ସମଲେଇ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରି ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମେ ସେ ମା’ ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍ ୪ ଟା ରୁ ୬ ଟା ପର୍ୟ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ।
ସମୀକ୍ଷା ରେ ଭକ୍ତ ମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ବ ଦେବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀ ମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ। ଯାତ୍ରୀଙ୍କ ସୁବିଧା ପାଇଁ ପ୍ରାଥମିକ ଚିକିତ୍ସା ଓ ଅନ୍ୟ ମେଡିକାଲ ସେବାର ସୁବିଧା ରଖିବାକୁ ମଧ୍ୟ ସେ କହିଥିଲେ।
ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ। ବାକି ରହି ଯାଇଥିବା ବିଭିନ୍ନ ଷ୍ଟ୍ରକଚରକୁ ୧୦ ଦିନ ମଧ୍ୟରେ ସଫା କରି କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ସମୀକ୍ଷା ରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଜଊଉ, ଜିଲ୍ଲପାଳ, ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
Powered by Froala Editor