Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

Home ›› ››ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା

ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା

2023-11-10 16:44:35
13854
Share:
Facebook
Twitter
E-Mail
WhatsApp
Telegram
ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା

ଭୁବନେଶ୍ବର : ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ ଆରମ୍ଭ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ। ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।



କେନ୍ଦୁଝରରୁ ଆରମ୍ଭ ହୋଇ ଉତ୍ସାହ ଆନନ୍ଦର ସହ ବାଣର ଶବ୍ଦ ଓ ଆଲୋକର ଫୁଆର ମଧ୍ୟରେ ଯାଜପୁରରେ ଉଦ୍‌ଯାପନ ହୋଇଛି ଏହି କାର୍ଯ୍ୟକ୍ରମ। ଏକ ମାସ ମଧ୍ୟରେ ସମାପନ ହୋଇଥିବା ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୬.୫୦ ଲକ୍ଷ ଲୋକ ଭାଗ ନେଇଥିଲେ। କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତ ଜନସାଧାରଣ, ଲୋକ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଲେ 5T ଓ ‘ନବୀନ ଓଡିଶା’ ଅଧ୍ୟକ୍ଷ ଶ୍ରୀ  ପାଣ୍ଡିଆନ।


 

ଏହା ସହିତ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ସୁଦୃଢ ହେବାର ଅଭିଯାନ ଆଜି ରାଜ୍ୟର ସବୁ ଜିଲ୍ଲା, ସବୁ ବ୍ଲକ, ସବୁ ପଞ୍ଚାୟତ ଓ ସବୁ ଗାଁରେ ପହଞ୍ଜି ପାରିଛି। ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି।


ଏହି କାର୍ଯ୍ୟକ୍ରମର ଫୋକସ୍‌ ହୋଇଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା । 



  ଏଥିପାଇଁ କୋରାପୁଟ ଜିଲ୍ଲାର  ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି      ୧୨୦ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା –ଲକ୍ଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ ଓ ପଟାଙ୍ଗୀ।  ଏହିସବୁ ନିର୍ବାଚନ ମଣ୍ଡଳୀର   ୧୪ଟି ବ୍ଲକ୍‌‌ର       240ଟି  ଗ୍ରାମ ପଞ୍ଚାୟତରେ   ୩୦୮୭ଟି ପ୍ରକଳ୍ପ ହେବ। ସେହିପରି ନୂଆପଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ  ୬୫.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ନୂଆପଡା ଓ ଖରିଆର।  ଏଥିରେ ୫ଟି ବ୍ଲକ୍‌ର 131ଟି   ଗ୍ରାମପଞ୍ଚାୟତରେ   ୧7୬୫ଟି ପ୍ରକଳ୍ପ କରାଯିବ। ସେହିପରି ଯାଜପୁର ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି  ୧୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯାଜପୁର, ବିଞ୍ଝାରପୁର, ବଡଚଣା, ବରି, ସୁକିନ୍ଦା, ଧର୍ମଶାଳା ଓ କୋରେଇ। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ର   ୩୧୧ଟି  ଗ୍ରାମ ପଞ୍ଚାୟତରେ ୪୧୦୯ଟି ପ୍ରକଳ୍ପ ହେବ।



ଆଜିର କାର୍ଯ୍ୟକ୍ରମ ପାଇଁ କୋରାପୁଟ ଜିଲ୍ଲାର ୫ଟି, ନୂଆପଡା ଜିଲ୍ଲାର ୨ଟି ଓ ଯାଜପୁର ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। କୋରାପୁଟରେ ୭୦ ହଜାରରୁ ଅଧିକ ଓ ଯାଜପୁରରେ ୮୦ ହଜାରରୁ ଅଧିକ ଲୋକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥିରେ ୮୦ ପ୍ରତିଶତ ହେଉଛନ୍ତି ମା’ମାନେ।



    ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା ଏକ ଅଭିନବ କାର୍ଯ୍ୟକ୍ରମ । ଗାଁରେ ଆଧୁନିକ ବିକାଶର ଭିତ୍ତି ପକେଇବା ପାଇଁ ଏହା ପରିକଳ୍ପନା କରାଯାଇଛି। ଜଗନ୍ନାଥ  ସଂସ୍କୃତିକୁ ସାଥିରେ ଧରି, ଡିଜିଟାଲ ଯୁଗ ସହିତ ତାଳ ଦେଇ ଆମ ଓଡିଶାର ଗାଁଗୁଡିକ ଆଗକୁ ବଢୁଛନ୍ତି । ସେ କହିଥିଲେ ଯେ ବିକାଶର ନୂଆ ଇତିହାସ ଲେଖୁଛି ‘ଆମ ଓଡିଶା ନବୀନ ଓଡିଶା’ । ଡିଜିଟାଲ ସଂଯୋଗ ସହିତ ଜଗନ୍ନାଥ  ସଂସ୍କୃତିର ସମନ୍ୱୟ ଏକ ସଶକ୍ତ ଓଡିଶା ଗଠନର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ।



 ସେ ପୁଣି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା। 


    ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 



ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ। Banking  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ।



ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।


5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। 



5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛୁ । ଲୋକ ଯାହା ଚାହିଁଛନ୍ତି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସେହି ଅନୁଯାୟୀ ପ୍ରକଳ୍ପ ମଞ୍ଜୁର କରିଛନ୍ତି । ବିକାଶର ଯାତ୍ରାରେ କେହି ବି ବାଦ ପଡି ନାହାନ୍ତି। 


ସେ ପୁଣି କହିଥିଲେ ଯେ ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ। ସେ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ୱପ୍ନ ଆଜି ସଫଳ ହୋଇଛି। ମା’ ମାନେ ଏହି କାର୍ଯ୍ୟକ୍ରମରେ ବିପୁଳ ଭାବରେ ଅଂଶଗ୍ରହଣ କରି ନବୀନ ଓଡିଶାର ଯାତ୍ରାରେ ଭାଗିଦାର ହୋଇଛନ୍ତି।



ସେ ପୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା’ମାନଙ୍କ ପାଇଁ ୫ଟି ଉପହାର ଦେଇଛନ୍ତି। ୫ ଟଙ୍କାରେ ଆହାର,  ୫ ଟଙ୍କାରେ ଲକ୍ଷ୍ମୀ ବସ,  ମମତାରେ ୫ ହଜାର ଟଙ୍କା, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ ୫ ଲକ୍ଷ, ମା’ ମାନଙ୍କ ପାଇଁ ଆଉ ୫ ଲକ୍ଷ  ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ।


 ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ କୋରାପୁଟ ଜିଲ୍ଲାର  ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ    ୧୦୮.୩୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନାରାୟଣପାଟଣା ବ୍ଲକର ଝଞ୍ଜାବତି ବ୍ୟାରେଜ୍ ନିର୍ମାଣ ପାଇଁ ୯୯.୭୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ନାରାୟଣପାଟଣା ଜଗନ୍ନାଥ ମନ୍ଦିର ଏବଂ ବନ୍ଧୁଗାଁ ଶ୍ରୀ ଶ୍ରୀ ଅଗ୍ନି ଗଙ୍ଗା ମା’ ମନ୍ଦିର ପାଇଁ ଯଥାକ୍ରମେ ୪ କୋଟି ଓ ୨ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥି ସହିତ ନାରାୟଣପାଟଣା ପାଟଣା ଓ ବନ୍ଧୁଗାଁ ବ୍ଲକରେ ୨ଟି ନୂତନ ଡିଗ୍ରୀ କଲେଜ ସମେତ ଲକ୍ଷ୍ମୀପୁର କଲେଜର ରୂପାନ୍ତରଣ, ଦଶମନ୍ତରପୁର RKA ହାୟର ସେକେଣ୍ଡାରୀ ସ୍କୁଲ ଓ ଡିଗ୍ରୀ କଲେଜ, ନାରାୟଣପାଟଣାସ୍ଥିତ ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ଅଛି   ।    କୋଟପାଡ ନିର୍ବାଚନ ମଣ୍ଡଳୀରେ  ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ   ୪୨.୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଗୁପ୍ତେଶ୍ୱର ମନ୍ଦିରର ଉନ୍ନତିକରଣ ପାଇଁ ୨୦.୨୦ କୋଟି ଟଙ୍କା ଏବଂ କୋଟପାଡ ଦମୟନ୍ତୀସାଗରର ପୁନରୁଦ୍ଧାର ପାଇଁ ୧୬.୭୩ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥି ସହିତ ଦେୱାନମୁଣ୍ଡା ପୁଷ୍କରିଣୀ, କୋଟପାଡ କଲେଜ ଏବଂ ବିଜୁ ପଟ୍ଟନାୟକ ହାୟର ସେକେଣ୍ଡାରୀ ସ୍କୁଲ ଓ ଡିଗ୍ରୀ କଲେଜ ସାମିଲ ଅଛି।  ସେହିପରି ଜୟପୁର ନିର୍ବାଚନ ମଣ୍ଡଳୀରେ   ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ   ୨୬.୪୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରାଜ୍ୟ ରାଜପଥ-୪୮ ରେ ତେଲଙ୍ଗିରି ନଦୀ ଉପରେ ସେତୁ ନିର୍ମାଣ ପାଇଁ ୮.୦୧ କୋଟି ଟଙ୍କା, ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ୧୦୦୦ ଆସନ ବିଶିଷ୍ଟ ଅଡିଟୋରିୟମ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ଜୟପୁର ଶ୍ରୀ ଜଗନ୍ନାଥ ମନ୍ଦିରର ରୂପାନ୍ତରଣ ଓ ଭକ୍ତ ଓ ପର୍ଯ୍ୟଟକ ସୁବିଧା  ଭିତ୍ତିଭୂମି ନିର୍ମାଣ ପାଇଁ ୧.୨୦ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହା ଦ୍ୱାରା ବାର୍ଷିକ ୧.୩୦ ଲକ୍ଷ ଲୋକ ସୁବିଧାରେ ଦର୍ଶନ କରିବେ। ଏଥି ସହିତ ଆଇନ ମହାବିଦ୍ୟାଳୟର 120 seated SC-ST Hostel, ବିକ୍ରମଦେବ ବିଶ୍ୱବିଦ୍ୟାଳୟ HSS & Degree College, ବୋରିଗୁମା ଭୈରବ HSS & Degree College, ଜୟପୁର ସରକାରୀ ମହିଳା ମହାବିଦ୍ୟାଳୟ, ବୋରିଗୁମା ନରିସିଂହ HSS ସାମିଲ ରହିଛି    । କୋରାପୁଟ ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ   ୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କୋରାପୁଟ JELC Church ମରାମତି ଓ ପୁନରୁଦ୍ଧାର ପାଇଁ ୩ କୋଟି ଟଙ୍କା, କୋରାପୁଟ ଜଗନ୍ନାଥ ମନ୍ଦିରରେ କଲ୍ୟାଣ ମଣ୍ଡପ ଏବଂ ଭକ୍ତ ସୁବିଧା ଭିତ୍ତିଭୂମି ନିର୍ମାଣ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି। କୋରାପୁଟ ସରକାରୀ ମହାବିଦ୍ୟାଳୟ ପାଇଁ ୨.୨୫ କୋଟି ଟଙ୍କା, ସୁନାବେଡା ମହିଳା HSS & Degree College ପାଇଁ ୧.୨୫ କୋଟି ଟଙ୍କା ମଞ୍ଜୁର ହୋଇଛି । ଏଥି ସହିତ ୪ଟି କଲେଜ ଏବଂ ଗୋଟିଏ ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ଅଛି   । ପଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ  ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ   ୩୧.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଦେଓମାଳୀ ପରିବେଶ ପର୍ଯ୍ୟଟନର ବିକାଶ ପାଇଁ ୨୨.୫୦ କୋଟି ଟଙ୍କା, ପଟାଙ୍ଗୀ ମା’ ଗଙ୍ଗେଶ୍ୱରୀ ମନ୍ଦିର ଉନ୍ନତିକରଣ ପାଇଁ ୩ କୋଟି ଟଙ୍କା, ନନ୍ଦପୁରଠାରେ ଉଚ୍ଚ ପ୍ରାଥମିକ ସ୍କୁଲର ଛାତ୍ରାବାସ ପାଇଁ ୩ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥି ସହିତ ୨ଟି   HSS & Degree College ଏବଂ ଗୋଟିଏ ହାୟର ସେକେଣ୍ଡାରୀ ସ୍କୁଲ ମଧ୍ୟ ସାମିଲ ଅଛି।  



ଏହିପରି କୋରାପୁଟ ଜିଲ୍ଲାର ୫ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୩୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧୯.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।



ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ନୂଆପଡା ଜିଲ୍ଲାର   ଖରିଆର  ନିର୍ବାଚନ ମଣ୍ଡଳୀରେ    ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୪୧୪.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ବୋଦେନ, ବୋରିଗାଁ, ଖଇରମାଲ, ଲେସୁନପାଲି, ଗଣ୍ଡବାହାଲି, ଚଉନରାଠାରେ ସମୁଦାୟ ୬ଟି ମେଗା ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ୩୮୩.୧୯ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଦ୍ୱାରା ୩୧ଟି ଗାଁ ତଥା ୩୬ ହଜାର ଲୋକ ଉପକୃତ ହେବେ। ବୋଦେନ ବ୍ଲକର ରେଢାମାଲ ଓ ରୁଣ୍ଡି ଗାଁକୁ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୯.୩୯ କୋଟି ଟଙ୍କା, ଖରିଆର ଭୁଲିଆସିକୁଆନ ରାସ୍ତାର ପ୍ରଶସ୍ତିକରଣ ପାଇଁ ୬.୦୯ କୋଟି ଟଙ୍କା, କାମପୁରଠାରେ ସହଜନଳା ଉପରେ ସେତୁ ପାଇଁ ୩.୯୬ କୋଟି ଟଙ୍କା, ପୋର୍ତିପଡା ହାଇ ସ୍କୁଲରେ ST SC Hostel ନିର୍ମାଣ ପାଇଁ ୩ କୋଟି ଟଙ୍କା, ଖରିଆର ସ୍ୱୟଂଶାସିତ କଲେଜ ଏବଂ ଧନ୍ଦାମୂଳକ ଓ ହାୟର ସେକେଣ୍ଡାରି ସ୍କୁଲ ପାଇଁ ୨.୫୦ କୋଟି ଟଙ୍କା, ପାତାଳଗଙ୍ଗା ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୩.୬୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ସହିତ  ବିଜୁ ପଟ୍ଟନାୟକ HSS & Degree College, Model Degree Science College ଓ ସିନାପଲି HSS & Degree College ପାଇଁ ଯଥାକ୍ରମେ ୧.୫୦ କୋଟି, ୦.୫୦ କୋଟି ଓ ୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସେହିପରି ନୂଆପଡା  ନିର୍ବାଚନ ମଣ୍ଡଳୀରେ    ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୮୪.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ କୋନାବିରାଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ ପାଇଁ ୪୨.୨୪ କେଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାର ୩ଟି ଗାଁ ଓ ୬ ହଜାର ଲୋକ ଉପକୃତ ହେବେ। ସୁନାବେଡାଠାରୁ କୋମନା ରାସ୍ତା ଉନ୍ନତିକରଣ ପାଇଁ ୨୯.୯୦ କୋଟି ଟଙ୍କା, ଯୋଗେଶ୍ୱର ମନ୍ଦିର ଉନ୍ନତିକରଣ ପାଇଁ ୩.୯୬ କୋଟି, ସୁନାଦେଇ ମନ୍ଦିର ଉନ୍ନତିକରଣ ପାଇଁ ୨.୫୯ କୋଟି ମଞ୍ଜୁର କରାଯାଇଛି। ସୁନାବେଡା ଅଞ୍ଚଳରେ ୨୨ଟି ଚେକ୍ ଡ୍ୟାମ ନିର୍ମାଣ ପାଇଁ ୧.୯୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଦ୍ୱାରା ୨୪ଟି ଗାଁର ୮ ହଜାର ଲୋକ ଉପକୃତ ହେବେ। National College, Vocational & HSS ପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏଥି ସହିତ ରହିଛି ଅନ୍ୟ କେତକ ସ୍କୁଲ ଓ କଲେଜ। 


ଏହି ପରି ନୂଆପଡା ଜିଲ୍ଲାର ୨ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ ୧୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ  ୪୯୮.୯୧  କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।



