ସୁନ୍ଦରଗଡ,ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗ୍ରାମାଭିମୁଖୀ ମହତ୍ତ୍ଵାକାଂକ୍ଷୀ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଆଜି ଆଉ ତିନିଟି ଜିଲ୍ଲାକୁ ସାମିଲ କରାଯିବ । ସୁନ୍ଦରଗଡ,ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାକୁ ଏହି ଯୋଜନାରେ ଆଜି ସାମିଲ କରାଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତିନିଟି ଜିଲ୍ଲାରେ ଆଭାସୀ ଜରିଆରେ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁନ୍ଦରଗଡ ଜିଲ୍ଲାରେ ୧୩୯.୫୦ କୋଟି ଟଙ୍କା ବ୍ୟୟରେ ୩୦୧୬ ପ୍ରକଳ୍ପ, ଢେଙ୍କାନାଳ ଜିଲ୍ଲାରେ ୧୦୬ କୋଟି ଟଙ୍କାରେ ୩୦୫୩ ପ୍ରକଳ୍ପ ଏବଂ ବୌଦ୍ଧ ଜିଲ୍ଲାରେ ୩୪.୫୦ କୋଟି ଟଙ୍କା ବ୍ୟୟରେ ୧,୧୫୯ ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।। ଅକ୍ଟୋବର ୧୦ ତାରିଖରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଆରମ୍ଭ ହୋଇଛି। ଏହି କାର୍ୟ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ୟ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ।
Powered by Froala Editor