Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

ରାଜ୍ୟ
Home ›› ରାଜ୍ୟ ››ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ , ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ , ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

2024-01-01 18:23:57
14185
Share:
Facebook
Twitter
E-Mail
WhatsApp
Telegram
ଆଧୁନିକ ଭିତ୍ତିଭୂମି କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ , ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର , ତା.୦୧.୦୧.୨୦୨୪ - ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ . କମ୍ ସମୟ କମ୍ ଖର୍ଚ୍ଚରେ ସୁରକ୍ଷିତ ଯାତ୍ରା. ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି।

ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ। ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତର।

ସେ କହିଥିଲେ ଯେ ମେଟ୍ରୋ ରେଲ୍‌ପାଇଁ ମୁଁ ଯେଉଁ ପ୍ରତିଶୃତି ଦେଇଥିଲି, ତାହା ଆଜି ପାଳନ କରୁଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଯୋଜନା ଗାଁରେ ରୂପାନ୍ତର ଆଣିଛି, ମେଟ୍ରୋ ରେଲ୍‌ ଯୋଜନା ଏ ରୂପାନ୍ତରକୁ ଆହୁରି ଆଗକୁ ନେବ। ପୁରୁଣା ରାଜଧାନୀ କଟକ ସହିତ ନୂଆ ରାଜଧାନୀ ଭୁବନେଶ୍ୱରର ସମ୍ପର୍କକୁ ଆହୁରି ମଜବୁତ କରିବ।

ବାଟରେ ଆସିବା ବେଳେ ସ୍ଥାନେସ୍ଥାନେ ଲୋକଙ୍କ ଉତ୍ସାହ ଓ ଉଦ୍ଦୀପନା ସମ୍ପର୍କରେ ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ “ଏଠାକୁ ଆସିବା ବେଳେ ରାସ୍ତାରେ ହଜାର ହଜାର ଲୋକଙ୍କ ଶୁଭେଚ୍ଛା ପାଇଲି। ସେମାନଙ୍କ ଆନନ୍ଦ ମୋତେ ମଧ୍ୟ ବହୁତ ଖୁସି ଦେଇଛି । ନୂଆ ବର୍ଷର ଏ ଖୁସି, ଏ ଆନନ୍ଦ, ସବୁ ଦିନ ଜାରି ରହୁ, ମହାପ୍ରଭୁଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା । ବିକାଶର ପର୍ବ ଆପଣମାନଙ୍କ ସହଯୋଗରେ ଆହୁରି ଆଗକୁ ବଢୁ ।”

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମେଟ୍ରୋ ରେଲ୍‌ର ଏହି ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ କରାଯିବ। ୨୬ କି.ମି. ଏହି ପ୍ରକଳ୍ପରେ ୨୦ଟି ଷ୍ଟେସନ ରହିବ ଓ ଏଥିପାଇଁ ୬୨୫୫.୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। 5T ଉପକ୍ରମରେ ଏହା ରାଜ୍ୟର ଏକ ଫ୍ଲାଗସିପ୍ ପ୍ରକଳ୍ପ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକଳ୍ପର ସମସ୍ତ ଖର୍ଚ୍ଚ ବହନ କରାଯିବ ବୋଲି ପ୍ରକାଶକରି ସେ କହିଲେ ଯେ ଓଡିଶା ଇତିହାସରେ ଭିତ୍ତିଭୂମି କ୍ଷେତ୍ରରେ ଏହା ସବୁଠାରୁ ବଡ ନିବେଶ।