ଶ୍ରୀ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଯାଜପୁର ଜିଲ୍ଲାର ଯାଜପୁର ନିର୍ବାଚନ ମଣ୍ଡଳୀରେ  ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୧୦୦.୬୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ମା’ ବିରଜା ମନ୍ଦିରର ଉନ୍ନତିକରଣ ପାଇଁ ୧୫ କୋଟି ଟଙ୍କା, ସାଧୁ ଗୌରେଶ୍ୱର କଲେଜ ରୂପାନ୍ତର ପାଇଁ ୧୫ କୋଟି, N.C. College ପାଇଁ ୩.୨୫ କୋଟି, ରାମବାଗ Regional College ପାଇଁ ୩.୨୫ କୋଟି, ବରାହ ନଦୀ-ଦ୍ୱୀପରେ ପର୍ଯ୍ୟଟନ ବିକାଶ ପାଇଁ ୧୫ କୋଟି, ବୈତରଣି ଉପରେ ସେତୁ ପାଇଁ ୨୨.୧୮ କୋଟି, କାଟିଆ ବାଇଶିପଣ ରାସ୍ତାର ଉନ୍ନତି ପାଇଁ ୫.୩୩ କୋଟି ପାଲଦା ପଞ୍ଜରା ସାହିରୁ ତରଙ୍ଗ ବଉଦ ହାଡିଆ ପର୍ଯ୍ୟନ୍ତ ରାସ୍ତାର ଉନ୍ନତି ପାଇଁ ୮.୭୪ କୋଟି, ପାଲସାହି ନାଳ ଉପରେ ସେତୁ ପାଇଁ ୬.୪୪ କୋଟି ଟଙ୍କା ମଞ୍ଜୁର। ଏହା ସହିତ ସିଦ୍ଧେଶ୍ୱର ମନ୍ଦିର, ବେଲେଶ୍ୱର ମନ୍ଦିର ଓ ଅନେକ ସ୍କୁଲ କଲେଜ ମଧ୍ୟ ରହିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୧୭.୮୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ନାରାୟଣ ଗୋସେଇଁ ମନ୍ଦିର, ମଧୁ ତୀର୍ଧ ପୁଷ୍କରିଣୀ, ଗୋକର୍ଣ୍ଣେଶ୍ୱର ମନ୍ଦିର, ଧର୍ମଶାଳା ଡିଗ୍ରୀ କଲେଜର ଉନ୍ନତି ଆଦି ଅନେକ ପ୍ରକଳ୍ପ ରହିଛି। ବାରବାଟି ସିଂହପୁର ରାସ୍ତା ପାଇଁ ୭.୬୬ କୋଟି, ନାକାପୋଲର ମାଣ୍ଡିଆ ପର୍ଯ୍ୟନ୍ତ ରାସ୍ତା ପାଇଁ ୪ କୋଟି ରହିଛି। ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୨୩.୪୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଟିକରପଡା ରାସ୍ତା ପାଇଁ ୭ କୋଟି, ସରୁବାଲିଠାରୁ ଗୁର୍ଜନପାଲ ପର୍ଯ୍ୟନ୍ତ ରାସ୍ତା ପାଇଁ ୭ କୋଟି, କାଳିଆପାଣି ହନୁମାନ ଛକ ରୋଡ ପାଇଁ ୫.୫୭ କୋଟି ଟଙ୍କା । ଏହା ସହିତ ଜଗନ୍ନାଥ ମନ୍ଦିର, ସୁକିନ୍ଦା ଡିଗ୍ରୀ କଲେଜ, ଭାରତୀବିହାର ଡିଗ୍ରୀ କଲେଜ, ଯୁକ୍ତ ଦୁଇ କଲେଜ ଓ ଅନେକ ରାସ୍ତା ପ୍ରକଳ୍ପ ରହିଛି। ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀରେ  ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬୮.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ବରୁଣେଶ୍ୱର ମନ୍ଦିର ପାଇ ୭ କୋଟି, ମଲ୍ଲିକା ବଳଭଦ୍ରପୁର ରାସ୍ତା ପାଇଁ ୧୮.୮୦ କୋଟି, ଲାଲବାଗ ନୂଆପାଟଣାରୁ ଦତପୁର ପର୍ଯ୍ୟନ୍ତ ରାସ୍ତା ପାଇଁ ୮ କୋଟି, ପ୍ରିତିପୁରରୁ ସିଂହପୁର ପର୍ଯ୍ୟନ୍ତ ରାସ୍ତା ପାଇଁ ୪.୬୬ କୋଟି, ଚଷାଖଣ୍ଡରୁ ପଲଟପୁର ପର୍ଯ୍ୟନ୍ତ ରାସ୍ତା ପାଇଁ ୭.୮୪ କୋଟି ଏବଁ ଅନେକ ରାସ୍ତା ପ୍ରକଳ୍ପ। ଏହା ସହିତ ଦଶରଥପୁର ଜୟଚଣ୍ଡୀ ପୀଠ ପାଇଁ ୧.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବରି ନିର୍ବାଚନ ମଣ୍ଡଳୀରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୮୭.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଚିଙ୍ଗୁଡିଆ ନାଳ ଉପରେ ସେତୁ ପାଇଁ ୫୬ କୋଟି, ବ୍ରାହ୍ମଣୀ ନଦୀ ଉପରେ ଏକ ସେତୁ ପାଇଁ ୧୮.୭୭ କୋଟି, ପରମାନନ୍ଦପୁରଠାରୁ ମେଣ୍ଢାକୁସବଟା ରାସ୍ତା ପାଇଁ ୭.୪୧ କୋଟି, ରସୁଲପୁର ମା’ ଖଗେଶ୍ୱରୀ ପୀଠ ପାଇଁ ୧.୫୦ କୋଟି ଟଙ୍କା ଓ ଅନେକ ସ୍କୁଲ କଲେଜ ରହିଛି। କୋରେଇ ନିର୍ବାଚନ ମଣ୍ଡଳୀରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୩୮.୭୩କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ବ୍ୟାସନଗର ଜଗନ୍ନାଥ ମନ୍ଦିର ପାଇଁ ୧.୫୦ କୋଟି, ବ୍ୟାସନଗର କଲେଜରେ ନୂଆ ବିଜ୍ଞାନ ଓ କଳା ବ୍ଲକ ପାଇଁ ୧୫ କୋଟି ଓ ଅନେକ ସ୍କୁଲ କଲେଜ। କୋରେଇରେ ଏକ ନୂଆ କବାଡି ଇନଡୋର ହଲ୍‌ ପାଇଁ ଅନୁମୋଦନ ଦିଆଯାଇଛି। ଏହା ସହିତ ପାଣିକୋଇଲି Trauma Care Centerକୁ ବିଦ୍ୟୁତ ଯୋଗାଣ ପାଇଁ Sub Station ନିର୍ମାଣ ଓ ଅନେକ ରାସ୍ତା ପାଇଁ ଅର୍ଥ ମଞ୍ଜୁର ହୋଇଛି। ବଡଚଣା ନିର୍ବାଚନ ମଣ୍ଡଳୀରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ     ୨୪.୪୯ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ରହିଛି ଚଣ୍ଡିଖୋଲ ମହାବିନାୟକ ମନ୍ଦିର ଓ ପର୍ଯ୍ୟଟନ କ୍ଷେତ୍ର ପାଇଁ ୭.୬୯ କୋଟି, ଛତିଆ ପର୍ଯ୍ୟଟନ କମ୍ପ୍ଲେକ୍ସ ପାଇଁ ୧ କୋଟି , ଚଣ୍ଡିଖୋଲ B.B. College ପାଇଁ ୨.୫୦ କୋଟି ଓ ଆହୁରି ଅନେକ କଲେଜ। ସାନଗେଙ୍ଗୁଟି ନଈ ଉପରେ ସେତୁ ପାଇଁ ୯.୯୨ କୋଟି ଟଙ୍କା ମଧ୍ୟ ମଞ୍ଜୁର ହୋଇଛି।


