Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ...

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ...

  • ଭାରତରେ ‘Apple Pay’ ପ୍ରବେଶ

  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ...

  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ...

  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

2023-11-30 18:28:56
14491
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର : ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।



ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ  ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।


 ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ 5T ଉପକ୍ରମରେ ବିଭନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡିକରେ ରୂପାନ୍ତର ଆସିପାରିଛି। ଏହା ଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି। 


ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ଆଜିର ପ୍ରକଳ୍ପଗୁଡିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଲକ୍ଷ୍ୟ ହେଉଛି ‘ସୁସ୍ଥ ଓଡିଶା ସୁଖୀ ଓଡିଶା’। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି ବୋଲି ପ୍ରକାଶ କରି କହିଥିଲେ ଯେ ଏସ୍.ସି.ବି. ମେଡିକାଲ୍ କଲେଜ୍‌କୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସ୍ତରରେ- ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ  ସୁଦୃଢ କରିବା ଆମର ଲକ୍ଷ୍ୟ।


ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ବାହାରେ ରହୁଥିବା ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ସ୍ୱତନ୍ତ୍ର ହେଲ୍‌ପ ଲାଇନ୍‌- ୧୮୦୦  ୧୨୦  ୧୨୦  ୧୦୪ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ଆମ ପାଇଁ ପ୍ରତି ଜୀବନ ମୂଲ୍ୟବାନ’। ଏହି ମନ୍ତ୍ରକୁ ଆଗରେ ରଖି କାମ କରୁଛୁ ଓ କରି ଚାଲିବୁ ବୋଲି ସେ କହିଥିଲେ।


ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗଦେଇ କହିଲେ ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିଛି। ଆଜି ଆମ ରାଜ୍ୟ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ମେଲେରିଆ ଓ ଯକ୍ଷ୍ମା ନିରାକରଣ କ୍ଷେତ୍ରରେ ମଧ୍ୟ ଆମେ ଆଗୁଆ ରହିଛୁ। ମୁଖ୍ୟମନ୍ତ୍ରୀଙ୍କର ପରିକଳ୍ପିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଜି ଦେଶରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡିଶା ସୁଖୀ ଓଡିଶା ଓ ପ୍ରତି ଜୀବନ ମୂଲ୍ୟବାନ ନୀତିକୁ ଆଧାର କରି ଆମେ ରାଜ୍ୟବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇବା କ୍ଷେତ୍ରରେ ଆଗକୁ ବଢୁଛୁ।


5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।



କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏଥି ସହିତ  ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନେ ଅନ୍‌ଲାଇନ୍‌ରେ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14889
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି
    ଦେଶ-ଦେଶାନ୍ତର

    ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14299
    Sep 30, 2026
  • ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?
    ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15569
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14634
    Sep 30, 2026
  • ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ
    ଅପରାଧ

    ଟପ୍-୧୦ ମୋଷ୍ଟ ୱାଣ୍ଟେଡ୍ ତାଲିକାରେ ଗୋଲ୍ଡି ବ୍ରାର ସାମିଲ

    13511
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    14847
    Sep 30, 2026
  • ଭାରତରେ  ‘Apple Pay’ ପ୍ରବେଶ
    ବାଣିଜ୍ୟ

    ଭାରତରେ ‘Apple Pay’ ପ୍ରବେଶ

    14456
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    14802
    Sep 30, 2026
  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା
    ଅପରାଧ

    ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15183
    Sep 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14464
    Sep 29, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    14889
    Sep 30, 2026
  • ଦେଶ-ଦେଶାନ୍ତର

    ପୂରା ଗାଁ ବିକ୍ରି ପାଇଁ ଲାଗିଲା ପୋଷ୍ଟର, ଜାଣନ୍ତୁ କେଉଁଠି ?

    15569
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17137
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17827
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17793
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18208
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15003
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13991
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15730
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15296
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14671
    Sep 18, 2026

ବାଣିଜ୍ୟ

ଭାରତରେ ‘Apple Pay’ ପ୍ରବେଶ

ପ୍ରାୟ ୧୨ ବର୍ଷର ଦୀର୍ଘ ଅପେକ୍ଷା ପରେ ଭାରତୀୟ ବଜାରରେ ‘ଆପଲ୍ ପେ’ ପ୍ରବେଶ କରିଛି । ଏହି ସେବା ଆସିବା ପରେ ଏବେ ଦେଶର ଆଇଫୋନ୍, ଆଇପ୍ୟାଡ୍ ଏବଂ ଆପଲ୍ ୱାଚ୍ ୟୁଜର୍ସମାନେ ଅତି ସହଜରେ ଡିଜିଟାଲ୍ ପେମେଣ୍ଟ କରିପାରିବେ । ବର୍ତ୍ତମାନ ପାଇଁ ଏହା କେବଳ ଏକ୍ସିସ୍ ବ୍ୟାଙ୍କର ଭିସା ଏବଂ ମାଷ୍ଟରକାର୍ଡ କ୍ରେଡିଟ୍ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14255
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14336
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15952
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହିଳାଙ୍କ ଗଳା କାଟି ୯ ଖଣ୍ଡ କରି କେନାଲକୁ ଫିଙ୍ଗିଲା

    15183
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14634
    Sep 30, 2026
  • ରୋଗ ସହ ଯୁଝୁଛନ୍ତି ପୂର୍ବତନ କ୍ରିକେଟର୍‌ ବିନୋଦ କାମ୍ବଲି

    14299
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In