ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଆସନ୍ତାକାଲି

ଭୁବନେଶ୍ୱର: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।
Powered by Froala Editor