୧୬ ରୁ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସୁଛି ବଡ ବର୍ଷା । ଆସନ୍ତା ୧୪ ତାରିଖବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପ ରୂପ ନେବ ବୋଲି ପୂର୍ବାନୁମାନ କରାଯାଇଛି ।
ପୂର୍ବାନୁମାନ ଅନୁଯାୟୀ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇପାରେ । ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ଏହା ଉତ୍ତର ଦିଗକୁ ମୁହାଁଉଥିବାରୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୧୬ରୁ ୧୮ ତାରିଖ ଭିତରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ପର୍ୟ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବ ଓ ଦିନ ତାପମାତ୍ରା ବଢ଼ିବ । ୧୩ରୁ ରାତି ତାପମାତ୍ରା କମିବ ।
Powered by Froala Editor