୨୭ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୯ରେ ଅବପାତରେ ପରିଣତ
ଭୁବନେଶ୍ୱର: ଆସନ୍ତା ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଆସନ୍ତା ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Powered by Froala Editor