ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୩୮୬ କୋଟି ଟଙ୍କା ମଞ୍ଜୁର
ସୁନ୍ଦରଗଡ: ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଇବ୍ ନଦୀରେ ଭଷ୍ମା ପ୍ରକଳ୍ପ ପାଇଁ ୨୬୨.୫୦ କୋଟି, ସପେଇ ନଦୀରେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରେ ପାଞ୍ଚଟି ବ୍ଲକ୍ର ଜନସାଧାରଣ ଉପକାର ପାଇବେ। ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ହେବ ସହାୟକ। ।ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ସୁନ୍ଦରଗଡ ଗସ୍ତ ସମୟରେ ପ୍ରସ୍ତାବ ମିଳିଥିଲା ବେଳେ ମୁଖ୍ୟମନ୍ତ୍ରୀ ପ୍ରକଳ୍ପ ଅନୁମୋଦନ କରିଛନ୍ତି।
Powered by Froala Editor