ଦେଶରେ କରୋନା ନେଲା ୨୨୦୦ ଜୀବନ
ନୂଆଦିଲ୍ଲୀ: ଦେଶରେ କରୋନା ଜନିତ ସଂକ୍ରମଣ ଓ ମୃତୁ୍ୟ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୯୨,୫୦୦ ଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରାୟ ୨୨୦୦ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୨,୫୯୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୨୧୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୦,୮୯,୦୬୯ ଓ ମୃତ୍ୟୁସଂଖ୍ୟା ୩,୫୩,୫୨୮ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୬୨,୬୬୪ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୭୫,୦୪,୧୨୬ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୩୧,୪୧୫।
Powered by Froala Editor