ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ
ଢେଙ୍କାନାଳ : ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ଶୁକ୍ରବାର ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା କଣ୍ଟାବଣିଆ ଥାନା ମାନପୁର ଗାଁରେ ଘଟିଛି। ଜେନେରେଟର ଧୂଆଁରେ ଶ୍ୱାସୁରୁଦ୍ଧ ହୋଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏଥିରେ ଆଉ ଜଣେ ଗୁରୁତର ହୋଇଥିବା ସହ ତାଙ୍କୁ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Powered by Froala Editor