କ୍ୟାବିନେଟ ବୈଠକ:ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ପାଇଁ ୪୯୧.୪୧ କୋଟି ମଞ୍ଜୁର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ର ଜରୁରୀ ବୈଠକ ।
ଏହି ବୈଠକରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି। ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା।
Powered by Froala Editor