ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ୟ୍ୟସୂଚୀ ପ୍ରକାଶ ପାଇଛି। କଳା, ବାଣିଜ୍ୟ ଓ ବିଜ୍ଞାନ ସମସ୍ତଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ। ପ୍ରଥମ ଦିନ ଅର୍ଥାତ ୧୬ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ସାହିତ୍ୟ ପରୀକ୍ଷା ରହିଛି । ସେହିପରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ୧୭ ତାରିଖରେ ସାହିତ୍ୟ ପରୀକ୍ଷା ରହିଛି। ୧୯ ତାରିଖରେ ସମସ୍ତ ବିଭାଗର ଇଂରାଜୀ ପରୀକ୍ଷା ରହିଛି।
ଏହାବାଦ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ । ଏନେଇ ପୂର୍ବରୁ କାଉନସିଲ ତରଫରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ୟ୍ୟନ୍ତ ମାଟ୍ରିକ ପରୀକ୍ଷା ମଧ୍ୟ ହେବ ।
Powered by Froala Editor