ବିଜେଡି ସାଙ୍ଗଠନିକ ନିର୍ବାଚନ ବର୍ଷେ ଘୁଞ୍ଚାଇବାକୁ ନିଷ୍ପତ୍ତି
ଭୁବନେଶ୍ୱର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଦିତ ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି ।ବୈଠକ ପରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦେବୀ ମିଶ୍ର ବୈଠକରେ ହୋଇଥିବା ନିଷ୍ପତ୍ତିଗୁଡ଼ିକ ବିଷୟରେ ସୂଚନା ଦେଇ ଶ୍ରୀ ମିଶ୍ର କହିଛନ୍ତି, ବିଜେଡି ସାଙ୍ଗଠନିକ ନିର୍ବାଚନ ବର୍ଷେ ଘୁଞ୍ଚାଇବାକୁ ନିଷ୍ପତ୍ତି ହୋଇଛି। ବିରୋଧୀଙ୍କୁ କାଉଣ୍ଟର କରିବାକୁ ସୋଶାଲ ମିଡିଆକୁ ଅସ୍ତ୍ର କରାଯିବ। ଦଳର ସଭାପତି ନବୀନ ପଟ୍ଟନାୟକ ଏନେଇ ନିର୍ଦ୍ଦେଶ ଦେଇଛନ୍ତି। ବିରୋଧୀଙ୍କ ପାଖରେ କିଛି ଇସ୍ୟୁ ନାହିଁ ବୋଲି ସଭାପତି କହିଛନ୍ତି। କିଛି ଇସ୍ୟୁ ନଥିବାରୁ ମିଛ କହି ଅପପ୍ରଚାର କରୁଛନ୍ତି ବିରୋଧୀ।
ସେହିପରି ପୁଣି ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ କାର୍ୟ୍ୟକାରିଣୀରେ ନିଷ୍ପତ୍ତି ନେଇଛି ବିଜେଡି। ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଉଦ୍ୟମ ଜାରି ରଖିବାକୁ ନିଷ୍ପତ୍ତି ନେଇଛି ଦଳ। ମହାନଦୀ, ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ଦୁଃଖପ୍ରକାଶ କରିଛି ଦଳ। କୋଇଲା ରୟାଲିଟି, ସେସ୍ରେ ଦାବି ପୂରଣ ପାଇଁ ଉଦ୍ୟମ ଚାଲିବ ବୋଲି କହିଛନ୍ତି ଦେବୀ ମିଶ୍ର।
ବୈଠକରେ ସଂଘୀୟ ବ୍ୟବସ୍ଥାରେ ଓଡିଶା ଯେପରି ତାର ନ୍ୟାର୍ୟ୍ୟ ଦାବୀ ଯଥା ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଏପରିକି ସ୍ପେଶାଲ ଫୋକସ ଷ୍ଟେଟ ମାନ୍ୟତା , ଦାବୀ ହାସଲ କରିବ ସେଥିପାଇଁ ଉଦ୍ୟମ ଜାରି ରହିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।ଏହା ସହିତ ମହାନଦୀ ଓ ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନୀରବତା ନେଇ ବୈଠକରେ ଦୁଃଖ ପ୍ରକାଶ କରାଯାଇଥିଲା ଓ ଦାବି ପୂରଣ ପାଇଁ ଉଦ୍ୟମ ଅବ୍ୟାହତ ରହିବ ବୋଲି ଘୋଷଣା କରାଯାଇଥିଲା । କୋଇଲା ରୟାଲଟି, ସେସ୍, ପ୍ରଦାନ କ୍ଷେତ୍ରରେ ଓଡ଼ିଶାର ଦାବି ପୂରଣ ସହିତ ଜାତୀୟ ରାଜପଥ ଓ ରେଳବାଇ କ୍ଷେତ୍ରରେ ବିକାଶ କାର୍ୟ୍ୟ ତ୍ୱରାନିତ କରିବା ଏବଂ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ଉପରୁ ଜିଏସଟି ବୋଝ ଦୂର କରିବା , ଖାଉଟି ଦର ବୃଦ୍ଧି ଓ ଏହା ଯୋଗୁଁ ଘର ଚଳାଇବା ରେ ମହିଳା ମାନେ ସମ୍ମୁଖିନ ହେଉଥିବା କଷ୍ଟକର ପରିସ୍ଥିତି ବିଷୟରେ ଆଲୋଚନା କରାଯାଇ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ।
Powered by Froala Editor