ପ୍ରବଳ ବର୍ଷା: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଆଜି ଗଭୀର ଅବପାତରେ ରୂପ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଗଭୀର ଅବପାତଟି ୬ ଘଣ୍ଟାରେ ୧୮କିମି ବେଗରେ ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତି କରୁଛି। ଏହା ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତିକରି ଅଧିକ ଘନୀଭୂତ ହେବ। ୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳ ମୋଙ୍ଗଲା ଓ ଖେପୁପରା ମଝିରେ ଅତିକ୍ରମ କରିବ। ୧୮ ତାରିଖ ସକାଳେ ପବନର ବେଗ ସର୍ବାଧିକ ୭୫ କିମି ରହିବ।
ଗଭୀର ଅବପାତ ପ୍ରଭାବରେ ଆଜି ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ।ସେହିପରି ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
Powered by Froala Editor