ମୁଖ୍ୟମନ୍ତ୍ରୀଙ୍କ ପାଦ ସ୍ପର୍ଶ କରି ଆଶୀର୍ବାଦ ନେଲେ ପାଣ୍ଡିଆନ
ଭୁବନେଶ୍ୱର:ବିଜେଡିରେ ସାମିଲ ହେଲେ ଭି. କେ ପାଣ୍ଡିଆନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନଙ୍କୁ ବ୍ୟାଚ ପରିଧାନ କରାଇଥିଲେ । ପରେ ଭି. କେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ପାଦ ସ୍ପର୍ଶ କରି ଆଶୀର୍ବାଦ ନେଇଥିଲେ ।
ପ୍ରକାଶ ଯେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ବିଦ୍ଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ଭିକେ ପାଣ୍ଡିଆନ୍ । ଅକ୍ଟୋବର ମାସରେ ସେ ପ୍ରଶାସନିକ ଅଧିକାରୀ ପଦରୁ ଅବ୍ୟାହତି ନେଇଥିଲେ । ଏହାପରେ କ୍ୟାବିନେଟ୍ ପାହ୍ୟା ସହିତ ତାଙ୍କୁ ନବୀନ ଓଡିଶା ଏବଂ ଫାଇଭ୍ ଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ୟ୍ୟ କରୁଥିଲେ।
ଭି.କେ. ପାଣ୍ଡିଆନ ବିଜେଡିରେ ଯୋଗଦେବା ପୂର୍ବରୁ ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ୟ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା,ମାନସ ମଙ୍ଗରାଜ ଓ ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ।
Powered by Froala Editor