ସୁଜାତା କାର୍ତ୍ତିର୍କେୟନଙ୍କୁ ଅତିରିକ୍ତ ଦାୟିତ୍ୱ
ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ମିଶନ ଶକ୍ତି ବିଭାଗର କମିଶନର ଭାବେ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟ, ବରିଷ୍ଠ ସତ୍ୟବ୍ରତ ସାହୁ ଏବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।
Powered by Froala Editor