ଆଜି ବିଳମ୍ବିତ ରାତି ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ
ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି। ତେଣୁ ବିଳମ୍ବିତ ରାତି ପର୍ୟ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
Powered by Froala Editor