Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

Home ›› ››‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2023-11-21 16:57:13
15167
Share:
Facebook
Twitter
E-Mail
WhatsApp
Telegram
‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ବିଶ୍ବ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ମତ୍ସ୍ୟଜୀବୀ ମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ।


ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନିବେଦନ କରି କହିଛନ୍ତି ଯେ ଆପଣମାନଙ୍କ କଲ୍ୟାଣ ଓ ବିକାଶ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି । ଆପଣମାନେ ଏହାର ସୁଯୋଗ ନେଇ ନିଜର ଓ ରାଜ୍ୟର ସମୃଦ୍ଧିରେ ଯୋଗଦାନ ରଖନ୍ତୁ ବୋଲି ସେ କହିଥିଲେ ।


 ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟରେ ପ୍ରଚୁର ଜଳସଂପଦ ରହିଛି। ଅର୍ଥନୀତିର ବିକାଶ ପାଇଁ ଜଳସଂପଦର  ପୂର୍ଣ୍ଣ ବିନିଯୋଗ ଆମର ଲକ୍ଷ୍ୟ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ହେଉଛି ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା, ସେମାନଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା, ମା ମାନଙ୍କୁ ସଶକ୍ତ କରିବା ଏବଂ ସର୍ବୋପରି ରାଜ୍ୟର ଆର୍ଥିକ ବିକାଶ କରିବା ।     


ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନେବ ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଆମର 5T ନୀତିରେ    କାର୍ଯ୍ୟକାରୀ କରାଯିବ।  ଏଥିରେ  ୧୧,୦୦୦ରୁ ଅଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ୫୦ ହଜାର ମାଛ ଚାଷୀ ଓ ଏକ ଲକ୍ଷରୁ ଅଧିକ ମତ୍ସ୍ୟଜୀବୀ ଉପକାର ପାଇବେ ବୋଲି ସେ କହିଥିଲେ।


ରାଜ୍ୟରେ ମତ୍ସ୍ୟ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ୨୦ ବର୍ଷ ଭିତରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ଚାରି ଗୁଣ ବୃଦ୍ଧି ପାଇଛି । ସାମୁଦ୍ରିକ ମତ୍ସ୍ୟ ରପ୍ତାନୀ ୪୫୦୦ କୋଟି ଟଙ୍କାରେ ପହଞ୍ଚିଛି । ମତ୍ସ୍ୟ ଉତ୍ପାଦନ ବୃଦ୍ଧି ପାଇଁ ଓଡିଶା ମତ୍ସ୍ୟନୀତି-୨୦୧୫ ଏବଂ ଓଡିଶା ଜଳଭଣ୍ଡାର ମତ୍ସ୍ୟନୀତି-୨୦୧୨ ଆଣିବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ ବୋଲି ସେ କହିଥିଲେ । ଓଡିଶା ଆଜି ମାଛ ଯାଁଳ ଉତ୍ପାଦନରେ ଆତ୍ମନିର୍ଭର  ହୋଇପାରିଛି ବୋଲି ସେ କହିଥିଲେ  ।


    ମତ୍ସ୍ୟଜୀବୀ ମାନଙ୍କ କଲ୍ୟାଣ ପାଇଁ ଗରିବ ଲୋକଙ୍କ କଲ୍ୟାଣ ପଇଁ ମୋ ସରକାର କାମ କରୁଛନ୍ତି ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସାମାଜିକ ସୁରକ୍ଷା, ଖାଦ୍ୟ ସୁରକ୍ଷା, ରୋଜଗାର ଓ ପୁଷ୍ଟିକୁ ଅଧିକ ଗୁରୁତ୍ବ ଦେଇ ଅନେକ ପଦକ୍ଷେପ ନିଆଯାଇଛି। 


