ରାଜ୍ୟରେ ଆଉ ୫ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଆଜି ଆଉ ୫ କରୋନା ପଜିଟିଭ ଚିହ୍ନଟ। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଅପରପକ୍ଷରେ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି।
ରାଜ୍ୟରେ ସପ୍ତାହକ ମଧ୍ୟରେ ୧୮ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦେଶକ ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଏବଂ ହସ୍ପିଟାଲକୁ କରୋନା ନିୟମାବଳି ନିମନ୍ତେ ଚିଠି ଲେଖି ଅବଗତ କରିବା ଜନସାଧାରଣଙ୍କୁ ସତର୍କ ରହିବା ସହିତ ଭୟଭୀତ ନହେବାକୁ ପରାମର୍ଶ ଦେଇଛନ୍ତି।
Powered by Froala Editor