙ୍କ ପାଇଁ, ଝିଅ ମାନଙ୍କ ପାଇଁ ଆଗକୁ ବଢିବାର ଯଦି ଅଧିକ ସୁଯୋଗ କୋଉଠି ଥାଏ, ତାହା ହେଉଛି ଓଡିଶା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ମହିଳାମାନେ ସଶକ୍ତ ହୋଇ ବିକାଶ ପଥରେ ଅଗ୍ରସର ହେଉଛନ୍ତି। କରଞ୍ଜିଆରେ ଉପସ୍ଥିତ ମନ୍ତ୍ରୀ ଶ୍ରୀମତୀ ବାସନ୍ତି ହେମ୍ବ୍ରମ କହିଲେ ଯେ ଏହି କାର୍ଯ୍ୟକ୍ରମ ଶ୍ରେଷ୍ଠ ଓଡିଶା ଗଠନର ଭିତ୍ତିଭୂମି ସୃଷ୍ଟି କରିଛି। ସମସ୍ତ ସ୍ଥାନୀୟ ନେତୃବୃନ୍ଦ କହିଥିଲେ ଯେ 5T ଅଧ୍ୟକ୍ଷ ଜିଲ୍ଲାଗସ୍ତ ସମୟରେ ଆମର ଯେଉଁ ସବୁ ପ୍ରସ୍ତାବ ନେଇଥିଲେ ସେସବୁ ମାତ୍ର ୭ଦିନ ଭିତରେ ସମାଧାନ ହୋଇଗଲା । ଏଭଳି ଅନୁଭବ ଆମ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ଓ ବିରଳ। ସେଥିପାଇଁ ମୁଖ୍ୟମନ୍ତ୍ରୀ ସାଢେ ୪ କୋଟି ଓଡିଆଙ୍କ ସବୁଠାରୁ ପ୍ରିୟ ମଣିଷ ବୋଲି ସେମାନେ କହିଥିଲେ।



କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik , Ama Odisha Nabin Odisha

Related articles Odisha News Lens 4.1

  • ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି
    ଦେଶ-ଦେଶାନ୍ତର

    ମହାମହିମ, ମୁଁ ଜଣେ ଭାଙ୍ଗିପଡ଼ିଥିବା ପିତା : ପୁଅ ପାଇଁ ନ୍ୟାୟ ଚାହୁଁଛି

    13986
    Jul 10, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15808
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15423
    Jul 09, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15509
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14373
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14721
    Jul 08, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13754
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15643
    Jul 09, 2026
  • କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ
    ଅପରାଧ

    କ୍ଲର୍କ ଚାକିରି ପାଇଁ ମା’କୁ ଟ୍ରକ୍ ଚଢ଼ାଇ ମାରିଦେଲା ଝିଅ

    13703
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15643
    Jul 09, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15509
    Jul 08, 2026
  • ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14721
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18036
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15483
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15597
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15402
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15268
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14692
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15839
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13815
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14929
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ସ୍ଲୋଗାନ

    15643
    Jul 09, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15808
    Jul 08, 2026
  • ମଧୁମେହରେ ପୀଡ଼ିତ ଲୋକଙ୍କ ପାଇଁ ଖୁସି ଖବର, ସପ୍ତାହକୁ ଥରେ ଇନ୍‌ସୁନିଲ୍‌ ନେବେ

    14181
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In