ରାଜ୍ୟରେ ଖୁବଶୀଘ୍ର ପ୍ରକାଶ ପାଇବ ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ
ଭୁବନେଶ୍ବର: ରାଜ୍ୟରେ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି ୧୦୦୮ଟି ଉଚ୍ଚ ମାଧ୍ୟମିକ ପିଜିଟି ପଦବୀ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାରମ୍ଭିକ ପଦ୍ଧତି ଆରମ୍ଭ ହୋଇଛି। ୨୩ ଗୋଟି ଭିନ୍ନଭିନ୍ନ ବିଷୟ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ଏହି ନିଯୁକ୍ତି ଦିଆଯିବ।
ପୂର୍ବରୁ ୫୦ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଏହି ଚୟନ ଶେଷ ହେବା ପରେ ଉଚ୍ଚ ଶିକ୍ଷା ବିଭାଗରୁ ଆସି ଶିକ୍ଷାଦାନ କରୁଥିବା ଅତିଥି ଅଧ୍ୟାପକମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗକୁ ଫେରାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।
Powered by Froala Editor