ଦୀପାବଳି: ବାଣ ଫୁଟାଇବାକୁ ନେଇ ନିର୍ଦ୍ଦେଶନାମା ଜାରି
ଭୁବନେଶ୍ୱର: ଗୋଟିଏ ଦିନ ପରେ ଅର୍ଥାତ ରବିବାର ଆଲୋକର ପର୍ବ ଦୀପାବଳି। ଲୋକେ ଏହି ଦିନ ଘରେ ଦୀପ ଜାଳିବା ସହ ଇଷ୍ଟ ଦେବୀଙ୍କୁ ପୂଜା କରିବେ। ଏହାସହ ବାଣ ମଧ୍ୟ ଫୁଟାଇବେ।
ଦୀପାବଳିରେ ବାଣ ଫୁଟାଇବାକୁ ନେଇ ନିର୍ଦ୍ଦେଶନାମା ଜାରି କରିଛି ଅଗ୍ନିଶମ ବାହିନୀ। ନିର୍ଦ୍ଦେଶନାମା ଅନୁସାରେ, ଛୋଟଛୁଆମାନେ ଅଭିଭାବକଙ୍କ ଉପସ୍ଥିତିରେ ବାଣ ଫୁଟାନ୍ତୁ । ସିଧା ସଳଖ ହାତରେ ଅଗ୍ନି ସଂଯୋଗ କରନ୍ତୁ ନାହିଁ। ବାଣ ଫୁଟାଇଲା ବେଳେ ଗୃହପାଳିତ ପଶୁଙ୍କୁ ଦୂରେଇ ରଖନ୍ତୁ। ନିକଟରେ ପାଣି ବାଲ୍ଟି ଓ ବାଲି ରଖନ୍ତୁ। ବାଣ ଫୁଟାଇବା ସମୟରେ ସୂତା ବସ୍ତ୍ର ପରିଧାନ କରନ୍ତୁ। ଜନ ଗହଳି ସ୍ଥାନରେ ବାଣ ଫୁଟାନ୍ତୁ ନାହିଁ। ସେହିପରି ବାଣ ଦୋକାନୀଙ୍କ ପାଇଁ ନିୟମ ଜାରି ହୋଇଛି। ବାଣ ଦୋକାନ ଚାରିପଟେ ପଲିଥିନ୍ ଓ ଦହନଶୀଳ ପଦାର୍ଥ ରଖନ୍ତୁ ନାହିଁ। ଦୋକାନଠୁ ଦୋକାନ ପରସ୍ପରଠାରୁ ଅତି କମରେ ୧୦ ଫୁଟ୍ ଦୂରତା ରଖିବେ। କେବଳ ସ୍ୱୀକୃତିପ୍ରାପ୍ତ ଦୋକାନୀ ବାଣ ବିକିବେ। ଅନ୍ୟ କୌଣସି ବିସ୍ଫୋରକ ସାମଗ୍ରୀ ବିକିବେ ନାହିଁ। ଦୋକାନୀମାନେ ଅଗ୍ନି ନିର୍ବାପକ ସବୁ ବ୍ୟବସ୍ଥା ଗ୍ରହଣ କରନ୍ତୁ।
Powered by Froala Editor