    କାର୍ଯ୍ୟକ୍ରମରେ ଯୋଗ ଦେଇ ମତ୍ସ୍ୟ ଓ ପଶୁସଂପଦ ବିଭାଗ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଜନତାଙ୍କ ମୁଖ୍ୟମନ୍ତ୍ରୀ। ଜନତାଙ୍କ କଲ୍ୟାଣ ପାଇଁ ସେ ସବୁବେଳେ ନୂଆ ନୂଆ ଯୋଜନା କରିଆସିଛନ୍ତି। ଆଜି ବିଶ୍ବ ମତ୍ସ୍ୟ ଦିବସରେ ଏହି ଯୋଜନା ରାଜ୍ୟର ମତ୍ସ୍ୟ କ୍ଷେତ୍ରରେ ରୂପାନ୍ତର ଆଣିବାରେ ସହାୟକ ହେବ ବୋଲି ସେ କହିଥିଲେ। ଏହି ଯୋଜନାର ବିଭିନ୍ନ ଆଭିମୁଖ୍ୟ ସଂପର୍କରେ ଶ୍ରୀ ସ୍ବାଇଁ ବିସ୍ତୃତ ସୂଚନା ଦେଇଥିଲେ ।


    ଏହି କାର୍ଯ୍ୟକ୍ରମରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀ ଶ୍ରୀ ବ୍ରହ୍ମାନନ୍ଦ ଦାସ କହିଲେ ଯେ କୋଭିଡ ସମୟରେ ତାଙ୍କର ରୋଜଗାର ବନ୍ଦ ହୋଇଯିବାରୁ ସେ ମତ୍ସ୍ୟଜୀବୀ ମାନଙ୍କ ପାଇଁ Bioflock ଯୋଜନାରେ ୪୦ ପ୍ରତିଶତ ରିହାତି ପାଇ ମାଛ ଚାଷ ଆରମ୍ଭ କରିଥିଲେ । ଏବେ ସେ  ଲକ୍ଷାଧିକ ଟଙ୍କା ରୋଜଗାର କରି ସ୍ବାବଲମ୍ବୀ ହୋଇପାରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।


    ସେହିପରି ବାଲେଶ୍ବରର ଗୀତାରାଣୀ ପଣ୍ଡା କହିଥିଲେ ଯେ ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ପଞ୍ଚାୟତ ପୋଖରୀ ଯୋଜନାରେ ସେମାନ ଋଣ ନେଇ ଏବେ ବର୍ଷକୁ ୫ ଲକ୍ଷ ଟଙ୍କା ଲାଭ କରୁଛନ୍ତି । ଏହାଦ୍ବାରା ସେମାନଙ୍କର ଆର୍ଥିକ ସମସ୍ୟା ଦୂର ହୋଇପାରିଛି ବୋଲି ସେ କହିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।


    ପୁରୀ ଜିଲ୍ଲାର ବ୍ରଜସୁନ୍ଦର ବେହେରା କହିଲେ ଯେ ସେ ଜଣେ ସାମୁଦ୍ରିକ ମତ୍ସ୍ୟଜୀବୀ। ଅଲିଭ ରିଡ୍‌ଲେ କଇଁଚ ପାଇଁ ତାଙ୍କର ଜୀବିକା ପ୍ରଭାବିତ ହେଉଥିଲା। ଏଥିପାଇଁ ସହାୟତା ପରିମାଣକୁ ମୁଖ୍ୟମନ୍ତ୍ରୀ ୭୫୦୦ ଟଙ୍କାରୁ ୧୫ ହଜାର ଟଙ୍କା ବୃଦ୍ଧି କରିଥିବାରୁ, ତାଙ୍କ ପରିବାର ଆଜି ସୁରକ୍ଷିତ ହୋଇପାରିଛି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।


    କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ, କୃଷି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ମତ୍ସ୍ୟଜୀବୀମାନେ ଅନ୍‌ଲାଇନ ଜରିଆରେ ଯୋଡି ହୋଇଥିଲେ ।


    ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଓ ମତ୍ସ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13803
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14922
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14008
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15006
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13833
    Jun 28, 2026
  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14103
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13565
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14202
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13773
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14103
    Jun 28, 2026
  • ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14008
    Jun 28, 2026
  • ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15006
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13833
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15660
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15636
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15284
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15112
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14996
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13803
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14922
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In