୧୨ ପ୍ରସ୍ତାବରେ କ୍ୟାବିନେଟ୍ ମୋହର : ଆମ ହସ୍ପିଟାଲ’ ଯୋଜନାରେ ରୂପାନ୍ତରୀକରଣ ହେବ ୧୮୫୮ ଡାକ୍ତରଖାନା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ଏଣିକି ରାଜ୍ୟବାସୀଙ୍କୁ ମିଳିବ ଉତ୍ତମ ସ୍ବାସ୍ଥ୍ୟ ସେବା। ଏଥିପାଇଁ ରାଜ୍ୟ ସରକାର ‘ଆମ ହସ୍ପିଟାଲ’ ନାମରେ ଏକ ନୂତନ ଯୋଜନା ଆଣିଛନ୍ତି। ଏହି ଯୋଜନାରେ ରାଜ୍ୟରେ ଥିବା ସମସ୍ତ ସରକାରୀ ହସ୍ପିଟାଲ ୫-ଟି ଅଧୀନରେ ରୂପାନ୍ତରୀକରଣ ହେବ । ରାଜ୍ୟର ସମସ୍ତ ୧୮୫୮ଟି ସରକାରୀ ଡାକ୍ତରଖାନା (ଡି.ଏଚ୍.ଏଚ୍., ଏସ.ଡ଼ି.ଏଚ., ସି.ଏଚ.ସି. ଓ ପି.ଏଚ.ସି.) ଆସନ୍ତା ୫ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମେ ରୂପାନ୍ତରୀକରଣ କରାଯିବ । ୨୦୨୩-୨୪ ରୁ ୨୦୨୭-୨୮ ପାଇଁ ଏହି ଯୋଜନା ନିମନ୍ତେ ୩୩୮୮.୭୩ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।
ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ବିସ୍ତୃତ ପ୍ରକଳ୍ପ ରିପୋର୍ଟକୁ କ୍ୟାବିନେଟ୍ ମୋହର ମାରିବା ସହ ୫ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମଂଜୁରୀ ମିଳିଛି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଜାନିବିଲି ଗାଁ ନିକଟ ଋଶିକୁଲ୍ୟା ନଦୀରେ ହେବ ବ୍ୟାରେଜ୍। ୫ବର୍ଷ ଭିତରେ ଏହି ବହୁମୁଖୀ ପ୍ରକଳ୍ପ ନିର୍ମାଣ ହେବ। ଏଥିରେ ବିଦ୍ୟୁତ ଶକ୍ତି ଉତ୍ପାଦନ ସହିତ ରାସ୍ତା ସଂଯୋଗୀକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ସେହିପରି ବ୍ରହ୍ମପୁରରେ ପ୍ରସ୍ତାବିତ ରିଂ ରୋଡକୁ କ୍ୟାବିନେଟ୍ ଗ୍ରୀନ୍ ସିଗନାଲ ଦେଇଛି।
ସେହିପରି ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS। ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି ।
Powered by Froala Editor