ଏହିପରି ଯାଜପୁର ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀରେ ସମୁଦାୟ   ୭୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୬୧.୫୩ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। 


୩ଟି ଜିଲ୍ଲାରେ ସମୁଦାୟ ୧୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭୯.୯୮  କୋଟି ଟଙ୍କା ମଞ୍ଜୁର ହୋଇଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।


ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର କୁମାର ଢୋଲକିଆ, ମନ୍ତ୍ରୀ ଶ୍ରୀ ପ୍ରିତିରଞ୍ଜନ ଘଡାଇ, ସାଂସଦ ଶ୍ରୀମତୀ ଶର୍ମିଷ୍ଠା ସେଠୀ, ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ବିଧାୟକ ଶ୍ରୀ ପ୍ରଣବ କୁମାର ବଳବନ୍ତରାୟ, ବିଧାୟିକା ଶ୍ରୀମତୀ ସୁନନ୍ଦା ଦାସ, ବିଧାୟକ ଶ୍ରୀ ଅଶୋକ କୁମାର ବଳ, ବିଧାୟକ ଶ୍ରୀ ପ୍ରଭୁ ଜାନି, ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ବିଧାୟକ ଶ୍ରୀ ପିତମ ପାଢି, ବିଧାୟକ ଶ୍ରୀ ରଘୁରାମ ପଡାଲ ଓ   ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ।