ଶେଷରେ ସେ କହିଥିଲେ ଯେ ମେଟ୍ରୋ ରେଲ୍‌କୁ ଖୋର୍ଦ୍ଧା, ପୁରୀ ଓ କଟକ ସହରକୁ ସଂପ୍ରସାରଣ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ପ୍ରଥମେ ଭୁବନେଶ୍ୱର ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ ରେ ଆସି ସେଠାରେ ମେଟ୍ରୋ ପ୍ରକଳ୍ପ ପାଇଁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଏୟାରପୋର୍ଟ ଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ସେ ରୋଡ୍‌-ସୋରେ ଯାଇ କ୍ୟାପିଟାଲ ହସ୍ପିଟାଲ ଛକ, ୧୨୦ ବ୍ୟାଟାଲିୟାନ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଲ୍‌ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଇଣ୍ଡିଆନ ଅଏଲ ଛକ, କିଟ୍ ଛକ, ନନ୍ଦନ ବିହାର ଓ ରଘୁନାଥପୁରଠାରେ ଉପସ୍ଥିତ ଜନତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ସେଠାରୁ ସେ ବାରଙ୍ଗ ଛକ ଓ ଫୁଲପୋଖରୀ ଛକରେ ଲୋକଙ୍କୁ ଶୁଭେଚ୍ଛା ଜଣାଇ ବାରଙ୍ଗ ରତାଗଡଠାରେ ପହଞ୍ଚି ମେଟ୍ରୋ ରେଲ୍‌ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଦେଇଥିଲେ ଏବଂ ଶେଷରେ ସାଧାରଣ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଅପ୍ରେଲ ପହିଲାରେ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ମେଟ୍ରୋ ରେଲ୍‌ ପ୍ରକଳ୍ପ ଆରମ୍ଭ କରିବା ସମ୍ପର୍କରେ ଘୋଷଣା କରିଥିଲେ। ଅକ୍ଟୋବର ୨୯ ରେ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ତ୍ରିଶୂଳିଆ ଯାଇ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ୨୦୨୩ ନଭେମ୍ବର ୧୪ ତାରିଖରେ ଏହି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଥିଲେ। ଅନୁମୋଦନ ମିଳିବାର ମାତ୍ର ୪ ମାସ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇ ଆଜି ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା। ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ଓ ଭୁବନେଶ୍ୱର ମେଟ୍ରୋ ରେଲ୍‌ କର୍ପୋରେସନର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଲେ ଯେ ଟେମ୍ପଲ ସିଟି ଭୁବନେଶ୍ୱରରୁ ପୁରୁଣା ରାଜଧାନୀ କଟକକୁ ମେଟ୍ରୋ ରେଳ ଚଳାଚଳ ପାଇଁ ରାଜ୍ୟବାସୀଙ୍କର ବହୁ ପ୍ରତୀକ୍ଷିତ ସ୍ୱପ୍ନ ଥିଲା। ଆଜି ଏହି ପ୍ରକଳ୍ପ ମାଧ୍ୟମରେ ତାହା ପୂରଣ ହେଲା। ସହରୀକରଣ, ଗମନାଗମନ ସହିତ ଲୋକମାନଙ୍କୁ ଏହା ସବୁ କ୍ଷେତ୍ରରେ ସାହାଯ୍ୟ କରିବ। ଅନ୍ୟତମ ଅତିଥିଭାବେ ଯୋଗଦେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି। ଏହି ପ୍ରକଳ୍ପ କଟକ ଭୁବନେଶ୍ୱର ସହିତ ସମଗ୍ର ଓଡିଶାପାଇଁ ଗର୍ବ ଗୌରବର ପ୍ରତୀକ। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମର ଟ୍ରାଫିକ୍ ସମସ୍ୟା ଦୂରହୋଇ ଗମନାଗମନ କ୍ଷେତ୍ରରେ ଉନ୍ନତି ଆସିବା ସହିତ ରୋଜଗାର ଓ ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଆମକୁ ଏକ ମଡର୍ଣ୍ଣ ଲୁକ୍ ଦେବ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ସ୍ୱାଗତ ଭାଷଣ ଦେଇଥିଲେ, ବିଧାୟକ ବାଙ୍କୀ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଚୌଦ୍ୱାର-କଟକ ଶ୍ରୀ ସୌଭିକ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, କଟକ ସଦର ବିଧାୟକ ଶ୍ରୀ ଚନ୍ଦ୍ରଶେଖର ସାରଥି ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଉଥିବା ଏହି ମେଟ୍ରୋ ପ୍ରକଳ୍ପ ପାଇଁ ଆଜିର ଦିନଟି ଏବଂ ମୁଖ୍ୟମନ୍ତ୍ରୀଙ୍କ ନାଁ ଓଡିଶା ଇତିହାସରେ ସବୁଦିନ ପାଇଁ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇରହିବ ବୋଲି କହିଥିଲେ। ଦିଲ୍ଲୀ, ମୁମ୍ବାଇ ଚେନ୍ନାଇ ପରି ଆମର ମଧ୍ୟ ସ୍ୱପ୍ନ ଥିଲା ଓଡିଶାରେ ମେଟ୍ରୋ ପାଇଁ। ଆମର ସ୍ୱପ୍ନକୁ ସାକାର କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗୁ ଆଜି ଓଡିଶାର କୌଣସି କ୍ଷେତ୍ରରେ ଅବହେଳିତ ହୋଇରହିନାହିଁ ବୋଲି ସେମାନେ କହିଥିଲେ। କଟକ ମେୟର ଶ୍ରୀ ସୁବାସ ସିଂ ଧନ୍ୟବାଦ ଅର୍ପଣ କରିଥିଲେ।


Powered by Froala Editor

Tags Chief minister Naveen , Naveen Patnaik

Related articles Odisha News Lens 4.1

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14958
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14997
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15521
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14042
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14361
    Oct 15, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13544
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13938
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13620
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15234
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15665
    Oct 14, 2026
  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14361
    Oct 15, 2026
  • ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14997
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17182
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17875
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17825
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18245
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14588
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14693
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15699
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14373
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16107
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13764
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15039
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14958
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13938
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15665
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In