ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ରାଜଧାନୀର ବାଣୀବିହାର ଓଭରବ୍ରିଜରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପାଖରେ ପଡ଼ି ରହ଼ିଛି ମୋବାଇଲ ଯାହାକି ଦୁର୍ଘଟଣାରେ ସଂପୂର୍ଣ୍ଣ ଭାବରେ ନଷ୍ଟ ହୋଇଯାଇଛି।
ଦୁର୍ଘଟଣାଗସ୍ତ ହୋଇଥିବା ସ୍କୁଟିଟି ପ୍ରଦତ୍ତ କୁମାର ଦାସଙ୍କ ନାଁରେ ରହିଛି। ମୃତକ ତାଙ୍କର ପୁଅ ବୋଲି ଜଣାଯାଇଛି। ସେ ଓୟୁଏଟିରେ ପଢ଼ୁଥିବାର ସୂଚନା ମିଳିଛି। ଏହି ଦୁର୍ଘଟଣା ପରେ ଟ୍ରାଫିକ୍ ଜାମ୍ ହୋଇଯାଇଥିଲା। ଲୋକଙ୍କ ଯାତାୟତରେ ସମସ୍ୟା ସୃଷ୍ଟି ହୋଇଥିଲା। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ଜଣାଯାଇଛି।
Powered by Froala Editor