ବିଞ୍ଝାରପୁରଠାରେ ଉପସ୍ଥିତ ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଯେଉଁ ଭଳି ସବୁ ପଦକ୍ଷେପ ନିଆଯାଉଛି ତାହା ପ୍ରଶଂସନୀୟ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ବଳରେ ଓଡିଶା ଆଗକୁ ଯିବ ଓ ନୂତନ ରୂପ ପାଇବ।


କୋମନାଠାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ଢୋଲକିଆ କହିଥିଲେ ଯେ ଗ୍ରାମାଞ୍ଚଳରେ ବିକାଶ ପାଇଁ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ସାରା ଭାରତ ବର୍ଷରେ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବିଜୁ ଏକ୍ସପ୍ରେସ୍ ୱେ ଆଜି ନୂଆପଡାବାସୀଙ୍କ ଲାଇଫଲାଇନ୍ ପାଲଟିଛି।


ସୁକିନ୍ଦାଠାରେ ଉପସ୍ଥିତ ମନ୍ତ୍ରୀ ଶ୍ରୀ ପ୍ରୀତିରଞ୍ଜନ ଘଡାଇ କହିଲେ ଯେ ୭ ଦିନ ମଧ୍ୟରେ ପ୍ରକଳ୍ପ ମଞ୍ଜୁରି କରିବା ଏକ ଐତିହାସିକ ଘଟଣା । ପ୍ରଶାସନରେ 5T ପ୍ରୟୋଗ ଆଜି ରାଜ୍ୟରେ ଭରଷାର ପ୍ରତୀକ ହୋଇଛି । 


ଯାଜପୁରଠାରେ ଉପସ୍ଥିତ ବିଧାୟକ ପ୍ରଣବ ପ୍ରକାଶ ଦାସ କହିଲେ ଯେ ବିଜୁବାବୁଙ୍କ ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପର୍ଣ୍ଣ ଚିନ୍ତାଧାରାକୁ କାର୍ଯ୍ୟରେ ପରିଣତ କରିବାରେ 5T ଅଧ୍ୟକ୍ଷଙ୍କ ପ୍ରତିବଦ୍ଧତାର ତୁଳନା ନାହିଁ ।

    

ପଟାଙ୍ଗୀଠାରେ ଉପସ୍ଥିତ ବିଧାୟକ ପିତମ ପାଢି କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା ଭଳି ଗ୍ରାମାଞ୍ଚଳ ବିକାଶ କାର୍ଯ୍ୟକ୍ରମ ସାରା ଭାରତବର୍ଷରେ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ କରି ନାହାନ୍ତି। ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଏହା କରି ଦେଖାଇ ଦେଇଛନ୍ତି। ସେଥିପାଇଁ ସାଢେ ଚାରି କୋଟି ଓଡିଶାବାସୀ ଗୌରବାନ୍ୱିତ।

 

କାର୍ଯ୍ୟକ୍ରମରେ ଉପସ୍ଥିତ ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ କହିଲେ ଯେ ଆଜି ବିକାଶ ଜନସାଧାରଣଙ୍କ ପାଖରେ ପହଞ୍ଚୁଛି। ସମଗ୍ର ଭାରତବର୍ଷରେ ଓଡିଶାର ବିକାଶ ଆଜି ଚର୍ଚ୍ଚାର ବିଷୟ । ୭ ଦିନ ମଧ୍ୟରେ  ସମସ୍ୟା ସମାଧାନ ବାସ୍ତବରେ ଅଭୂତପୂର୍ବ ଓ ଆଶ୍ଚର୍ଯ୍ୟଜନକ। ଆମ ସମସ୍ତଙ୍କ ପାଇଁ ଆଣିଛି ଅପାର ଆନନ୍ଦ।



କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik , AMA ODISHA NABIN ODISHA

Related articles Odisha News Lens 4.1

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13755
    Jul 06, 2026
  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...
    ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...

    13937
    Jul 06, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15028
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    13989
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15368
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13685
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ
    ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15352
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15150
    Jul 06, 2026
  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର
    ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14630
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14630
    Jul 06, 2026
  • ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ମୃତ୍ୟୁ

    13937
    Jul 06, 2026
  • ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13755
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17628
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15150
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15163
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15165
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14591
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14355
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15830
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15699
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14914
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13685
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15150
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15352
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In